କଓ୍ବୋଇସି ଠକେଇ: ସତର୍କ କଲା ଆର୍‌ବିଆଇ

ନୂଆଦିଲ୍ଲୀ,୧୪।୯: ନୋ ୟୋର କଷ୍ଟମର(କଓ୍ବୋଇସି) ଅପ୍‌ଡେଟ୍‌ କରାଇବା ଆଳରେ ଲୋକମାନେ ବ୍ୟାଙ୍କ ଠକେଇର ସାମ୍ନା କରୁଥିବା ଦେଖାଯାଉଛି। ଏହାକୁ ନେଇ ଲୋକଙ୍କୁ ରିଜର୍ଭ ବ୍ୟାଙ୍କ ସତର୍କ କରାଇଛି। ଆକାଉଣ୍ଟ ଲଗ୍‌ଇନ୍‌ ସମ୍ପର୍କିତ ତଥ୍ୟ, ବ୍ୟକ୍ତିଗତ ତଥ୍ୟ, କଓ୍ବୋଇସି ଡକ୍ୟୁମେଣ୍ଟ କପି, କାର୍ଡ ସୂଚନା, ପିନ୍‌, ପାସ୍‌ଓ୍ବାର୍ଡ କିମ୍ବା ଓଟିପି ଅଚିହ୍ନା ଲୋକ କିମ୍ବା ଏଜେନ୍ସିକୁ ନ ଦେବାକୁ ଆର୍‌ବିଆଇ ପକ୍ଷରୁ କୁହାଯାଇଛି। ସେହିଭଳି ଅନଧୀକୃତ ଏବଂ ଯାଞ୍ଚ ହୋଇ ନ ଥିବା ଓ୍ବେବ୍‌ସାଇଟ୍‌ ଏବଂ ଆପ୍ଲିକେଶନଗୁଡ଼ିକରେ ଏଭଳି ତଥ୍ୟ ଶେୟାର ନ କରିବା ଆବଶ୍ୟକ। ଯଦି କୌଣସି ବ୍ୟକ୍ତିବିଶେଷ ଏ ସଂକ୍ରାନ୍ତ ତଥ୍ୟ ମାଗେ ତେବେ ତୁରନ୍ତ ବ୍ୟାଙ୍କ ଶାଖାକୁ ଜଣାଇବାକୁ ଆର୍‌ବିଆଇ ପରାମର୍ଶ ଦେଇଛି। କଓ୍ବୋଇସି ଅପ୍‌ଡେଟ୍‌ କରାଇବା ଆଳରେ ଅନେକ ଲୋକ ଠକେଇର ଶିକାର ହେଉଥିବା ଅଭିଯୋଗ ଆର୍‌ବିଆଇ ନିକଟକୁ ଆସିଛି।
କଲ୍‌, ଏସ୍‌ଏମ୍‌ଏସ୍‌ ଏବଂ ଇମେଲ୍‌ ମାଧ୍ୟମରେ ଲୋକଙ୍କ ସହ ଠକ୍‌ମାନେ ସମ୍ପର୍କ କରୁଛନ୍ତି। ଲୋକଙ୍କଠାରୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଆକାଉଣ୍ଟ ତଥ୍ୟ ପାଇବା ପରେ ଠକେଇ ହେଉଥିବା ଦେଖାଯାଉଛି। ନିୟାମକ ସଂସ୍ଥାଗୁଡ଼ିକ ଏହି ଦିଗକୁ ବିଚାରକରି ସମୟ ସମୟରେ ଲୋକଙ୍କୁ ଠିକ୍‌ ଉପାୟରେ ସେବା ଯୋଗାଣ କରିବା ଲାଗି ଆର୍‌ବିଆଇ ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri