କରୋନା ଟେଷ୍ଟ ନାଁରେ ଯୁବତୀଙ୍କ ସହ ଏପରି କଲେ ଲ୍ୟାବ୍‌ ଟେକ୍‌ନିସିଆନ

ମୁମ୍ବାଇ, ୨୭।୭: କରୋନା ମହାମାରୀ ଦ୍ୱାରା ଭାରତରେ ସର୍ବାଧିକ ପ୍ରଭାବିତ ହୋଇଥିବା ରାଜ୍ୟମାନଙ୍କ ମଧ୍ୟରେ ମହାରାଷ୍ଟ୍ର ସର୍ବାଗ୍ରେ ରହିଛି। ତେବେ ଏଭଳି ଏକ ସଙ୍ଗୀନ ପରିସ୍ଥିତିରେ ସେହି ମହାରାଷ୍ଟ୍ରରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଅମରାବତୀରେ ଜଣେ ଲ୍ୟାବ୍‌ ଟେକ୍‌ନିସିଆନ କରୋନା ଟେଷ୍ଟ ପାଇଁ ଯୁବତୀଙ୍କ ଯୌନାଙ୍ଗରୁ ନମୁନା ନେଇଛନ୍ତି। ଏହି ଘଟଣା ସାମ୍ନାକୁ ଆସିବା ପରେ ଉତ୍ତେଜନା ପ୍ରକାଶ ପାଇଛି। ଯୁବତୀ ଜଣଙ୍କ ଥାନାରେ ମାମଲା ରୁଜୁ କରିବା ପରେ ବଳାତ୍କାର ମାମଲାରେ ଲ୍ୟାବ୍‌ ଟେକ୍‌ନିସିଆନଙ୍କୁ ଗିରଫ କରାଯାଇଛି।
ସଙ୍ଗୀନ ଘଟଣାଟି ଅମରାବତୀର କୋଭିଡ୍‌ ଟ୍ରମା ସେଣ୍ଟର ଲ୍ୟାବ୍‌ରେ ଘଟିଛି। ଘଟଣାରୁ ଜଣାପଡ଼ିଛି ଯେ ଯୁବତୀ ଜଣଙ୍କ ଏକ ସର୍ଭିସ ଷ୍ଟୋର୍‌ରେ କାମ କରନ୍ତି। ନିକଟରେ ସେ ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ। ଯାହା ଫଳରେ ଷ୍ଟୋର୍‌ର ସମସ୍ତ କର୍ମଚାରୀଙ୍କୁ କରୋନା ଟେଷ୍ଟ କରିବା ପାଇଁ କୁହାଯାଇଥିଲା। ସମସ୍ତ କର୍ମଚାର ଏକ ସରକାରୀ ଲ୍ୟାବ୍‌ରେ ପରୀକ୍ଷା କରାଇଥିଲେ। ପ୍ରଥମେ ପାଟିରୁ ସ୍ବାବ୍‌ ସଂଗ୍ରହ କରାଯିବା ପରେ ଲ୍ୟାବ୍‌ ଟେକ୍‌ନିସିଆନ ଜଣଙ୍କ ଯୁବତୀଙ୍କୁ କହିଥିଲେ, ତୁମ ରିପୋର୍ଟ ପଜିଟିଭ ଆସିଛି। ତେଣୁ ତୁମର ୟୁରିନ୍‌ ଟେଷ୍ଟ ହେବ। ଏହାପରେ ୟୁରିନ୍‌ ଟେଷ୍ଟ ପରେ ଯୁବତୀଜଣଙ୍କ ଘରକୁ ଯାଇ ତାଙ୍କ ଭାଇକୁ ଏ ସମସ୍ତ ଘଟଣା କରିଥିଲେ। ଏହାପରେ ଯୁବତୀଙ୍କ ଭାଇ ସନ୍ଦେହ କରି ଜଣେ ଡାକ୍ତରଙ୍କ ସହ ଏନେଇ ଯୋଗାଯୋଗ କରିଥିଲେ। କରୋନା ଟେଷ୍ଟ ପାଇଁ ଏହିଭଳି କୌଣସି ଟେଷ୍ଟ କରିବାକୁ ପଡ଼ିବ ନାହିଁ ବୋଲି ଡାକ୍ତରଙ୍କଠାରୁ ନିଶ୍ଚିତ ହେବାପରେ ଯୁବତୀ ଜଣଙ୍କ ଥାନାରେ ଅଭିଯୋଗ କରିଥିଲେ। ଏହାପରେ ପୋଲିସ ସେହି ଲ୍ୟାବ୍‌ ଟେକ୍‌ନିସିଆନଙ୍କୁ ଗିରଫ କରିଛି। ମହାରାଷ୍ଟ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଯଶୋମତୀ ଠାକୁର ଏହି ଘଟଣାକୁ ଗମ୍ଭୀରତା ସହ ନେଇ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri