ମିଳୁନି ସାଧାରଣ ସୁବିଧା: ଦୁର୍ଦ୍ଦଶା ଭୋଗୁଛନ୍ତି ଗ୍ରାମବାସୀ

ରାଇକିଆ,୨୭।୩(ଡି.ଏନ୍‌.ଏ.): ରାସ୍ତା ନାହିଁ। ୫ କି.ମି ଦୁର୍ଗମ ଜଙ୍ଗଲ ମଧ୍ୟରେ ଘାଟି ପାହାଡ଼ ଚଢ଼ି ଗଲେ ପହଞ୍ଚିହୁଏ କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗିସି ଗ୍ରାମରେ। କନ୍ଧମାଳ-ଗଞ୍ଜାମ ଜିଲା ସୀମାନ୍ତ ଏହି ଗ୍ରାମରେ ସରକାରଙ୍କ ସବୁ ଯୋଜନା ଅପହଞ୍ଚ। ରାସ୍ତାଠାରୁ ଆରମ୍ଭ କରି ଶିକ୍ଷା, ସ୍ବାସ୍ଥ୍ୟ ଭଳି ଜରୁରୀ ସେବାରୁ ବଞ୍ଚିତ ହେଉଛନ୍ତି ଗ୍ରାମବାସୀ। ସେହି ଗାଁରେ ପ୍ରାଥମିକ ବିଦ୍ୟାଳୟ କି ଅଙ୍ଗନଓ୍ବାଡି କେନ୍ଦ୍ର ନାହିଁ। ସେଥିପାଇଁ ଗାଁର ଅଧିକାଂଶ ପିଲା ବିଦ୍ୟାଳୟରେ ନାଁ ଲେଖାଇ ପାରୁନାହାନ୍ତି। ସର୍ବନିମ୍ନ ସାସ୍ଥ୍ୟସେବା ପାଇବାକୁ ୨୫ କି.ମି. ଦୂର ରାଇକିଆ ଯିବାକୁ ପଡ଼ୁଛି। ଏ ସବୁ ଭିତରେ ସବୁଠୁ ବଡ଼ ସମସ୍ୟା ଭାବେ ଦେଖାଦେଇଛି ରାସ୍ତା। ଅଧାପନ୍ତରିଆ ଅବସ୍ଥାରେ ରାସ୍ତାକାମ ଛାଡ଼ି ଦିଆଯାଇଥିବାରୁ ଗାଁକୁ ଦୁଇଚକିଆ ଗାଡ଼ିଟିଏ ମଧ୍ୟ ଯାଇପାରୁନାହିଁ। କାମ ଶେଷ କରିବା ପାଇଁ ଗ୍ରାମବାସୀ ଅନେକଥର ବିଡିଓଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏପରି କି ଜିଲାପାଳଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଦୁଇଥର ଅଭିଯୋଗ ହୋଇଛି।

୧୪ ପରିବାର ବସବାସ କରୁଥିବା ଏହି ଗ୍ରାମରେ ସବୁ ଘର ମାଟି କଚ୍ଚାଘର। ଆବାସ ଯୋଜନା ପାଇବା ପାଇଁ ଗ୍ରାମବାସୀଙ୍କ ନାଁ ତାଲିକାରେ ଥିଲେ ମଧ୍ୟ ରାସ୍ତା ନ ଥିବାରୁ ଘର ତିଆରି ସରଞ୍ଜାମ ଆଣିବାରେ ଅସୁବିଧା ଯୋଗୁ ଘର ତିଆରି ହୋଇପାରୁନାହିଁ।

ପଞ୍ଚାୟତ କାର୍ଯ୍ୟାଳୟକୁ ଆସି ନ ପାରି ଭତ୍ତାରୁ ବଞ୍ଚତ୍ତ ହେଉଛନ୍ତି ବୃଦ୍ଧାବୃଦ୍ଧ। ଗାଁରେ ଥିବା ଏକମାତ୍ର ଚୁଆ ଓ ଝରଣା ପାଣି ବ୍ୟବହାର କରୁଛନ୍ତି ଗ୍ରାମବାସୀ। ଖରାଦିନେ ଝରଣା ଶୁଖିଗଲେ ୨କି.ମି. ପାହାଡ଼ ଚଢ଼ି ପାଣି ଆଣିବାକୁ ପଡୁଛି। ଏସବୁ ସମସ୍ୟା ଭିତରେ ସାଧାରଣ ଜୀବନ ବିତାଇବା ପାଇଁ ସଙ୍ଘର୍ଷ କରୁଛନ୍ତି ଗ୍ରାମବାସୀ।

ଏ ନେଇ ଗ୍ରାମର ମଞ୍ଜୁଳା ପ୍ରଧାନ କୁହନ୍ତି, ଗାଁକୁ ରାସ୍ତା ନାହିଁ । ଫଳରେ ଦେହ ଖରାପ ହେଲେ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇପାରୁନାହୁଁ । ଏପରି କି ଗାଁରେ ବିଦ୍ୟାଳୟଟିଏ ମଧ୍ୟ ନାହିଁ। ଏଥିଯୋଗୁ ପିଲାମାନେ ପାଠ ପଢ଼ିପାରୁ ନ ଥିବା ସେ କହିଛନ୍ତି। ସେହିପରି ଗ୍ରାମର ସାବିତ୍ରୀ ମଲ୍ଲିକ କୁହନ୍ତି, ପିଇବା ପାଣି ପାଇଁ ଗ୍ରାମବାସୀ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଝରଣା ପାଣି ଉପରେ ନିର୍ଭର କରୁଛନ୍ତି। ରାସ୍ତା ସମସ୍ୟା ଲାଗି ଗ୍ରାମରେ ନଳକୂପଟିଏ ମଧ୍ୟ ହୋଇପାରୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri