ଶ୍ରେଣୀଗୃହ ଅଭାବ, ସ୍କୁଲ ବାରଣ୍ଡାରେ ଚାଲିଛି ପାଠପଢ଼ା

ଲଖନପୁର,୭ା୧୧(ଗୌତମ ସାହୁ)- ଛାତ୍ରୀଛାତ୍ରଙ୍କୁ ଉତ୍ତମ ଶିକ୍ଷା ଯୋଗାଇ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏପରି କି ବିଦ୍ୟାଳୟର ଭିତ୍ତିଭୂମି ସୁଦୃଢ କରାଯାଉଛି। ନିକଟରେ ଉତ୍ତମ ଶିକ୍ଷା ବ୍ୟବସ୍ଥା ପାଇଁ ଝାରସୁଗୁଡ଼ା ଶିକ୍ଷା ଜିଲା ରାଜ୍ୟସ୍ତରରେ ପ୍ରଥମ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲା। ଏଥିପାଇଁ ଜିଲା ଶିକ୍ଷା ବିଭାଗର ଅଧିକାରୀ, ଶିକ୍ଷୟିତ୍ରୀ, ଶିକ୍ଷକ, ଛାତ୍ରୀଛାତ୍ର, ଅଭିଭାବକ ଓ ଜନସାଧାରଣ ଖୁସିବ୍ୟକ୍ତ କରିଥିଲେ। ହେଲେ ଅନେକ ବିଦ୍ୟାଳୟରେ ଏବେ ମଧ୍ୟ ଅସୁବିଧା ରହିଛି। କେଉଁଠି ଶ୍ରେଣୀଗୃହ ଅଭାବରୁ ପାଠପଢାରେ ସମସ୍ୟା ହେଉଛି ତ ଆଉ କେଉଁ ବିଦ୍ୟାଳୟରେ ଆନୁସଙ୍ଗିକ ବ୍ୟବସ୍ଥା ସାଙ୍ଗକୁ ଆବଶ୍ୟକ ସଂଖ୍ୟକ ଶିକ୍ଷକ ନାହାନ୍ତି। ଏହି କ୍ରମରେ ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ପଞ୍ଚାୟତ ଅନ୍ତର୍ଗତ ଝାରଗଁା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବରୁ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି।

ସୂଚନା ଅନୁଯାୟୀ, ଏହି ବିଦ୍ୟାଳୟରେ ଶିଶୁବାଟିକାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୬୪ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ହେଲେ ସେମାନଙ୍କ ପାଇଁ ମୋଟ୍‌ ୪ଟି ଶ୍ରେଣୀଗୃହ ରହିଛି। ଏହି କୋଠରିରେ ଛାତ୍ରୀଛାତ୍ର ପାଠ ପଢୁଥିବାବେଳେ ଅଫିସ, କମ୍ପ୍ୟୁଟର ଶିକ୍ଷା ଜାରି ରହିଛି। ଆବଶ୍ୟକ ସଂଖ୍ୟକ ଶ୍ରେଣୀଗୃହ ନ ଥିବାରୁ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ସମସ୍ୟା ହେଉଛି। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏମ୍‌ସିଏଲ୍‌ ସିଏସ୍‌ଆର ପାଣ୍ଠିରୁ ୫୩ ଲକ୍ଷ ୨୯ ହଜାର ଟଙ୍କା ଅତିରିକ୍ତ ୨ଟି ଶ୍ରେଣୀଗୃହ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରାଯାଇଥିଲା। ପରବର୍ତ୍ତୀ ସମୟରେ ଟେଣ୍ଡର ମାଧ୍ୟମରେ ଠିକାଦାରଙ୍କୁ ୨୦୨୨-୨୩ରେ କାର୍ଯ୍ୟାଦେଶ ଦିଆଯାଇଥିଲା।

ହେଲେ ଏହି କାର୍ଯ୍ୟ ନିମ୍ନମାନର ହୋଇଥିବା ସ୍ଥାନୀୟ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଉକ୍ତ ଶ୍ରେଣୀଗୃହର ଛାତରୁ ପାଣି ଝରୁଥିବା ବେଳେ କାନ୍ଥଫାଟି ଯାଇଥିବା ଦେଖିବାକୁ ମିଳିଛି। ଏପରି କି ନିର୍ମାଣ କାର୍ଯ୍ୟ ବର୍ତ୍ତମାନ ସୁଦ୍ଧା ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଶ୍ରେଣଗୃହ ଅଭାବରୁ ଛାତ୍ରୀଛାତ୍ର ବାଧ୍ୟହୋଇ ସ୍କୁଲ ବାରଣ୍ଡାରେ ବସି ପାଠ ପଢୁଛନ୍ତି।

ତୁରନ୍ତ ସମସ୍ୟାର ସମାଧାନ ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଏହିସମ୍ପର୍କରେ ସ୍ଥାନୀୟ ବୁଦ୍ଧିଜୀବୀ ପ୍ରଦୀପ ସାହୁ କହିଛନ୍ତି, ସମସ୍ୟା ସମ୍ପର୍କରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ହେଲେ ଏପର୍ଯ୍ୟନ୍ତ ସମାଧାନ ହୋଇପାରି ନାହିଁ। ଲଖନପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ରାଜେନ୍ଦ୍ର ସାହୁ କହିଛନ୍ତି, ପାଠପଢାରେ ବିଶେଷ ସମସ୍ୟା ହେଉନାହିଁ। ନୂତନ କୋଠା ନିର୍ମାଣ ସମ୍ପର୍କରେ ବିଡିଓ କହିପାରିବେ। ଅପରପକ୍ଷେ ବିଡିଓ ବିନୟ କୁମାର ପଟେଲଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ସାଂଗଠନିକ କାର୍ଯ୍ୟର ପ୍ରସାର ଜରୁରୀ’

ବଞ୍ଚୋ,୧୯ା୩(ପ୍ରଦୋଷ କୁମାର ବିଶ୍ୱାଳ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଆନନ୍ଦପୁର ଷ୍ଟାଡିୟମରେ ନେତାଜୀ ପ୍ରଭାତ ଶାଖା ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉତ୍ସବ ଆଡମ୍ବରପୂର୍ଣ୍ଣ ଭାବେ ପାଳନ…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri