ଚାଞ୍ଚଲ୍ୟକର ବୟାନ ଦେଲେ ଲବ ହାଁସଦାଙ୍କ ଭାଇ, କହିଲେ ସେ ପୂର୍ବରୁ ବିବାହିତ…

ଭୁବନେଶ୍ୱର,୧୭ା୫: ବିବାଦରେ ବହୁ ଚର୍ଚ୍ଚିତ ୟୁଟ୍ୟୁବର ଲବ ହାଁସଦା । ତାଙ୍କ ନାଁରେ ରୁଜୁ ହୋଇଛି ସାଂଘାତିକ ମାମଲା। ପ୍ରେମିକାଙ୍କ ଆତ୍ମହତ୍ୟା ଘଟଣାରେ ଗୁରୁତର ଭାବେ ଫଶିଛନ୍ତି ଲବ। ଏନେଇ ବେଙ୍ଗାଲୁରୁରେ ତାଙ୍କ ନାଁରେ ଏତଲା ହୋଇଛି । ଯାହାକୁ ନେଇ ଏବେ ସାରା ରାଜ୍ୟରେ ଚହଳ ସୃଷ୍ଟି ହୋଇଛି। ବହୁଚର୍ଚ୍ଚିତ ଓଡ଼ିଆ ୟୁଟ୍ୟୁବର ଲବ ହାଁସଦାଙ୍କୁ ନେଇ ଏକ ଗୁରୁତର ବିବାଦ ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ, ତାଙ୍କ ପ୍ରେମିକା ସୋଲମୀ ମୁର୍ମୁଙ୍କ ଆତ୍ମହତ୍ୟା ଘଟଣା ପରେ ଲବ ହାଁସଦାଙ୍କ ବିରୋଧରେ ବେଙ୍ଗାଲୁରୁରେ ଏକ ଏଫଆଇଆର୍‌ ରୁଜୁ ହୋଇଛି।

ତେବେ ଏନେଇ ମୁହଁ ଖୋଲିଛନ୍ତି ଲବଙ୍କ ଭାଇ। ସେ କହିଛନ୍ତି, ଲବ ହାଁସଦାଙ୍କ ସହ ଆମର ସମ୍ପର୍କ ନାହିଁ। ତାଙ୍କ ସହ ଆମର କୌଣସି କଥାବାର୍ତ୍ତା ବି ନାହିଁ। ସେ ପୂର୍ବରୁ ବିବାହିତ। ଏବଂ ତାଙ୍କର ଗୋଟିଏ ଝିଅ ବି ଅଛି। ଲବଙ୍କ ସ୍ତ୍ରୀ ବର୍ତ୍ତମାନ ଭଦ୍ରକରେ ଅଛନ୍ତି ବୋଲି କହିଛନ୍ତି ଲବଙ୍କ ବଡ଼ବାପା ପୁଅ ଭାଇ। ଲବ ହାଁସଦା ୧୦ ବର୍ଷ ତଳେ ବିବାହ କରିଥିଲେ । ମୟୂରଭଞ୍ଜ ଜିଲ୍ଲା ଶରତ ଅଞ୍ଚଳରେ ତାଙ୍କର ପୈତୃକ ଘର । କିନ୍ତୁ ତାଙ୍କର ପୂରା ପରିବାର ଭଦ୍ରକ ଚରମ୍ପା ଅଞ୍ଚଳରେ ରୁହନ୍ତି । ଲବଙ୍କ ପତ୍ନୀ ଓ ଝିଅ ମଧ୍ୟ ଏବେ ଭଦ୍ରକରେ ରହୁଛନ୍ତି ଏବଂ ପତ୍ନୀ ଏକ ଠିକା ସଂସ୍ଥାରେ କାମ କରି ଗୁଜୁରାଣ ମେଣ୍ଟାଉଛନ୍ତି । ଲବ ନିଜ ସ୍ତ୍ରୀ ଓ ପିଲାକୁ ଛାଡି ଅଲଗା ରହୁଥିବା ଜଣାପଡିଛି ।

ଏହି ବିବାଦ ମଧ୍ୟରେ ଲବଙ୍କ ଭଉଣୀଙ୍କ ପ୍ରତିକ୍ରିୟା ମଧ୍ୟ ସାମ୍ନାକୁ ଆସିଛି । ସେ କହିଛନ୍ତି ଯେ, ମୋ ଭାଇ ସେମିତି ନୁହଁନ୍ତି । ଆମେ ଘଟଣା ବିଷୟରେ ଗଣମାଧ୍ୟମରୁ ଜାଣିଲୁ । ତଦନ୍ତ ସରିଲେ ସବୁ ସତ ସାମ୍ନାକୁ ଆସିବ । ଭାଇ ନିଜେ ଘଟଣା ବିଷୟରେ ଗଣମାଧ୍ୟମକୁ ନିଶ୍ଚିତ ଜଣାଇବେ । ତେବେ ଲବଙ୍କ ବିବାହ କଥା ପଚରାଯିବାରୁ ଏହି ବିଷୟରେ ସେ କିଛି ଜାଣିନଥିବା କହିଛନ୍ତି ।

