କାହାନୀ ଘର ଘର କି ଫେମ୍‌ ଅଭିନେତାଙ୍କ ଆତ୍ମହତ୍ୟା

ମୁମ୍ବାଇ,୬।୮: ଦେଶରେ କରୋନା ସଙ୍କଟ ମଧ୍ୟରେ ବଲିଉଡ୍‌ ଓ ଛୋଟ ପରଦାର ସେଲିବ୍ରିଟିଙ୍କ ଆତ୍ମହତ୍ୟା ଜାରି ରହିଛି। ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ପ୍ରଶଂସକଙ୍କ ମନରୁ ଲିଭି ନ ଥିବା ବେଳେ ଏବେ ଜଣାଶୁଣା ଟିଭି କଳାକାର ସମୀର ଶର୍ମା ଫାଶୀ ଲଗାଇ ଆତ୍ମହତ୍ୟା  କରିଥିବା ସୂଚନା ମିଳିଛି। ସୂଚନା ମୁତାବକ ୪୪ବର୍ଷୀୟ ସମୀର ମୁମ୍ବାଇର ମଲାଡ ପଶ୍ଚିମ ସ୍ଥିତ ନେହା ସିଏଚ୍‌ଏସ୍‌ ବିଲ୍‌ଡିଂରେ ଥିବା ନିଜ ଘରେ ଆତ୍ମହତ୍ୟା କରଥିବା ଜଣାପଡ଼ିଛି। କୁହାଯାଉଛି, ୨ଦିନ ପୂର୍ବରୁ ସମୀର ଆତ୍ମହତ୍ୟା କରିଛନ୍ତି। କାରଣ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତାଙ୍କ ଘରୁ ଗଳିତ ମୃତଦେହ ଉଦ୍ଧାର କରିଛି। ତେବେ ତାଙ୍କ ମୃତ୍ୟୁ ପଛର କାରଣ ଏଯାଏଁ ଜଣାପଡ଼ି ନ ଥିବା ବେଳେ ବୁଧବାର ରାତିରେ ଉକ୍ତ ବିଲ୍‌ଡିଂର ସୁରକ୍ଷାକର୍ମୀ ତାଙ୍କୁ ଫ୍ୟାନ୍‌ରେ ଝୁଲୁଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

ଏପର୍ଯ୍ୟନ୍ତ ପୋଲିସକୁ ସମୀରଙ୍କ ସୁଇସାଇଡ ନୋଟ ମିଳି ନ ଥିବା ବେଳେ ପୁରା ଘରର ସର୍ଚ୍ଚ ଅପରେଶନ୍‌ ଚାଲିଛି। ସେହିପରି ଚଳିତ ବର୍ଷ ଫେବୃୟାରୀରେ ସମୀର ଉକ୍ତ ଆପାର୍ଟମେଣ୍ଟ ଭଡାରେ ନେଇଥିଲେ ବୋଲି ପୋଲିସ ସୂଚନା ଦେଇଛି। ସୂଚନାଯୋଗ୍ୟ, ସମୀର କେତେଗୁଡ଼ିଏ ସିରିୟଲ୍‌ରେ କାମ କରି ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।  କାହାନୀ ଘର ଘର କି, ୟେ ରିସ୍ତେ ହେଁ ଫ୍ୟାର କେ, ଲେଫ୍ଟ ରାଇଟ ଲେଫ୍ଟ, ଇସ୍‌ ପ୍ୟାର କା କ୍ୟା ନାମ ଦୁଁ ଭଳି କେତେକ ଟିଭି ସିରିୟଲ୍‌ରେ ସମୀର କାମ କରିସାରିଛନ୍ତି। କେତେବେଳେ ବାପା ଭୂମିକାରେ ତ କେତେବେଳେ ପୁଅ ଆଉ କେତେବେଳେ ମୁଖ୍ୟ ଚରିତ୍ରରେ ଅଭିନୟ କରି ନିଜ ଅଭିନୟ ଯାଦୁରେ ଦର୍ଶକଙ୍କୁ ବାନ୍ଧି ରଖିଥିଲେ। ତାଙ୍କ ମୃତ୍ୟୁ ଖବର ଶୁଣି ଟିଭି ଜଗତରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri