Posted inଜାତୀୟ

ୟୁକ୍ରେନରୁ ଭାରତୀୟମାନଙ୍କୁ ସଫଳ ସ୍ଥାନାନ୍ତର ବିଧାନସଭା ନିର୍ବାଚନରେ ସକାରାତ୍ମକ ପ୍ରଭାବ ପକାଇବ: ଶାହା

ନୂଆଦିଲୀ,୫ା୩: ଜାନୁୟାରୀରୁ ୟୁକ୍ରେନର ପରିସ୍ଥିତି ଉପରେ ସରକାର ନଜର ରଖିଛନ୍ତି ବୋଲି  ଭାଜପାର ବରିଷ୍ଠ ନେତା ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଶନିବାର କହିଛନ୍ତି। ସେ କହିଛନ୍ତି, ଯୁଦ୍ଧ ପ୍ରଭାବିତ ଦେଶରୁ ଭାରତୀୟମାନଙ୍କୁ ସଫଳ ସ୍ଥାନାନ୍ତର କରିବା ବିଧାନସଭା ନିର୍ବାଚନରେ ସକାରାତ୍ମକ ପ୍ରଭାବ ପକାଇବ।

ଭାଜପା ମୁଖ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଶାହା କହିଛନ୍ତି, ୟୁକ୍ରେନରେ ଭାରତୀୟଙ୍କ ପାଇଁ ସରକାର ଫେବୃୟାରୀ ୧୫ରୁୁ ଏକ ଆଡଭାଇଜାରି ଜାରି କରିଛନ୍ତି।
ଫେବୃୟାରୀ ୨୪ରେ ରୁଷିଆ ୟୁକ୍ରେନ ଉପରେ ସାମରିକ ଆକ୍ରମଣ କରିଥିଲା।
ସେ କହିଛନ୍ତି, ୧୩୦୦୦ରୁ ଅଧିକ ନାଗରିକ ଭାରତରେ ପହଞ୍ଚିଛନ୍ତି ଏବଂ ଅଧିକ ବିମାନ ଆସୁଛି। ଏହି ପ୍ରକ୍ରିୟା ନିର୍ବାଚନ ତଥା ଲୋକଙ୍କ ଉପରେ ମଧ୍ୟ ସକାରାତ୍ମକ ପ୍ରଭାବ ପକାଇଛି।

ୟୁକ୍ରେନରୁ ଭାରତୀୟମାନଙ୍କୁ ସ୍ଥାନାନ୍ତର ପାଇଁ ସରକାର ‘ଅପରେଶନ ଗଙ୍ଗା’ ଆରମ୍ଭ କରିଥିଲେ।
ସେ କହିଛନ୍ତି, ‘ସରକାର ୟୁକ୍ରେନର ୪ଟି ଦେଶକୁ ରୁଷିଆ ଭାଷାଭାଷୀ ଦଳ ପଠାଇଥିଲେ। ସେଠାରେ ଏକ ନିୟନ୍ତ୍ରଣ କକ୍ଷ ମଧ୍ୟ ସ୍ଥାପନ କରିଥିଲେ। ମାର୍ଚ୍ଚ ୪ ସୁଦ୍ଧା ଆମେ ୟୁକ୍ରେନରୁ ୧୬୦୦୦ ନାଗରିକ ଆଣିବାରେ ସଫଳ ହୋଇଛୁ। ରୁଷିଆର ସାମରିକ ଆକ୍ରମଣ ହେତୁ ଫେବୃୟାରୀ ୨୪ରୁ ୟୁକ୍ରେନରେ ଆକାଶ ସୀମା ବନ୍ଦଥିବାରୁ ସେଠାରେ ଅଟକି ରହିଥିବା ଭାରତୀୟ ନାଗରିକମାନେ ରୋମାନିଆ, ହଙ୍ଗେରୀ, ସ୍ଲୋଭାକିଆ ଏବଂ ପୋଲାଣ୍ଡ ଭଳି ପଡ଼ୋଶୀ ଦେଶ ଦେଇ ବିମାନ ଯୋଗେ ଭାରତ ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri