ରକ୍ତ ଭଣ୍ଡାରରେ ରକ୍ତର ଅଭାବ: ଜନ୍ମ ଦିନରେ ମହାନତା ଦେଖାଇଲେ ସରପଞ୍ଚ ପ୍ରତିନିଧି

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁଁ ପଞ୍ଚାୟତ ସରପଞ୍ଚ ପ୍ରତିନିଧି ତଥା ବିଶିଷ୍ଟ ସାମାଜିକକର୍ମୀ ଚିତ୍ରସେନ ଗୌଡ଼ଙ୍କ ୩୯ ତମ ଜନ୍ମଦିନ ପାଳନ ଅବସରରେ ଶୁକ୍ରବାର ତାଙ୍କ ପୈତୃକ ଗ୍ରାମ ଗୋଲଣ୍ଡା ବହୁମୂଖୀ ବାତ୍ୟାଆଶ୍ରୟସ୍ଥଳୀରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିରଅନୁଷ୍ଠିତ ହୋଇଯାଇଛି ।
ଚଳିତ ଗ୍ରୀଷ୍ମ ଦିନରେ ବ୍ରହ୍ମପୁର ରକ୍ତ ଭଣ୍ଡାରରେ ରକ୍ତର ଘୋର ଅଭାବ ପରିଲକ୍ଷିତ ହୋଇଥିବାରୁ ଗ୍ରାମର ବୃନ୍ଦାବନ ଚନ୍ଦ୍ର ଯୁବକ ସଙ୍ଗଠନର ସହଯୋଗ କ୍ରମେ ଆୟୋଜିତ ଏହି ଶିବିରରେ ରାଜ୍ୟ କାଜୁ ନିଗମ ବୋର୍ଡର ପୂର୍ବତନ ଅଧ୍ୟକ୍ଷ ସୁବାଷ ମହାରଣା, ଏମ୍‌ ନିରଞ୍ଜନ ରେଡ୍ଡୀ, ଅବସରପ୍ରାପ୍ତ ପୋଲିସ କର୍ମଚାରୀ ପଞ୍ଚାନନ ପାଇକ, ସାମାଜିକ କର୍ମୀ ସନ୍ତୋଷ ସାହୁ , ନାଏବ ସରପଞ୍ଚ ଶରତ ଶବର ପ୍ରମୁଖ ଅତିଥି ଭାବେ ଉପସ୍ଥିତଥିଲେ ।
ଏହି ଅବସରରେ ଚିତ୍ରସେନ ନିଜ ଜନ୍ମଦିନରେ ନିଜେ ରକ୍ତଦାନ କରି ଯୁବପିଢିଙ୍କୁ ରକ୍ତଦାନ କରିବା ନିମନ୍ତେ ଉତ୍ସାହିତ କରିଥିଲେ । ବ୍ରହ୍ମପୁର ରକ୍ତଭଣ୍ଡାର କର୍ମକର୍ତ୍ତାଙ୍କ ସହଯୋଗରେ। ୨୫ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା । ସାମାଜିକ କର୍ମୀ ବିପ୍ଳବ ମିଶ୍ର , ମିଲନ ପାଣିଗ୍ରାହୀ , ଚନ୍ଦନ ପାତ୍ର , ସୁନୀଲ କୁମାର ଗୌଡ଼ , ସୂର୍ଯ୍ୟ ଆଚାରୀ , କାଳିଆ କରଙ୍କ ସମେତ ପଞ୍ଚାୟତର ଯୁବଗୋଷ୍ଠୀ ଓ ସ୍ବେଚ୍ଛାସେବୀ ସଙ୍ଗଠନ କାର୍ଯ୍ୟକର୍ତ୍ତା ବୃନ୍ଦ ଉପସ୍ଥିତ ରହି ଶିବିର ପରିଚାଳନାରେ ସହାୟତା କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri