ନଗଦ ଟଙ୍କା ଅଭାବ, ଲୋକେ ହଇରାଣ

ସମ୍ବଲପୁର,୧୮ା୪(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ବାଇକ୍‌ ଶୋଭାଯାତ୍ରା ସମୟରେ ଘଟିଥିବା ସାମ୍ପ୍ରଦାୟିକ ହିଂସା ଘଟଣାକୁ ନେଇ ଜିଲାରେ ୫ଦିନ ହେଲା ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି। ଏହାସହ କର୍ଫ୍ୟୁ ମଧ୍ୟ ଲଗାଯାଇଛି। ଏଥିଯୋଗୁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିିଛି। ବିଶେଷ କରି ନେଟ୍‌ ସେବା ବନ୍ଦ ଯୋଗୁ ଏହାର ପ୍ରଭାବ ବ୍ୟାଙ୍କ ଉପରେ ପଡିଛି। ଲୋକେ ଅନ୍‌ଲାଇନରେ ଟଙ୍କା ନେଣଦେଣ କରୁଥିଲେ। ଏପରି କି ଦୋକାନ ବଜାରରେ ମଧ୍ୟ ଅନ୍‌ଲାଇନରେ କିଣାବିକା ହେଉଥିଲା। ନେଟ୍‌ ସେବା ବନ୍ଦ ହେବା ଫଳରେ ଅନ୍‌ଲାଇନ ବ୍ୟାଙ୍କ ସେବା ମଧ୍ୟ ବନ୍ଦ ହୋଇଯାଇଛି। ଲୋକେ ନଗଦ ଟଙ୍କା ଉପରେ ଭରସା କରୁଥିବାରୁ ଏହାର ଚାହିଦା ବୃଦ୍ଧି ପାଇଛି। ଏଥିଯୋଗୁ ଏଟିଏମ୍‌ କାଉଣ୍ଟରରେ ଲମ୍ବା ଲାଇନ୍‌ ଲାଗୁଛି। ହେଲେ ସହରରେ ଥିବା କେତେକ ଏଟିଏମ୍‌ କାଉଣ୍ଟରରେ ଟଙ୍କା ବାହାରୁ ନାହିଁ। ସର୍ଭର ଡାଉନ ଥିବା ସୂଚନା ଆସୁଛି। ଜିଲାରେ ମୋଟାମୋଟି ଭାବେ ନଗଦ ଟଙ୍କାର ଅଭାବ ଦେଖାଦେଇଛି। ଫଳରେ ଜନସାଧାରଣ ହଇରାଣ ହେଉଛନ୍ତି। ଅନ୍ୟପଟେ ପଥରମାଡ଼ ଓ ପୋଡ଼ାଜଳା ଭଳି ହିଂସା ଘଟଣାରେ ସୋମବାର ଆଉ ୬ ଜଣଙ୍କୁ ଗିରଫ କରାଯାଇଛି। ଫଳରେ ମୋଟ ଗିରଫ ସଂଖ୍ୟା ୮୫ରେ ପହଞ୍ଚତ୍ଛି। ଆଗକୁ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯିବ। ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି ବୋଲି ଏସ୍‌ପି ବାତୁଲା ଗଙ୍ଗାଧର ସୂଚନା ଦେଇଛନ୍ତି। ଅନ୍ୟପଟେ ପ୍ରଶାସନ ପକ୍ଷରୁ କର୍ଫ୍ୟୁ ସମୟର ମଧ୍ୟ କୋହଳ କରାଯାଇଛି। ମଙ୍ଗଳବାର ସକାଳ ୭ଟାରୁ ଅପରାହ୍ନ ୧ଟା ଓ ଅପରାହ୍ନ ୩.୩୦ ମିନିଟରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ ହେବ ବୋଲି ଜିଲାପାଳ ଅନନ୍ୟା ଦାସ କହିଛନ୍ତି। ସେ ଆହୁରି କହିଥିଲେ, ପରିସ୍ଥିତି ସ୍ବାଭାବିକ ହେବାରେ ଲାଗିଛି। ପ୍ରଶାସନ ପକ୍ଷରୁ ସମସ୍ତ ଦିଗକୁ ନେଇ ଅନୁଧ୍ୟାନ କରାଯାଉଛି। ମଙ୍ଗଳବାର ବିଭିନ୍ନ ପଡାର ୭ ଗୋଟି ସଂଗଠନର କର୍ମକର୍ତ୍ତାଙ୍କ ସହ ଆଲୋଚନା କରାଯାଇଛି। ଲୋକମାନଙ୍କ ସହ ମିଶି ସେମାନେ ପରିସ୍ଥିତିରେ ସୁଧାର ଆଣିବା ନେଇ କାମ କରିବେ। ଜିଲା ପ୍ରଶାସନର ଅଧିକାରୀମାନେ ମଧ୍ୟ ଆଲୋଚନା କରି ସମାଧାନର ବାଟ ବାହାର କରିବାକୁ ଚେଷ୍ଟା କରୁଛନ୍ତି। ସବୁ ଦିଗରେ ପ୍ରଶାସନ ଯତ୍ନବାନ ରହିଛି ବୋଲି ସେ କହିଥିଲେ। ସୂଚନାଯୋଗ୍ୟ, ଏପ୍ରିଲ ୧୨ରେ ହନୁମାନ ଜୟନ୍ତୀ ପାଇଁ ସହରରେ ବାଇକ୍‌ ଶୋଭାଯାତ୍ରା ସମୟରେ ପଥରମାଡ଼ ହୋଇଥିଲା। ଏପ୍ରିଲ ୧୪ରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ମଧ୍ୟ ପୋଡ଼ାଜଳା, ଭଙ୍ଗାରୁଜା ଭଳି ଘଟଣା ଘଟିଥିଲା। ଉଭୟ ଘଟଣାରେ ପୋଲିସ ମାମଲା ରୁଜୁ କରି ତଦନ୍ତ କରୁଛି। ଉଭୟ ମାମଲାରେ ପୋଲିସ ୮୫ଜଣଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ନିର୍ବାଚନରେ ​​ସଫଳତା ପାଇଁ ତ୍ରିପୁରା ଏବଂ ଆସାମ ସୂତ୍ରକୁ ନକଲ କରିବ ଭାଜପା

ଭୁବନେଶ୍ୱର,୨୭ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତାଙ୍କ ସୋନପୁର ରାଲିରେ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ଭାଜପା) ର ନେତା ଓ କର୍ମୀଙ୍କ ମନୋବଳ ବଢ଼ାଇଛନ୍ତି।...

ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ପରିଚାଳନା ପାଇଁ ଓଡ଼ିଶାରେ ମୁତୟନ ହେବେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ

ଭୁବନେଶ୍ୱର,୨୭ା୪: ରାଜ୍ୟରେ ସମ୍ପୂର୍ଣ୍ଣ ଶାନ୍ତିଶୃଙ୍ଖଳା ମଧ୍ୟରେ ଆଗାମୀ ସାଧାରଣ ନିର୍ବାଚନ ପ୍ରକ୍ରିୟା ପରିଚାଳନା ନିମନ୍ତେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ମୁତୟନ କରାଯାଉଛି...

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri