Posted inଜାତୀୟ

କଂଗ୍ରେସରେ ସଙ୍କଟମୋଚକଙ୍କ ଅଭାବ: ହାଇକମାଣ୍ଡଙ୍କୁ ନାହିଁ ଭୟ

ନୂଆଦିଲ୍ଲୀ, ୧୩।୭: ମଧ୍ୟପ୍ରଦେଶ ପରେ ଏବେ ରାଜସ୍ଥାନରେ ଶାସକ କଂଗ୍ରେସ ଦଳରେ ଅସନ୍ତୋଷ ବଢ଼ିଚାଲିଛି। ୧୩୫ ବର୍ଷ ସର୍ବପୁରାତନ ରାଜନୈତିକ ଦଳରେ ଏଭଳି ସ୍ଥିତି ଲଗାତାର ସୃଷ୍ଟି ହେବା ପଛରେ ଏକ ଗୁରୁତ୍ୱପୂର୍ଣ୍ଣ କାରଣ ରହିଛି। ଦଳରେ ସଙ୍କଟମୋଚକଙ୍କ ଅଭାବ ଯୋଗୁ ଅବସ୍ଥା ଗୁରୁତର ଆଡ଼କୁ ଗତି କରୁଛି। ଯୁବନେତା ଅସନ୍ତୁଷ୍ଟ ହେବାପରେ ହାଇକମାଣ୍ଡଙ୍କୁ ଭୟ କରୁ ନାହାଁନ୍ତି। ଖୋଲାଖୋଲି ବିଦ୍ରୋହ କରି ଭାଜପା ମୁହାଁ ହେବାରେ ଲାଗିଛନ୍ତି। ଦଳର ଅଧ୍ୟାକ୍ଷା ସୋନିଆ ଗାନ୍ଧୀଙ୍କ କ୍ଷେତ୍ରରେ ଏସବୁର ସହଜ ସମାଧାନ ସମ୍ଭବ ହୋଇପାରୁ ନ ଥିବା ଚର୍ଚ୍ଚା ହେଉଛି। ସେ ଘର ମଧ୍ୟରେ ସୀମିତ ହୋଇ ରହିଛନ୍ତି। ସେହିପରି ଦଳର ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏବଂ ରାହୁଲ ଗାନ୍ଧୀ କେବଳ ଟୁଇଟରରେ ସୀମିତ ହୋଇ ରହିଯାଇଛନ୍ତି। ବିଭିନ୍ନ ସଦସ୍ୟଙ୍କ ସହିତ ମିଳାମିଶା ତୃଣମୂଳସ୍ତରରୁ ଦଳର ସାଂଗଠନିକ କ୍ଷେତ୍ରକୁ ମଜବୁତ କରିବାଠାରୁ ସେମାନେ ଦୂରେଇ ରହୁଛନ୍ତି। ଫଳରେ ଦଳ ପାଇଁ ଦୀର୍ଘଦିନ ଧରି କାମ କରୁଥିବା ନେତାଙ୍କ ମଧ୍ୟରେ ବିଦ୍ରୋହ ଭାବନା ଆସୁଛି। ଏଥିପାଇଁ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏବଂ ରାହୁଲ ଗାନ୍ଧୀ ଯୋଜନାବଦ୍ଧ ଭାବେ ରଣନୀତି ପ୍ରସ୍ତୁତ କରିବା ଆବଶ୍ୟକ ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri