ମିଳୁନି ସାଧାରଣ ସୁବିଧା: ଦୁର୍ଦ୍ଦଶା ଭୋଗୁଛନ୍ତି ଗ୍ରାମବାସୀ

ରାଇକିଆ,୨୭।୩(ଡି.ଏନ୍‌.ଏ.): ରାସ୍ତା ନାହିଁ। ୫ କି.ମି ଦୁର୍ଗମ ଜଙ୍ଗଲ ମଧ୍ୟରେ ଘାଟି ପାହାଡ଼ ଚଢ଼ି ଗଲେ ପହଞ୍ଚିହୁଏ କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗିସି ଗ୍ରାମରେ। କନ୍ଧମାଳ-ଗଞ୍ଜାମ ଜିଲା ସୀମାନ୍ତ ଏହି ଗ୍ରାମରେ ସରକାରଙ୍କ ସବୁ ଯୋଜନା ଅପହଞ୍ଚ। ରାସ୍ତାଠାରୁ ଆରମ୍ଭ କରି ଶିକ୍ଷା, ସ୍ବାସ୍ଥ୍ୟ ଭଳି ଜରୁରୀ ସେବାରୁ ବଞ୍ଚିତ ହେଉଛନ୍ତି ଗ୍ରାମବାସୀ। ସେହି ଗାଁରେ ପ୍ରାଥମିକ ବିଦ୍ୟାଳୟ କି ଅଙ୍ଗନଓ୍ବାଡି କେନ୍ଦ୍ର ନାହିଁ। ସେଥିପାଇଁ ଗାଁର ଅଧିକାଂଶ ପିଲା ବିଦ୍ୟାଳୟରେ ନାଁ ଲେଖାଇ ପାରୁନାହାନ୍ତି। ସର୍ବନିମ୍ନ ସାସ୍ଥ୍ୟସେବା ପାଇବାକୁ ୨୫ କି.ମି. ଦୂର ରାଇକିଆ ଯିବାକୁ ପଡ଼ୁଛି। ଏ ସବୁ ଭିତରେ ସବୁଠୁ ବଡ଼ ସମସ୍ୟା ଭାବେ ଦେଖାଦେଇଛି ରାସ୍ତା। ଅଧାପନ୍ତରିଆ ଅବସ୍ଥାରେ ରାସ୍ତାକାମ ଛାଡ଼ି ଦିଆଯାଇଥିବାରୁ ଗାଁକୁ ଦୁଇଚକିଆ ଗାଡ଼ିଟିଏ ମଧ୍ୟ ଯାଇପାରୁନାହିଁ। କାମ ଶେଷ କରିବା ପାଇଁ ଗ୍ରାମବାସୀ ଅନେକଥର ବିଡିଓଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏପରି କି ଜିଲାପାଳଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଦୁଇଥର ଅଭିଯୋଗ ହୋଇଛି।

୧୪ ପରିବାର ବସବାସ କରୁଥିବା ଏହି ଗ୍ରାମରେ ସବୁ ଘର ମାଟି କଚ୍ଚାଘର। ଆବାସ ଯୋଜନା ପାଇବା ପାଇଁ ଗ୍ରାମବାସୀଙ୍କ ନାଁ ତାଲିକାରେ ଥିଲେ ମଧ୍ୟ ରାସ୍ତା ନ ଥିବାରୁ ଘର ତିଆରି ସରଞ୍ଜାମ ଆଣିବାରେ ଅସୁବିଧା ଯୋଗୁ ଘର ତିଆରି ହୋଇପାରୁନାହିଁ।

ପଞ୍ଚାୟତ କାର୍ଯ୍ୟାଳୟକୁ ଆସି ନ ପାରି ଭତ୍ତାରୁ ବଞ୍ଚତ୍ତ ହେଉଛନ୍ତି ବୃଦ୍ଧାବୃଦ୍ଧ। ଗାଁରେ ଥିବା ଏକମାତ୍ର ଚୁଆ ଓ ଝରଣା ପାଣି ବ୍ୟବହାର କରୁଛନ୍ତି ଗ୍ରାମବାସୀ। ଖରାଦିନେ ଝରଣା ଶୁଖିଗଲେ ୨କି.ମି. ପାହାଡ଼ ଚଢ଼ି ପାଣି ଆଣିବାକୁ ପଡୁଛି। ଏସବୁ ସମସ୍ୟା ଭିତରେ ସାଧାରଣ ଜୀବନ ବିତାଇବା ପାଇଁ ସଙ୍ଘର୍ଷ କରୁଛନ୍ତି ଗ୍ରାମବାସୀ।

ଏ ନେଇ ଗ୍ରାମର ମଞ୍ଜୁଳା ପ୍ରଧାନ କୁହନ୍ତି, ଗାଁକୁ ରାସ୍ତା ନାହିଁ । ଫଳରେ ଦେହ ଖରାପ ହେଲେ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇପାରୁନାହୁଁ । ଏପରି କି ଗାଁରେ ବିଦ୍ୟାଳୟଟିଏ ମଧ୍ୟ ନାହିଁ। ଏଥିଯୋଗୁ ପିଲାମାନେ ପାଠ ପଢ଼ିପାରୁ ନ ଥିବା ସେ କହିଛନ୍ତି। ସେହିପରି ଗ୍ରାମର ସାବିତ୍ରୀ ମଲ୍ଲିକ କୁହନ୍ତି, ପିଇବା ପାଣି ପାଇଁ ଗ୍ରାମବାସୀ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଝରଣା ପାଣି ଉପରେ ନିର୍ଭର କରୁଛନ୍ତି। ରାସ୍ତା ସମସ୍ୟା ଲାଗି ଗ୍ରାମରେ ନଳକୂପଟିଏ ମଧ୍ୟ ହୋଇପାରୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri