ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ ଦାଦନ ଶ୍ରମିକ ଭାବେ କାମ କରିବାକୁ ମୁମ୍ବାଇ ଯାଇଥିବା ବେଳେ ସେଠାରେ ସୋମବାର ତାଙ୍କ ମୃତ୍ୟୁ ହୋଇଥିଲା। ବୁଧବାର ତାଙ୍କ ମୃତଦେହ ତାଙ୍କ ଭିଟାମାଟିରେ ପହଞ୍ଚିବା ପରେ ସମଗ୍ର ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ପରିବାର ଏବଂ ସମ୍ପର୍କୀୟ ଲୋକଙ୍କ କାନ୍ଦ ବୋବାଳିରେ ଗାଁ ଦାଣ୍ଡ ଫାଟି ପଡ଼ିଥିଲା। ପରେ ମୃତଦେହକୁ ଗ୍ରାମବାସୀ ଶୋଭାଯାତ୍ରାରେ ଗାଁ ଶ୍ମଶାନକୁ ନେଇଥିଲେ। ସେଠାରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା।

ମୁମ୍ବାଇ ଥାନେ ଅଞ୍ଚଳର ଦିଭା ନାକା ରାବାଲେର ଏକ ଭଡ଼ା ଘରେ ରହୁଥିବା ସନ୍ତୋଷ ଆକସ୍ମିକ ଭାବେ ଗୁରୁତର ଅସୁସ୍ଥ ହୋଇପଡ଼ିବାରୁ ରବିବାର ରାତି ପ୍ରାୟ ସାଢେ ୯ ଟାରେ ନଭି ମୁମ୍ବାଇ ଭାସିସ୍ଥିତ ମ୍ୟୁନିସିପାଲ କର୍ପୋରେଶନ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ଭୋର୍‌ରେ ତାଙ୍କ ମୃତ୍ୟୁ ଘଟିଥିଲା। ଆର୍ଥିକ ସ୍ଥିତି ଭଲ ନ ଥିବାରୁ ପରିବାର ଲୋକେ ମୁମ୍ବାଇ ଯାଇ ପାରି ନ ଥିଲେ। ଏନେଇ ପରିବାର ଲୋକେ ସ୍ଥାନୀୟ ସରପଞ୍ଚ ପ୍ରତିନିଧି ଏମ.ସନ୍ତୋଷଙ୍କୁ ଘଟଣା ଜଣାଇଥିଲେ। ସରପଞ୍ଚ ପ୍ରତିନିଧି ଘଟଣା ସମ୍ପର୍କରେ ଦିଗପହଣ୍ଡି ବିଧାୟକ ଡ.ସିଦ୍ଧାନ୍ତ ମହାପାତ୍ରଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ ବିଧାୟକ ସେଠାକାର ପ୍ରଶାସନ ଏବଂ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସହ କଥା ହେବା ପରେ ତାଙ୍କ ମୃତଦେହକୁ ସେଠାରେ ବ୍ୟବଚ୍ଛେଦ କରାଯାଇ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କ ମରଶରୀରକୁ ଭିଟାମାଟି ବାସୁଦେବପୁର ଗାଁକୁ ଅଣାଯାଇଥିଲା ବୋଲି ସରପଞ୍ଚ ପ୍ରତିନିଧି କହିଛନ୍ତି। ସନ୍ତୋଷ ସେଠାରେ କାଠ ମିସ୍ତ୍ରୀ ଶ୍ରମିକ ଭାବେ କାମ କରୁଥିଲେ। ଗତ ଫେବୃଆରୀ ମାସରେ ସାନଭାଇଙ୍କ ବାହାଘର ଭୋଜିକୁ ସେ ଗ୍ରାମକୁ ଆସି ଅଳ୍ପଦିନ ପରିବାର ସହ ବିତାଇବା
ପରେ ପୁଣି ମୁମ୍ବାଇ ଫେରି ଯାଇଥିଲେ। ଜିଲାପାଳ ଭି.କୀର୍ତ୍ତି ଭାସନଙ୍କ ନିର୍ଦ୍ଦେଶକ୍ରମେ ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ ମୃତକଙ୍କ ଘରେ ପହଞ୍ଚି ତାଙ୍କ ବାପାଙ୍କୁ ରେଡ୍‌କ୍ରସ ପାଣ୍ଠିରୁ ୧୫ ହଜାର ଟଙ୍କା ଅନୁକମ୍ପା ମୂଳକ ସହାୟତା ଚେକ ପ୍ରଦାନ କରିଥିଲେ। ସରପଞ୍ଚ ଏମ୍‌.ଶ୍ୟାମଘନ ହରିଶ୍ଚନ୍ଦ୍ର ଯୋଜନାରେ ୩ ହଜାର ଟଙ୍କା ପରିବାର ଲୋକଙ୍କୁ ଦେଇଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?