ବିଶ୍ରାମାଗାର ନିର୍ମାଣରେ ଦୂରଦୃଷ୍ଟି ଅଭାବ

ପରଜଙ୍ଗ, ୧୩।୭(ଡି.ଏନ.ଏ.) – ବିଶ୍ରାମାଗାର ନିର୍ମାଣରେ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ)ଙ୍କ ଦୂରଦୃଷ୍ଟିର ଅଭାବ ପ୍ରତିବାଦରେ ମଙ୍ଗଳବାର ରାସ୍ତାକୁ ଓହ୍ଲାଇଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପଥରଖମ୍ବ ଗ୍ରାମବାସୀ। ସେମାନେ ପୂର୍ବାହ୍ନ ୯ଟାରୁ ଦୁଇଘଣ୍ଟା ଧରି ପଥରଖମ୍ବ ଛକ ନିକଟରେ ୫୩ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ।
ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ପଥରଖମ୍ବ ଗ୍ରାମର ଜନସଂଖ୍ୟା ପ୍ରାୟ ୪୦୦୦। ଗ୍ରାମର ଜନସାଧାରଣ, ଛାତ୍ରୀଛାତ୍ର, ରୋଗୀ ମୁଖ୍ୟତଃ ବସ୍‌ ଉପରେ ନିର୍ଭରଶୀଳ। ତେବେ ଏନ୍‌ଏଚ୍‌ଏଆଇ ପକ୍ଷରୁ ଗ୍ରାମ ନିକଟରେ ଥିବା ପୁରାତନ ବସ୍‌ ରହଣି ସ୍ଥଳ ପରିବର୍ତ୍ତେ ସେଠାରୁ ୫୦୦ ମିଟର ଦୂରରେ ବିଶ୍ରାମାଗାର ନିର୍ମାଣ କରାଯାଇଛି। ସେହିପରି ଉକ୍ତ ସ୍ଥାନକୁ ଯିବା ପାଇଁ ସର୍ଭିସ ରୋଡ୍‌ ମଧ୍ୟ ନାହିଁ। ଫଳରେ ଜାତୀୟ ରାଜପଥରେ ଗାଡ଼ିକୁ ଅପେକ୍ଷା କରିବା ବେଳେ ଦୁର୍ଘଟଣା ଘଟିବା ଆଶଙ୍କା ରହିଛି। ଏ ସଂକ୍ରାନ୍ତରେ ଏନ୍‌ଏଚ୍‌ଏଆଇ କର୍ତ୍ତୃପକ୍ଷ ଏବଂ ସ୍ଥାନୀୟ ପ୍ରଶାସନ ପାଖରେ ଅଭିଯୋଗ କରାଯାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉନାହିଁ। ତେଣୁ ସେମାନେ ଆନ୍ଦୋଳନକୁ ଓହ୍ଲାଇଥିବା କହିଛନ୍ତି।
ରାସ୍ତାରୋକୋ ଯୋଗୁ ତାଳଚେରରୁ ଡୁବୁରୀ ଏବଂ ଡୁବୁରୀରୁ ତାଳଚେରକୁ ଚଳାଚଳ କରୁଥିବା ଶତାଧିକ ଯାନବାହନ ୨ ଘଣ୍ଟା ଧରି ଅଟକି ରହିଥିଲା। ସୂଚନା ପାଇ କାମାକ୍ଷାନଗର ଆଇଆଇସି ଶରତ ମହାଳିକ, ପରଜଙ୍ଗ ତହସିଲଦାର ଖଗେଶ୍ୱର ପାତ୍ର ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିଥିଲେ। ଦାବି ପୂରଣ ଲାଗି ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ମିଳିବା ପରେ ରାସ୍ତାରୋକୋ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri