ବିଶ୍ରାମାଗାର ନିର୍ମାଣରେ ଦୂରଦୃଷ୍ଟି ଅଭାବ

ପରଜଙ୍ଗ, ୧୩।୭(ଡି.ଏନ.ଏ.) – ବିଶ୍ରାମାଗାର ନିର୍ମାଣରେ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ)ଙ୍କ ଦୂରଦୃଷ୍ଟିର ଅଭାବ ପ୍ରତିବାଦରେ ମଙ୍ଗଳବାର ରାସ୍ତାକୁ ଓହ୍ଲାଇଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପଥରଖମ୍ବ ଗ୍ରାମବାସୀ। ସେମାନେ ପୂର୍ବାହ୍ନ ୯ଟାରୁ ଦୁଇଘଣ୍ଟା ଧରି ପଥରଖମ୍ବ ଛକ ନିକଟରେ ୫୩ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ।
ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ପଥରଖମ୍ବ ଗ୍ରାମର ଜନସଂଖ୍ୟା ପ୍ରାୟ ୪୦୦୦। ଗ୍ରାମର ଜନସାଧାରଣ, ଛାତ୍ରୀଛାତ୍ର, ରୋଗୀ ମୁଖ୍ୟତଃ ବସ୍‌ ଉପରେ ନିର୍ଭରଶୀଳ। ତେବେ ଏନ୍‌ଏଚ୍‌ଏଆଇ ପକ୍ଷରୁ ଗ୍ରାମ ନିକଟରେ ଥିବା ପୁରାତନ ବସ୍‌ ରହଣି ସ୍ଥଳ ପରିବର୍ତ୍ତେ ସେଠାରୁ ୫୦୦ ମିଟର ଦୂରରେ ବିଶ୍ରାମାଗାର ନିର୍ମାଣ କରାଯାଇଛି। ସେହିପରି ଉକ୍ତ ସ୍ଥାନକୁ ଯିବା ପାଇଁ ସର୍ଭିସ ରୋଡ୍‌ ମଧ୍ୟ ନାହିଁ। ଫଳରେ ଜାତୀୟ ରାଜପଥରେ ଗାଡ଼ିକୁ ଅପେକ୍ଷା କରିବା ବେଳେ ଦୁର୍ଘଟଣା ଘଟିବା ଆଶଙ୍କା ରହିଛି। ଏ ସଂକ୍ରାନ୍ତରେ ଏନ୍‌ଏଚ୍‌ଏଆଇ କର୍ତ୍ତୃପକ୍ଷ ଏବଂ ସ୍ଥାନୀୟ ପ୍ରଶାସନ ପାଖରେ ଅଭିଯୋଗ କରାଯାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉନାହିଁ। ତେଣୁ ସେମାନେ ଆନ୍ଦୋଳନକୁ ଓହ୍ଲାଇଥିବା କହିଛନ୍ତି।
ରାସ୍ତାରୋକୋ ଯୋଗୁ ତାଳଚେରରୁ ଡୁବୁରୀ ଏବଂ ଡୁବୁରୀରୁ ତାଳଚେରକୁ ଚଳାଚଳ କରୁଥିବା ଶତାଧିକ ଯାନବାହନ ୨ ଘଣ୍ଟା ଧରି ଅଟକି ରହିଥିଲା। ସୂଚନା ପାଇ କାମାକ୍ଷାନଗର ଆଇଆଇସି ଶରତ ମହାଳିକ, ପରଜଙ୍ଗ ତହସିଲଦାର ଖଗେଶ୍ୱର ପାତ୍ର ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିଥିଲେ। ଦାବି ପୂରଣ ଲାଗି ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ମିଳିବା ପରେ ରାସ୍ତାରୋକୋ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri