Posted inଫୁରସତ

ଗର୍ଭବତୀଙ୍କୁ ଜଣା ପଡ଼ିବନି ପ୍ରସବ ଯନ୍ତ୍ରଣା, ଡାକ୍ତର ଆପଣାଇଲେ ନୂଆ ପଦକ୍ଷେପ

ବ୍ରିଟେନ୍‌: ବିଜ୍ଞାନର ଅଗ୍ରଗତି ଯୋଗୁ ପ୍ରତିଦିନ କିଛି ନା କିଛି ନୂଆ ନୂଆ ଉଦ୍ଭାବନ କରାଯାଉଛି। ଯଦ୍ଦ୍ବାରା ଅସାଧ୍ୟ କାମ ମଧ୍ୟ ସହଜରେ ସାଧନ ହୋଇପାରୁଛି। ଗର୍ଭବତୀମାନଙ୍କ ପ୍ରସବ ଯନ୍ତ୍ରଣା କମାଇବାକୁ ବ୍ରିଟେନ୍‌ର ଡାକ୍ତରମାନେ ଗବେଷଣା କରି ଏକ ସିଦ୍ଧାନ୍ତରେ ଉପନୀତ ହୋଇଛନ୍ତି। ଯାହାକୁ ସବୁଆଡ଼େ ପ୍ରଶଂସା କରାଯାଉଛି। ଜାଣନ୍ତୁ ଏ ସମ୍ପର୍କରେ…
ବ୍ରିଟେନ୍‌ର ଏକ ହସ୍ପିଟାଲରେ ଗର୍ଭବତୀଙ୍କ ପ୍ରସବ ଯନ୍ତ୍ରଣା କମାଇବାକୁ ପ୍ରଥମଥର ଏହି ନୂଆ ପଦକ୍ଷେପ ଗ୍ରହଣ କରାଯାଇଛି। ଏଠାକାର ନ୍ୟାଶନାଲ୍‌ ହେଲ୍‌ଥ ସର୍ଭିସ ପକ୍ଷରୁ ହସ୍ପିଟାଲରେ ଗର୍ଭବତୀଙ୍କୁ ଭର୍ଚୁଆଲ ରିୟଲିଟି ହେଡ୍‌ସେଟ୍‌ ପିନ୍ଧିବା ପାଇଁ ସୁବିଧା ରଖାଯାଇଛି। ଏହାର ମୁଖ୍ୟ ଉଦ୍ଦେଶ୍ୟ ହେଲା ଗର୍ଭବତୀ ଲେବର ରୁମ୍‌କୁ ଯିବା ପୂର୍ବରୁ ଯନ୍ତ୍ରଣା ଉପରୁ ନଜର ହଟିବ। ୭ ମିନିଟ୍‌ ପାଇଁ ହେଡ୍‌ସେଟ୍‌ ପିନ୍ଧିବାକୁ ପଡ଼ିବ। ଏହି ସମୟରେ ଭିଆର୍‌ରେ ଲାଇଟିଂ, ସମୁଦ୍ର ଲହଡ଼ି, ମଙ୍ଗଳ ଗ୍ରହରେ ପାଦ ଥାପିବା, ପେଙ୍ଗୁଇନ୍‌ ଗହଣରେ ଥିବା ପରି ଅନୁଭବ କରିବେ। ଏଥିସହିତ ମନକୁ ଶାନ୍ତ ରଖିବା ପାଇଁ ସଂଗୀତ ମଧ୍ୟ ଶୁଣିପାରିବେ। ଏହା ପ୍ରଥମେ ଓ୍ବେଲ୍‌ସର ସମସ୍ତ ହସ୍ପିଟାଲରେ ଲାଗୁ କରାଯିବ। କହିରଖୁଛୁ, କାଡ୍ରିଫ୍‌ର ୟୁନିଭରସିଟି ହସ୍ପିଟାଲରେ ହେଡ୍‌ସେଟ୍‌ ଉପରେ ପରୀକ୍ଷା ନିରୀକ୍ଷା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?