ମିଳିଥିବା ସୂଚନା ଅନୁସାରେ, ସୋଲମୀ ମୁର୍ମୁ ଦୁଇ ଦିନ ପୂର୍ବେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଏହି ଘଟଣା ପାଇଁ ଥାନାରେ ଲବଙ୍କ ନାଁରେ ଏତଲା ଦେଇଛନ୍ତି ମୃତ ସୋଲମୀଙ୍କ ଭାଇ । କେତେକ ରିପୋର୍ଟରେ ଦାବି କରାଯାଇଛି ଯେ, ଲବ ହାଁସଦାଙ୍କର ବହୁ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ଥିଲା, ଯାହା ଏହି ବିବାଦକୁ ଆହୁରି ଜଟିଳ କରିଛି। ତେବେ ଏହି ଘଟଣା ସମ୍ପର୍କରେ ବିସ୍ତୃତ ତଦନ୍ତ ଜାରି ରହିଛି। ପୋଲିସ ଏହି ମାମଲାରେ ଲବ ହାଁସଦାଙ୍କୁ ପଚରାଉଚରା କରୁଛି।

ଲବ ହାଁସଦା ଜଣେ ଲୋକପ୍ରିୟ ଓଡ଼ିଆ ୟୁଟ୍ୟୁବର ଭାବେ ପରିଚିତ, ଯିଏ ତାଙ୍କର ଭିଡିଓ ମାଧ୍ୟମରେ ବହୁ ଦର୍ଶକଙ୍କ ମନୋରଞ୍ଜନ କରିଛନ୍ତି। କିନ୍ତୁ ଏହି ଅଭିଯୋଗ ତାଙ୍କର ଖ୍ୟାତି ଉପରେ ପ୍ରଶ୍ନଚିହ୍ନ ଲଗାଇଛି। ତେବେ ଲବଙ୍କ ପ୍ରେମିକା ଜଣେ ବାଇକ ରାଇଡର ହୋଇଥିବା ବେଳେ ତାଙ୍କ ଘର ବିହାରରେ । ଆଉ ସେ ବେଙ୍ଗାଲୁରୁରେ ଚାକିରି କରୁଥିଲେ । ଉଭୟଙ୍କ ଭିତରେ ଅନେକ ଦିନର ସମ୍ପର୍କ ଥିଲା । ଲବ ହାଁସଦାଙ୍କ ଅନେକ ମହିଳାଙ୍କ ସହ ସମ୍ପର୍କ ଥିବା କଥା ଜାଣିବାକୁ ପାଇବା ପରେ ସୋଲମୀ, ଏନେଇ ଲବଙ୍କୁ ପଚାରିବାରୁ ଲବ ବାରମ୍ବାର ତାଙ୍କୁ ର୍ନିଯାତନା ଦେଇଆସୁଥିଲେ । ଆଉ ଶେଷରେ ବାଧ୍ୟ ହୋଇ ଆତ୍ମହତ୍ୟା କରିବାକୁ ନିଷ୍ପତ୍ତି ନେଇଥିଲେ । ସବୁଠାରୁ ବଡ଼ କଥା ହେଲା ଆତ୍ମହତ୍ୟାର କିଛି ସମୟ ପୂର୍ବରୁ ମଧ୍ୟ ସୋଲମୀ ଲବଙ୍କୁ ଯୋଗାଯୋଗ କରିଥିଲେ ବୋଲି ସୋଲମୀଙ୍କ ଭାଇ ଏତଲାରେ ଲେଖିଛନ୍ତି ।

ବିହାରର ସୋଲୋମୀ ବେଙ୍ଗାଲୁରୁରେ ଚାକିରି କରୁଥିଲେ । କିଛିବର୍ଷ ତଳେ ଲବ ହାଁସଦାଙ୍କ ସହ ତାଙ୍କର ସାକ୍ଷାତ ହୋଇଥିଲା। ବନ୍ଧୁତାରୁ ପରସ୍ପରକୁ ଭଲ ପାଇଥିଲେ । ଓଡ଼ିଶାଠାରୁ ଦୁବାଇ ଯାଏଁ ଉଭୟ ଅନେକ ସ୍ଥାନ ବୁଲିଥିଲେ । ବିବାହ ପାଇଁ ଏକପ୍ରକାର ନିଷ୍ପତ୍ତି ସରିଥିଲା । କିନ୍ତୁ ଲବଙ୍କର ଅନେକ ମହିଳାଙ୍କ ସହ ସମ୍ପର୍କ ଥିବା ଜାଣିବା ପରେ ସୋଲୋମୀ ଓ ଲବଙ୍କ ସମ୍ପର୍କରେ ସୃଷ୍ଟି ହୋଇଥିଲା ଫାଟ । ଏହାପରେ ସୋଲୋମୀଙ୍କୁ ଲବ ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିଲେ ବୋଲି ସୋଲାମୀଙ୍କ ପରିବାର ଅଭିଯୋଗ କରିଛନ୍ତି ।

ସୋଲୋମୀ ଓ ଲବଙ୍କ ପ୍ରେମ ସମ୍ପର୍କ ବିଷୟରେ ଲବ ନିଜେ ଅନେକଥର ସ୍ୱୀକାର କରିଥିଲେ । ଆତ୍ମହତ୍ୟା ପୂର୍ବରୁ ଲବଙ୍କୁ ସୋଲୋମୀ ଫୋନ୍ କରିଥିଲେ । ତେବେ ସୋଲୋମୀଙ୍କ ମୃତ୍ୟୁକୁ ୪ ଦିନରୁ ଅଧିକ ସମୟ ବିତିଯାଇଥିଲେ ବି ଲବଙ୍କର ଦେଖା ମିଳୁନାହିଁ । ଘଟଣାଠାରୁ ଦୂରେଇ ରହିବା ଓ ସୋସିଆଲ ମିଡିଆରେ ବି କିଛି ପୋଷ୍ଟ ନକରିବା ଲବଙ୍କ ଭୂମିକାକୁ ଅଧିକ ସନ୍ଦେହ ଘେରକୁ ନେଇଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?