Posted inଜାତୀୟ

ସିଙ୍ଗାପୁର ଯିବାକୁ କେଜ୍ରିଓ୍ବାଲ୍‌ଙ୍କୁ ମିଳିଲାନି ଅନୁମତି

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସିଙ୍ଗାପୁର ଗସ୍ତ ପାଇଁ ଅନୁମତି ମିଳିନାହିଁ। ଦିଲ୍ଲୀ ଲେଫ୍ଟନାଣ୍ଟ ଗଭର୍ନର(ଏଲ୍‌ଜି) ଭି.କେ ସକ୍ସେନା ଏହି ଗସ୍ତ ପାଇଁ ଅନୁମତି ଦେବାକୁ ମନା କରି ଦେଇଛନ୍ତି। ଅଗଷ୍ଟ ୧ରେ ଏକ ସମ୍ମିଳନୀରେ ଯୋଗଦେବା ପାଇଁ ଅରବିନ୍ଦ କେଜ୍ରିୱାଲ ସିଙ୍ଗାପୁର ଯିବାକୁ ଚାହୁଁଥିଲେ। ଆବଶ୍ୟକ ପ୍ରକ୍ରିୟା ଅନୁଯାୟୀ, ଦିଲ୍ଲୀ ସରକାର ଏଲଜିଙ୍କଠାରୁ ଏହାର ଅନୁମୋଦନ ଲୋଡିଥିଲେ। କିନ୍ତୁ ତାଙ୍କୁ ଯିବାକୁ ଅନୁମତି ମିଳିନାହିଁ।
ସିଙ୍ଗାପୁରରେ ହେବାକୁ ଥିବା ବିଶ୍ୱ ସହର ସମ୍ମିଳନୀରେ ଯୋଗ ନ ଦେବାକୁ କେଜ୍ରିୱାଲଙ୍କୁ ଏଲଜି ପରାମର୍ଶ ଦେଇଛି। କାରଣ ଏହା ମେୟରମାନଙ୍କର ଏକ ସମ୍ମିଳନୀ ଏବଂ ଏଥିରେ ଜଣେ ମୁଖ୍ୟମନ୍ତ୍ରୀ ଯୋଗଦେବା ଅନୁଚିତ୍‌।
ନିକଟରେ ସିଙ୍ଗାପୁର ଗସ୍ତ ପାଇଁ ଅନୁମତି ଦେବାରେ କେନ୍ଦ୍ରର ବିଳମ୍ବରେ ନେଇ କେଜ୍ରିୱାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଥିଲେ। ସେ ଚିଠିରେ ଲେଖଥିଲେ, ସିଙ୍ଗାପୁରରେ ହେବାକୁ ଥିବା ବିଶ୍ୱ ସିଟି ସମ୍ମିଳନୀରେ ଯୋଗଦେବାକୁ ସେହି ଦେଶର ସରକାର ମୋତେ ନିମନ୍ତ୍ରଣ କରିଛନ୍ତି। ସେଠାରେ ସେ ବିଶ୍ୱ ନେତାଙ୍କ ନିକଟରେ ଦିଲ୍ଲୀ ମଡେଲ ଉପସ୍ଥାପନ କରିବେ ଏବଂ ଭାରତ ପାଇଁ ଗୌରବ ଆଣିବେ। ମୁଁ ଅପରାଧୀ ନୁହେଁ, ମୁଁ ଜଣେ ମୁଖ୍ୟମନ୍ତ୍ରୀ ଏବଂ ଦେଶର ମୁକ୍ତ ନାଗରିକ। ମୋତେ ସିଙ୍ଗାପୁର ଯିବାକୁ ବାରଣ କରିବାର କୌଣସି ଆଇନଗତ ଆଧାର ନାହିଁ, ତେଣୁ ଏହା ପଛରେ ଏକ ରାଜନୈତିକ କାରଣ ଥିବା ପରି ମନେହେଉଛି।
ସୂଚନାଯୋଗ୍ୟ, ଗତ ଜୁନ ମାସରେ ସିଙ୍ଗାପୁରର ହାଇ କମିଶନର ସାଇମନ ୱଙ୍ଗ ଅରବିନ୍ଦ କେଜ୍ରିୱାଲଙ୍କୁ ଏହି ଶିଖର ସମ୍ମିଳନୀ ପାଇଁ ନିମନ୍ତ୍ରଣ କରିଥିଲେ। ଅଗଷ୍ଟ ପ୍ରଥମ ସପ୍ତାହରେ ଏହି ସମ୍ମିଳନୀ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri