ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ ଠାବ କରିଥିଲା। ପରେ ୨୨ ତାରିଖରେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଉଦ୍ଧାର କରାଯାଇଥିଲା। ସେହିଦିନ ମୃତ ଶ୍ରମିକ ଈନ୍ଦ୍ରଙ୍କ ପରିବାରକୁ ୬୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ ସହିତ ହତ୍ୟାଘଟଣାରେ ସମ୍ପୃକ୍ତ ବାଲିଘାଟ ଠିକାଦାର, ପ୍ରୋକୋଲିନ୍‌ ଅପରେଟର, ହାଇଓ୍ବା ଚାଳକ ଓ ଅନ୍ୟମାନଙ୍କୁ ଗିରଫ ଦାବିରେ ସମ୍ପୃକ୍ତ ଅଞ୍ଚଳବାସୀ ଉକ୍ତ ବାଲିଘାଟ ନିକଟସ୍ଥ ବାହାଡ଼ାପୋଶି-ରାଉରକେଲା ସଂଯୋଗକାରୀ ୧୦ ନମ୍ବର ରାଜ୍ୟ ରାଜପଥ ଅବରୋଧ କରାଯାଇଥିଲା । ତେବେ ଉତ୍ତେଜନାକୁ ଦୃଷ୍ଟିରେ ରଖି ପୋଲିସ ଓ ପ୍ରଶାସନ ହସ୍ତକ୍ଷେପ କରି ମୃତକଙ୍କ ପରିବାରକୁ ବାଲିଘାଟ ଠିକାଦାରଙ୍କ ଠାରୁ ୧୦ଲକ୍ଷ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା ସହ ପ୍ରଶାସନ ପକ୍ଷରୁ ଅନ୍ୟାନ୍ୟ ସହାୟତା ଓ ଅଭିଯୁକ୍ତମାନଙ୍କୁ ଅବିଳମ୍ବେ ଗିରଫ ପାଇଁ ଉତ୍ତ୍ୟକ୍ତ ଲୋକଙ୍କୁ ପ୍ରତିଶ୍ରୁତି ଦେଇ ଯେନ ତେନ ପ୍ରକାରେଣ ବୁଝାଇବାରେ ସଫଳ ହୋଇଥିଲା। ଫଳରେ ରାସ୍ତାରୋକୋ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। କିନ୍ତୁ ଈନ୍ଦ୍ରଙ୍କ ମୃତ୍ୟୁ ଘଟଣାର ୫ ଦିନ ବିତିଯାଇଥିବା ବେଳେ ଗିରଫଦାରୀଙ୍କ ପ୍ରତିଶ୍ରୁତିକୁ ୩ ଦିନ ବିତିଯାଇଛି। ମାତ୍ର ବିଡମ୍ବନାର ବିଷୟ ଏହା ଯେ, ବର୍ତ୍ତମାନ ପର୍ଯ୍ୟନ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରିବାରେ ପୋଲିସ ସଫଳ ହୋଇନାହିଁ। ଫଳରେ ପୋଲିସ କାର୍ଯ୍ୟ ଦକ୍ଷତା ଓ ଆନ୍ତରିକତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

ଅନ୍ୟପକ୍ଷରେ ପୋଲିସ ଓ ପ୍ରଶାସନର ଜ୍ଞାତ ସାରରେ ପୂର୍ବରୁ ବେଆଇନ ଭାବେ ବାଲିଘାଟ ପରିଚାଳିତ ହେଉଥିବାରୁ ବାରକୋଟ ଥାନା ପୋଲିସ ଜାଣିଶୁଣି ବାଲିଘାଟ ଠିକାଦାରଙ୍କୁ ଗିରଫ କରୁ ନ ଥିବା ଅଞ୍ଚଳବାସୀ ଅଭିଯୋଗ କରୁଛନ୍ତି। ଏଣୁ ଦେବଗଡ଼ ଜିଲା ଆରକ୍ଷୀ ଅଧୀକ୍ଷକ ଏବଂ ବିବାଗୀୟ ଉଚ୍ଚ କର୍ତୃପକ୍ଷ ଏ ଘଟଣାରେ ହସ୍ତକ୍ଷେପ କରି ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରିବାକୁ ଅଞ୍ଚଳବାସୀ ଦାବି ଜଣାଇଛନ୍ତି। ଏ ସମ୍ପର୍କରେ ଦେବଗଡ଼ ଜିଲା ଆରକ୍ଷୀ ଅଧୀକ୍ଷକ କିଶୋର ଚନ୍ଦ୍ର ମୁଣ୍ଡଙ୍କୁ ପଚାରିବାରୁ ବ୍ୟବହୃତ ଏସ୍କାଭେଟରକୁ ଜବତ ହୋଇଥିବା ଏବଂ ଅଭିଯୁକ୍ତମାନଙ୍କୁ ଗିରଫ ପାଇଁ ଉଦ୍ୟମ ଜାରି ରହିଥିବା ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆରପାରିରେ ବଲିଉଡ୍‌ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ

ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍‌ଙ୍କର ୫୬ ବର୍ଷ ବୟସରେ ପରଲୋକ…

ଏସୀୟ କ୍ରୀଡ଼ାର ୧୦,୦୦୦ ମିଟର ଦୌଡ଼ରେ ସୀମାଙ୍କ ଐତିହାସିକ ବ୍ରୋଞ୍ଜ ପଦକ

ନାଗୋୟା,୨୪ା୯: ଭାରତୀୟ ଟ୍ରାକ ଆଣ୍ଡ ଫିଲ୍ଡ ଆଥଲେଟ୍‌ ସୀମା ଗୁରୁବାର ମହିଳା ୧୦,୦୦୦ ମି. ବ୍ରୋଞ୍ଜ ପଦକ ଜିତିଛନ୍ତି। ସୀମା ଦୌଡ଼କୁ ୩୨:୫୦.୦୫ ସେକେଣ୍ଡରେ ଶେଷ କରି…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

ଅକ୍ଟୋବର ୧ରୁ ଧନବର୍ଷା! ରାହୁଙ୍କ ସ୍ୱାତୀ ନକ୍ଷତ୍ରକୁ ଯିବେ ବୁଧ, ମାଲାମାଲ୍ ହେବେ ଏହି ୫ ରାଶି

ଅକ୍ଟୋବର ୧ ତାରିଖ ସକାଳ ୯ଟା ୩୩ ମିନିଟ୍‌ରେ ଗ୍ରହମାନଙ୍କ କୁମାର ‘ବୁଧ’ ତୁଳା ରାଶିରେ ବିରାଜମାନ ଥାଇ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି। ବୁଧ…

ଲାଇଭ୍‌ ହେବ କଟକ ଦୁର୍ଗାପୂଜା: ୟୁଟ୍ୟୁବ୍‌-ୱେବସାଇଟ୍‌ରେ ସିଧା ପ୍ରସାରଣ ଦେଖିପାରିବେ ଶ୍ରଦ୍ଧାଳୁ

କଟକ,୨୪।୯: କଟକର ପ୍ରସିଦ୍ଧ ଦୁର୍ଗାପୂଜା ଓ ଭସାଣି ଉତ୍ସବକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କଟକ ଦୁର୍ଗାପୂଜା ଏବଂ…

ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତର, ଜିଲା ଚିକିତ୍ସାଲୟରେ ଭର୍ତ୍ତି

କୁନ୍ଦୁରା,୨୪।୯,(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଫୁପୁଗାଁ ଗ୍ରାମ ପଞ୍ଚାୟତ ଚନ୍ଦ୍ରଶୁଣ୍ଢୀଗୁଡା ଠାରେ ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତରହୋଇଛନ୍ତି। ମହିଳା ଜଣକ ହେଲେ…

BLOଙ୍କ ପାଇଁ ବଡ଼ ଖବର: ମିଳିବ ବାର୍ଷିକ ୧୮ ହଜାର ଟଙ୍କାର ସମ୍ମାନ ଭତ୍ତା, ୮୧.୪୫ କୋଟିର…

ଭୁବନେଶ୍ୱର,୨୪।୯: ରାଜ୍ୟର ବୁଥ୍ ଲେବଲ୍ ଅଫିସର (BLO)ଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି। SIR ୨୦୨୬ ଭୋଟର ତାଲିକା ସଂଶୋଧନ…

ପୁରୁଷୋତ୍ତମପୁରରେ ଫୁଲୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୪।୯, (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ତିନି ଦିନ ହେଲା ବର୍ଷା ଲାଗିରହି ସାଧାରଣ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?