Posted inଜାତୀୟ

ଗଣେଶନ ପଶ୍ଚିମବଙ୍ଗର ନୂଆ ରାଜ୍ୟପାଳ

କୋଲକାତା,୧୮।୭: ଜଗଦୀପ ଧନକର ନିଜ ପଦରୁ ଇସ୍ତଫା ଦେବା ପରେ ଏଲ୍‌ ଗଣେଶନ ପଶ୍ଚିମବଙ୍ଗର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି। ସୋମବାର ସନ୍ଧ୍ୟାରେ ପଶ୍ଚିମବଙ୍ଗର ନୂତନ ରାଜ୍ୟପାଳ ଭାବେ ଲା. ଗଣେଶନ ଶପଥ ଗ୍ରହଣ କରିଛନ୍ତି। ମଣିପୁର ରାଜ୍ୟପାଳ ଗଣେଶନଙ୍କୁ ପଶ୍ଚିମବଙ୍ଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। କୋଲକାତା ହାଇକୋର୍ଟର ପ୍ରଧାନ ବିଚାରପତି ପ୍ରକାଶ ଶ୍ରୀବାସ୍ତବ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ରାଜ୍ୟର ଅନ୍ୟ ମନ୍ତ୍ରୀ ତଥା ବିଧାନସଭା ବାଚସ୍ପତି ବିମାନ ବାନାର୍ଜୀଙ୍କ ଉପସ୍ଥିତିରେ ଗଣେଶନଙ୍କୁ ଶପଥ ଗ୍ରହଣ କରାଇଥିଲେ। ଶପଥ ଗ୍ରହଣ ସମାରୋହ ପରେ ମମତା ବାନାର୍ଜୀ ପୁଷ୍ପଗୁଚ୍ଛ ଦେଇ ନୂତନ ରାଜ୍ୟପାଳଙ୍କୁ ସ୍ବାଗତ କରିଥିଲେ। ସୂଚନାଯୋଗ୍ୟ, ଶନିବାର ଭାଜପା ଧନକରଙ୍କୁ ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନରେ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ସଂଗଠନର ପ୍ରାର୍ଥୀ ବୋଲି ଘୋଷଣା କରିଥିଲା। ଏହାପରେ ଧନକର ପଶ୍ଚିମବଙ୍ଗର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଥିଲେ। ରାଷ୍ଟ୍ରପତି ରାମନାଥ କୋବିନ୍ଦ ପଶ୍ଚିମବଙ୍ଗର ରାଜ୍ୟପାଳ ଜଗଦୀପ ଧନକରଙ୍କ ଇସ୍ତଫା ଗ୍ରହଣ କରିଛନ୍ତି। ଏଥିସହ ମଣିପୁର ରାଜ୍ୟପାଳ ଲା. ଗଣେଶନଙ୍କୁ କୋବିନ୍ଦ ପଶ୍ଚିମବଙ୍ଗର ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri