ଖରାରେ କାମ କରୁଛନ୍ତି ଶ୍ରମିକ

କେନ୍ଦୁଝର, ୫।୫ (ଡି.ଏନ୍‌.ଏ.): ଚଳିତ ବର୍ଷ ମାର୍ଚ୍ଚ ମାସରୁ ଦିନକୁ ଦିନ ଖରା ବଢିବାରେ ଲାଗିଛି। ଏପରିକି ଏପ୍ରିଲ ମାସରେ କେନ୍ଦୁଝରରେ ଖରା ପ୍ରାୟ ୪୦ଡିଗ୍ରୀ ଉପରେ ରହୁଛି। କେନ୍ଦୁଝରର ପୁରୁଖା ଲୋକମାନେ କହିଛନ୍ତି, ଏ ବର୍ଷ ଭୀଷଣ ଗରମ ହେଉଛି। ଏଭଳି ଗରମ କେବେ ଅନୁଭବ କରି ନ ଥିଲେ। ଜିଲାରେ ଖଣି ଖାଦାନ, ରାସ୍ତା ଓ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ନିମନ୍ତେ ଯେଉଁ ବ୍ୟାପକ ଜଙ୍ଗଲ ନଷ୍ଟ କରାଯାଉଛି ସେଥିପାଇଁ ଏଭଳି ଖରା ଅନୁଭୂତ ହେଉଛି ବୋଲି ସେମାନେ ମତ ଦେଇଛନ୍ତି। ଅନ୍ୟପକ୍ଷେ ଜିଲାରେ କାମ କରୁଥିବା ଶ୍ରମ ବିଭାଗ ଶ୍ରମିକ ମାନଙ୍କର ସ୍ବାର୍ଥକୁ ଜଳାଞ୍ଜଳି ଦେଇ କେବଳ ଗୋଟିଏ ଚିଠି କରିଦେଇ ଚୁପ୍‌ ହୋଇ ବସିବା ସମସ୍ତଙ୍କୁ ଚକିତ କରିଛି। ମାର୍ଚ୍ଚ ୧୬ ତାରିଖରେ ଜିଲା ଶ୍ରମ ବିଭାଗ ଉପଆୟୁକ୍ତ ପକ୍ଷରୁ ସମସ୍ତ ବିଭାଗକୁ ଏକ ଚିଠି କରାଯାଇଥିଲା। ଚିଠି ନଂ ୫୪୯(୪୩)/ଡି.ଏଲ୍‌.ସି, କେନ୍ଦୁଝର ସମସ୍ତ ବିଭାଗ, ଠିକାଦାର, କମ୍ପାନୀ ଗୁଡିକୁ ୩ ମାସ ପାଇଁ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା୩୦ ପର୍ଯ୍ୟନ୍ତ କାମ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। କିନ୍ତୁ ଏହି ନିର୍ଦ୍ଦେଶକୁ କୌଣସି ସରକାରୀ କିମ୍ବା ବେସରକାରୀ ସଂସ୍ଥା କାର୍ଯ୍ୟକାରୀ କରୁନାହାନ୍ତି। ଏହାବାଦ୍‌ ଜରୁରୀକାଳୀନ ଭିତ୍ତିରେ ଯେଉଁଠି କାମ ହେଉଥିବ ସେଠାରେ ପ୍ରଚୁର ମାତ୍ରାରେ ପାଣି ସହିତ ଓଆରଏସ୍‌ ମହଜୁଦ ରଖାଯିବାକୁ ନିର୍ଦ୍ଦେଶ ଥିଲା। ମାତ୍ର ଏହି ନିର୍ଦ୍ଦେଶକୁ ଖୁଲମ୍‌ଖୋଲା ଉଲ୍ଲଂଘନ କରାଯାଉଛି ା ତେବେ ସବଠୁ ବଡ କଥା ହେଉଛି ଖରା ବେଳେ ହେଉଥିବା କାମ ବନ୍ଦ କରିବା ପାଇଁ ଶ୍ରମ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନାହିଁ କିମ୍ବା ଜରିମାନା ମଧ୍ୟ ଆଦାୟ କରାଯାଉ ନାହିଁ। ଏସମ୍ପର୍କରେ ଜିଲା ଶ୍ରମ ଅଧିକାରୀ ସୂର୍ଯ୍ୟ ନାରାୟଣ ମାଳିଙ୍କୁ ପଚାରିବାରୁ ଅଭିଯୋଗ ଆସିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହାବ୍ୟତୀତ ବିଭିନ୍ନ ସମୟରେ ବିଭାଗ ପକ୍ଷରୁ ଚଢାଉ ଜାରି ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri