ବ୍ଲଡ୍‌ ପ୍ଲେଟ୍‌ଲେଟ୍‌ ଅଭାବ

ଭୁବନେଶ୍ୱର,୧।୮(ଅଭିଜିତ ଦାସ):କ୍ୟାପିଟାଲ ହସ୍ପିଟାଲରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢୁଥିବାବେଳେ ରୋଗୀଙ୍କ ଚିକିତ୍ସାରେ ଆବଶ୍ୟକ ପଡୁଥିବା ବ୍ଲଡ୍‌ ପ୍ଲେଟ୍‌ଲେଟ୍‌ର ଘୋର୍‌ ଅଭାବ ଦେଖାଦେଇଛି। ଏବେ କ୍ୟାପିଟାଲ ହସ୍ପିଟାଲରେ ୩୦ଜଣ ଡେଙ୍ଗୁ ରୋଗୀ ଚିକିତ୍ସିତ ହେଉଛନ୍ତି। ଦୈନିକ ଡେଙ୍ଗୁ ରୋଗୀଙ୍କ ପାଇଁ ୩୫ରୁ ଊର୍ଦ୍ଧ୍ୱ ପ୍ଲେଟ୍‌ଲେଟ୍‌ ଦରକାର ହେଉଥିବାବେଳେ ହସ୍ପିଟାଲରେ ଅନ୍ୟ ରୋଗୀଙ୍କ ଚିକିତ୍ସା ଲାଗି ମଧ୍ୟ ରକ୍ତ ଆବଶ୍ୟକ ପଡୁଛି। ଏପରି ସ୍ଥିତିରେ କ୍ୟାପିଟାଲ ହସ୍ପିଟାଲରେ ଥିବା ରକ୍ତଭଣ୍ଡାର ଉପରେ ଅଧିକ ଚାପ ପଡୁଛି। ତେବେ ରକ୍ତ ନିରାପତ୍ତା ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ରଙ୍କ କହିବା ଅନୁଯାୟୀ, କଟକ, ଭୁବନେଶ୍ୱରରେ ସମୁଦାୟ ୧୪ଟି ସରକାରୀ ଓ ବେସରକାରୀ ହସ୍ପିଟାଲରେ ରକ୍ତଭଣ୍ଡାର ରହିଛି। ସାଧାରଣତଃ ପ୍ଲେଟ୍‌ଲେଟ୍‌ ତିଆରି ଲାଗି ୬ ଘଣ୍ଟା ସମୟ ଲାଗିଥାଏ। ୪ରୁ ୫ଦିନ ମଧ୍ୟରେ ପ୍ଲେଟ୍‌ଲେଟ୍‌ ବ୍ୟବହାର କରାଯାଇପାରିବ। କିନ୍ତୁ ବର୍ତ୍ତମାନ ରକ୍ତଦାତାଙ୍କ ଅଭାବ ରହିଥିବାବେଳେ ବ୍ଲଡ୍‌ କ୍ୟାମ୍ପର ଆବଶ୍ୟକତା ରହୁଛି। ଅନ୍ୟପକ୍ଷରେ ଡେଙ୍ଗୁ ରୋଗୀଙ୍କ ବ୍ୟତୀତ ଅନ୍ୟ ରୋଗୀମାନଙ୍କ ପାଇଁ ଆବଶ୍ୟକ ପ୍ଲେଟ୍‌ଲେଟ୍‌ ଲାଗି ସମାନ ଗ୍ରୁପ୍‌ର ରକ୍ତ ମିଳିବା କାଠିକର ପାଠ ହୋଇପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ…

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ…

ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା

ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ…

ଯୁଦ୍ଧ ମଧ୍ୟରେ ଆମେରିକାରେ ବଡ଼ ଆକ୍ସନ: ସେନାମୁଖ୍ୟ ବିଦା

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାରେ ଏକ ବଡ଼ ସାମରିକ ଅଦଳବଦଳ ହୋଇଛି। ପ୍ରତିରକ୍ଷା ସଚିବ ପିଟ ହେଗସେଥ ଆମେରିକୀୟ ସେନାର ମୁଖ୍ୟ ଜେନେରାଲ ରେଣ୍ଡି…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ  ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ…

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri