୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର ଶ୍ରମିକଙ୍କୁ ଓଡ଼ିଶା ପ୍ରତି ଆକୃଷ୍ଟ କରିବା ତଥା ରାଜ୍ୟରେ ବାନ୍ଧି ରଖିବା ଲାଗି ୯୮ ଟଙ୍କାର ଅତିରିକ୍ତ ମଜୁରି(ଟପ୍‌ଅପ୍‌)ପ୍ରଦାନ କରିବାକୁ ଚିନ୍ତା କରିଛନ୍ତି। ଏ ସଂକ୍ରାନ୍ତରେ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ରାଜ୍ୟ ସରକାରଙ୍କ ଅନୁମୋଦନ ଲାଗି ପ୍ରେରିତ କରାଯାଇଛି। ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏହାକୁ ବିଧିବଦ୍ଧ ଭାବେ ଘୋଷଣା କରାଯିବ ବୋଲି ପଞ୍ଚାୟତିରାଜ ବିଭାଗର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ, ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟର ୯ଟି ଜିଲାର ୩୦ଟି ଦାଦନ ବ୍ଲକରେ ଦାଦନ ହ୍ରାସ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଏହାକୁ ନେଇ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ତଥା ଭାରତ ସରକାରଙ୍କ ପକ୍ଷରୁ ଏବେ ଏହାର ପରିବର୍ତ୍ତିତ ନାମ ଭିବି ଜି ରାମ ଜି ଅଧୀନରେ ସରକାରଙ୍କ ପକ୍ଷରୁ ଯେତିକି ଟଙ୍କା ମଜୁରି ଦେବାପାଇଁ ରହିଛି, ଏହା ବାଦ୍‌ ରାଜ୍ୟ ସରକାର ଅତିରିକ୍ତ ୯୮ ଟଙ୍କାର ଟପ୍‌ଅପ୍‌ ଦେବାକୁ ନିଷ୍ପତ୍ତି ନେଇଛନ୍ତି। କେବଳ ସେତିକି ନୁହେଁ, ଏହି ୩୦ ବ୍ଲକରେ ୧୦୦ଦିନର ନିଶ୍ଚିତ କାର୍ଯ୍ୟ ସହିତ ଆଉ ୨୦୦ଦିନର ଅତିରିକ୍ତ କାର୍ଯ୍ୟଦିବସ ଯୋଗାଇ ଦିଆଯିବ। ଏହି ବର୍ଦ୍ଧିତ ୨୦୦ଦିନର କାର୍ଯ୍ୟ ପାଇଁ ସରକାରଙ୍କ ଧାର୍ଯ୍ୟ ମଜୁରି ସହିତ ଅତିରିକ୍ତ ଟପ୍‌ଅପ୍‌ ୯୮ଟଙ୍କା ଲେଖାଏ ପ୍ରଦାନ କରାଯିବ। ଫଳରେ ଏହି ୩୦ ବ୍ଲକରେ ଶ୍ରମିକମାନଙ୍କୁ ୩୦୦ଦିନର କାମ ମିଳିବା ସହିତ ଅତିରିକ୍ତ ମଜୁରି ବାବଦକୁ ୯୮ଟଙ୍କା ପ୍ରଦାନ କରାଯିବ। ତେବେ ଏହି ଯୋଜନାର ଅବଧି ୨୦୨୯ ପର୍ଯ୍ୟନ୍ତ ବୃଦ୍ଧି କରାଯିବ କି ଏହାଠାରୁ ଅଧିକ ସେନେଇ ସରକାରଙ୍କ ପକ୍ଷରୁ ପ୍ରସ୍ତାବ ବିଚାରାଧୀନ ରହିଛି। ଖୁବ୍‌ଶୀଘ୍ର ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ବିଧିବଦ୍ଧ ଘୋଷଣା କରାଯିବ ବୋଲି ସୂଚନା ମିଳିଛି।
ବିଭାଗୀୟ ସୂଚନା ଅନୁଯାୟୀ, ୨୦୨୪ରେ ରାଜ୍ୟରୁ ୭୦,୧୪୨ ଶ୍ରମିକ ରାଜ୍ୟ ବାହାରକୁ କାମଧନ୍ଦା ପାଇଁ ଯାଇଥିବାବେଳେ ୨୦୨୫ ନଭେମ୍ବର ସୁଦ୍ଧା ଏହି ସଂଖ୍ୟା ୭୦,୩୬୦ରେ ପହଞ୍ଚିଥିଲା। ୨୦୨୪ରେ ୧,୦୩୭ ଲାଇସେନ୍ସପ୍ରାପ୍ତ ଲେବର ଠିକାଦାରଙ୍କ ଜରିଆରେ ଶ୍ରମିକମାନେ ବାହାର ରାଜ୍ୟକୁ ଯାଇଥିଲେ। ସେଥିମଧ୍ୟରେ ବଲାଙ୍ଗୀରରୁ ସର୍ବାଧିକ ୪୯,୯୮୮ ରହିଥିବାବେଳେ ନୂଆପଡ଼ାରୁ ୧୨,୧୬୦, ଗଞ୍ଜାମରୁ ୧,୫୮୦ ଏବଂ ବରଗଡ଼ରୁ ୧,୩୦୪ଜଣ ରହିଥିଲେ। ଏହାବାଦ୍‌ ଅନ୍ୟ ୧୫ଟି ଜିଲାରୁ ଶ୍ରମିକମାନେ ଦାଦନ ଖଟିବାକୁ ବାହାରକୁ ଯାଇଥିଲେ। ମାତ୍ର ଚଳିତବର୍ଷ ୧,୧୦୭ ଲାଇସେନ୍ସପ୍ରାପ୍ତ ଲେବର ଠିକାଦାରଙ୍କ ଜରିଆରେ ରାଜ୍ୟ ବାହାରକୁ ଯାଇଥିବା ୭୦,୩୬୦ ଶ୍ରମିକଙ୍କ ମଧ୍ୟରୁ ବଲାଙ୍ଗୀର ଜିଲାର ସର୍ବାଧିକ ୫୧,୫୮୧ଜଣ ରହିଛନ୍ତି। ଏହାସହିତ ନୂଆପଡ଼ାର ୮,୬୫୫ଜଣ ଶ୍ରମିକ ରହିଥିବାବେଳେ ଗଞ୍ଜାମରୁ ୨,୫୫୩ଜଣ ରହିଛନ୍ତି। ତେବେ ଗଜପତି, କନ୍ଧମାଳ, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ଜଣେ ହେଲେ ଶ୍ରମିକ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଇ ନ ଥିବା ସରକାରୀ ଭାବେ କୁହାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri