ଶ୍ରେଣୀଗୃହ ଅଭାବ: ଯଜ୍ଞ ମଣ୍ଡପରେ ଶିକ୍ଷାଦାନ

ମହାକାଳପଡା, ୭ା୯ (ଡି.ଏନ୍‌.ଏ.): ସର୍ବଶିକ୍ଷା ଅଭିଯାନ ଯୋଜନାରେ ସଭିଏଁ ପଢ଼ିବେ ସଭିଏଁ ବଢ଼ିବେ ନାରା ତୃଣମୂଳ ସ୍ତରରେ ଫେଲ୍‌ ମାରିଛି। ବିଦ୍ୟାଳୟଗୁଡ଼ିକର ବିକାଶ ପାଇଁ ସରକାର ଅର୍ଥ ବ୍ୟୟ କରୁଛନ୍ତି। ଛାତ୍ରୀଛାତ୍ରମାନେ କିପରି ବେସରକାରୀ ବିଦ୍ୟାଳୟ ମୋହ ତୁଟାଇ ସରକାରୀ ବିଦ୍ୟାଳୟ ପ୍ରତି ଆକୃଷ୍ଟ ହେବେ ସେଥିପାଇଁ ଶୈକ୍ଷିକ ପରିବେଶ, ସ୍ମାର୍ଟ କ୍ଲାସ ରୁମ୍‌, ବିଦ୍ୟାଳୟ ପରିସରରେ ଉଦ୍ୟାନ ନିର୍ମାଣ ହେଉଛି। ବିଦ୍ୟାଳୟର ଶ୍ରେଣୀଗୃହ ଅଭାବ ଥିବାରୁ ନିକଟରେ ଥିବା ଗଁା ଯଜ୍ଞ ମଣ୍ଡପରେ ଶିକ୍ଷାଦାନ ହେଉଛି। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକଠାରୁ ୨ କିମି ଦୂର ଲୁଣା ନଦୀକୂଳରେ ଗୌଡ଼ବାଡପୁରସ୍ଥିତ ନଙ୍ଗୁଳି ମହାପୁରୁଷ ସରକାରୀ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରମାନଙ୍କ କ୍ଷେତ୍ରରେ। ଶ୍ରେଣୀଗୃହ ନ ଥିବାରୁ ଯଜ୍ଞ ମଣ୍ଡପରେ ପାଠ ପଢ଼ା ହେଉଥିବା ଦେଖିବାକୁ ମିଳିଛି। ଏଠାରେ ପ୍ରଥମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ୧୦୭ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ବେଳେ ଶ୍ରେଣୀଗୃହ ଅଭାବରୁ ପ୍ରଥମରୁ ୩ୟ ଶ୍ରେଣୀ ପର୍ଯ୍ୟନ୍ତ କୁନି କୁନି ପିଲାମାନଙ୍କର ଭବିଷ୍ୟତ ଗଢ଼ାଯାଉଛି ଏହି ଯଜ୍ଞ ମଣ୍ଡପରେ।
ମଙ୍ଗଳବାର ପୂର୍ବାହ୍ନରେ ଏକ ଅଭାବନୀୟ ଦୃଶ୍ୟ ଯଜ୍ଞ ମଣ୍ଡପରେ ପଢୁଥିବା ପିଲାମାନଙ୍କ କ୍ଷେତ୍ରରେ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ହେବା ସହ ବିଜୁଳି ମାରିଥିଲା। ଫଳରେ ପିଲାମାନେ ଭୟଭୀତ ହୋଇପଡିଥିଲେ। ଯଜ୍ଞ ମଣ୍ଡପଟି ଚତୁଃପାର୍ଶ୍ୱ ଖୋଲା ଥିବାରୁ ବର୍ଷା ଛିଟିକାରେ ପିଲାମାନଙ୍କର ବହି ଓ ପୋଷାକ ଭିଜି ଯାଇଥିବା ଦେଖିବାକୁ ମିଳିଥିଲା। ବାଧ୍ୟ ହୋଇ ଶିକ୍ଷକମାନେ ଛାତ୍ରୀଛାତ୍ରମାନଙ୍କୁ ପ୍ରବଳ ବର୍ଷାରେ ମୁଣ୍ଡରେ ପଲିଥିନ ତଳେ ସୁରକ୍ଷିତ ସ୍ଥାନକୁ ନେଇଥିଲେ। ଏହି କୋମଳମତି ଶିଶୁମାନଙ୍କୁ କିଏ ସୁରକ୍ଷା ଦେବ ବୋଲି କେତେଜଣ ଅଭିଭାବକ ଅସନ୍ତୋଷ ପ୍ରକାଶ କରିଛନ୍ତି। ଅଦ୍ୟାବଧି ବ୍ଲକର ଅନେକ ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ ଯୋଗୁ ଗୋଟିଏ ଗୃହରେ ପ୍ରଥମରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାମାନେ ପାଠ ପଢ଼ା ହେଉଥିବା ଦେଖିବାକୁ ମିଳିଛି। ଉକ୍ତ ଶ୍ରେଣୀ ଗୃହରେ ପ୍ରଥମ ଶ୍ରେଣୀ ପିଲାମାନଙ୍କୁ ପାଠ ପଢାଯାଉଥିବା ବେଳେ ଅନ୍ୟ ଶ୍ରେଣୀ ପିଲାମାନେ କଳାପଟାକୁ ଛାହିଁବା ସାର ହୋଇଥାଏ ବୋଲି ଶିକ୍ଷାବିତ୍‌, ବୁଦ୍ଧିଜୀବୀ ଓ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଏହା ଶିକ୍ଷା ବ୍ୟବସ୍ଥା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି। ଏ ସମ୍ପର୍କରେ ବ୍ଲକ ଶିକ୍ଷା ଅଧିକାରୀ ତନ୍ମୟ କୁମାର ବେହେରାଙ୍କୁ ପଚାରିବାରେ ଉକ୍ତ ବିଦ୍ୟାଳୟ ଗୃହ ଅଭାବ ଥିବା ସମ୍ପର୍କରେ ଅବଗତ ଅଛୁ। ଆଗାମୀ ଦିନରେ ଗୃହ ନିର୍ମାଣ ସମସ୍ୟା ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ଅତର୍କିତ ଆକ୍ରମଣ କରିଥିଲେ ମା’-ପୁଅ: ଏବେ ଜେଲ୍‌ରେ…

ଦିଗପହଣ୍ଡି,୧୫।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ଏସ୍‌.ଚାଞ୍ଚଡାପଲ୍ଲୀ ଗ୍ରାମର ଗଗନ ପାତ୍ର ଏବଂ ତାଙ୍କ ସ୍ତ୍ରୀ ରାଜେଶ୍ୱରୀ ପାତ୍ରଙ୍କୁ ଘରେ ପଶି...

୯ ଘଣ୍ଟା ହେବ ବିଦ୍ୟୁତ୍‌ କାଟ: ଏହି ଦିନ ସକାଳ ୮ଟାରୁ କଟିଯିବ….

ବରଗଡ଼,୧୫।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ଭଟଲି ଏବଂ ଘେଁସ ଗ୍ରୀଡ ସବଷ୍ଟେଶନରେ ବାର୍ଷିକ ରକ୍ଷଣାବେକ୍ଷଣ...

ଶୀତରେ ଥରୁଛି ଖଜୁରିପଡ଼ା: ତାପମାନ ଯନ୍ତ୍ର ବସାଇବାକୁ ଦାବି

ଖଜୁରିପଡ଼ା, ୧୫ା୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ୍‌ ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଆଭ୍ୟନ୍ତରୀଣ ଅଞ୍ଚଳରେ ଶୀତର ପ୍ରଭାବ ବେଶୀ ଅନୁଭୂତ ହେଉଛି।...

ସ୍ବାମୀଙ୍କ ଅଶ୍ଲୀଳ ଫଟୋ ଭାଇରାଲ କରୁଥିଲେ ସ୍ତ୍ରୀ… ଜଣାପଡ଼ିବା ପରେ ଘଟିଗଲା ଏମିତି

ନୂଆଦିଲ୍ଲୀ,୧୫।୧୨: ମହିଳାଙ୍କ ଅଶ୍ଳୀଳ ଭିଡିଓ ଏବଂ ଫଟୋ ଭାଇରାଲ ଏକ ସାଧାରଣ ଘଟଣା। କିନ୍ତୁ ଗାଜିପୁରର ମହମ୍ମଦାବାଦରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କ ଅଶ୍ଳୀଳ ଫଟୋ...

ଶେଫାଳି ବର୍ମା ପ୍ଲେୟର ଅଫ୍‌ ଦି ମନ୍ଥ୍‌

ଦୁବାଇ, ୧୫ା୧୨: ଭାରତ ଓପନର ଶେଫାଳି ବର୍ମା ନଭେମ୍ୱର ମାସ ପାଇଁ ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ବିବେଚିତ ହୋଇଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ସେମିଫାଇନାଲରେ...

New Labour Law: ସପ୍ତାହକୁ ମିଳିବ କି ୩ଦିନ ଛୁଟି? କଣ କହିଲା ଶ୍ରମ ମନ୍ତ୍ରଣାଳୟ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୧୨: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରୁ ଅଫିସ୍ ପର୍ଯ୍ୟନ୍ତ, ଲୋକଙ୍କ ମନରେ ସମାନ ପ୍ରଶ୍ନ ଘୂରି ବୁଲୁଛି ଯେ, ଭାରତରେ ଚାରି ଦିନିଆ କାର୍ଯ୍ୟ ସପ୍ତାହ...

ମେସିଙ୍କ କ୍ରିକେଟ୍‌ କ୍ରେଜ୍‌: ବଡ଼ ଉପହାର ଦେଲେ ଜୟ ଶାହା

ନୂଆଦିଲ୍ଲୀ, ୧୫।୧୨: ଆର୍ଜେଣ୍ଟିନାର ଷ୍ଟାର ଫୁଟବଲ ଖେଳାଳି ଲିଓନେଲ ମେସି ତାଙ୍କ ଗୋଟ ଇଣ୍ଡିଆ ଟୁର୍‌ର ତୃତୀୟ ଦିନରେ ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି କାର୍ଯ୍ୟକ୍ରମ ଦିଲ୍ଲୀର...

ରାଜ୍ୟ ସରକାରଙ୍କ ବଡ଼ ଭେଟି: ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ୬୭% ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର,୧୫।୧୨: ଓଡ଼ିଶାର ଆୟୁଷ ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri