ଭିତ୍ତିଭୂମି ଅଭାବ, ମିଳୁନି ଚିକିତ୍ସା ସୁବିଧା

ରାଉରକେଲା,୭।୮(ବିପ୍ଳବ ରଞ୍ଜନ ଦାଶ): ରାଉରକେଲାରେ କାର୍ଯ୍ୟରତ ରେଳ କର୍ମଚାରୀ ଓ ସେମାନଙ୍କ ପରିବାର ଲୋକଙ୍କ ରେଲେଔ କଲୋନୀରେ ସ୍ବାସ୍ଥ୍ୟକେନ୍ଦ୍ର ସ୍ଥାପନ କରାଯାଇଛି। ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ରେଲଓ୍ବେ କଲୋନୀର ସାନିଟାଇଜେଶନ ସହିତ ରେଳ କର୍ମଚାରୀଙ୍କ ସ୍ବାସ୍ଥ୍ୟସେବା ନିର୍ଭର କରୁଛି। କଲୋନୀରେ ରେଳ କର୍ମଚାରୀମାନଙ୍କ ପାଇଁ ନିର୍ମିତ ୧ହଜାର କ୍ୱାର୍ଟର ପରିସର ସଫେଇ ଏବଂ ସାନିଟାଇଜ କରିବା ପାଇଁ ୩୧ଜଣ କର୍ମଚାରୀ ଦରକାର। ଆବଶ୍ୟକ ସଂଖ୍ୟକ କର୍ମଚାରୀ ନ ଥିବାରୁ ଏହି କାର୍ଯ୍ୟ ବାଧାପ୍ରାପ୍ତ ହେଉଛି। ମାତ୍ର ୩ଜଣ କର୍ମଚାରୀରେ ଯେନତେଣ ପ୍ରକାରେ ସଖେଇ କରାଯାଉଛି। ସେହିପରି କଲୋନୀର ୧୦ହଜାର ଲୋକଙ୍କ ବିଭିନ୍ନ ସ୍ବାସ୍ଥ୍ୟଗତ ପରୀକ୍ଷା ପାଇଁ ଲ୍ୟାବ୍‌ ସୁବିଧା ଏଯାଏ ହୋଇନାହିଁ। ଜଣେ ଫାର୍ମାସିଷ୍ଟ, ଜଣେ ଏମ୍‌ଓ ଏବଂ କିଛି ଡାକ୍ତରୀ ଦଳ ସହଯୋଗରେ ଏହି ଡାକ୍ତରଖାନା ଚାଲିଛି। ଅନ୍ୟପକ୍ଷେ ଜିଲେବି ଘାଟ, ରିମ୍‌ଝିମ୍‌ ବସ୍ତିରେ ରହୁଥିବା କର୍ମଚାରୀମାନେ ଆବଶ୍ୟକ ସ୍ବାସ୍ଥ୍ୟସେବା ପାଉ ନ ଥିବା ଅଭିଯୋଗ କରିଛନ୍ତି। ଫଳରେ ସେମାନେ ବେସରକାରୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ଖର୍ଚ୍ଚାନ୍ତ ହେଉଥିବା କହିଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ରରେ ଲ୍ୟାବ ଓ ଲ୍ୟାବ ଆସିଷ୍ଟାଣ୍ଟ ରହିଲେ ସମସ୍ୟାର ସମାଧାନ ହୁଅନ୍ତା ବୋଲି ଫାର୍ମାସିଷ୍ଟ ନରସିଂହ ପ୍ରସାଦ ପାଢୀ କହିଛନ୍ତି। ଏ ନେଇ ମେଡିକାଲ ଅଫିସର ଡ. ପ୍ରକାଶ କୁମାରଙ୍କୁ ପଚାରିବାରୁ ସେ କହିଥିଲେ, ରେଲଓ୍ବେ କଲୋନୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସାନିଟାଇଜ ସଫେଇ କର୍ମଚାରୀ ପଦବୀ ପୂରଣ ନିମନ୍ତେ ରେଳ ବିଭାଗ ଉଚ୍ଚ କର୍ତ୍ତୃପକ୍ଷ ଓ ଆର୍‌ଏମ୍‌ସିକୁ ବାରମ୍ବାର ଜଣାଇଛୁ। ମାତ୍ର ସମସ୍ୟାର ସମାଧାନ ହେଉନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ବର୍ଷ ପରେ କୁମ୍ଭ ରାଶିରେ ସୃଷ୍ଟି ହେଲା ‘ଅଦ୍ଭୁତ ଯୋଗ’: ଏହି ୩ ରାଶିଙ୍କର ଅଚାନକ ଘଟିବ…

୬ ଫେବୃଆରୀ, ୨୦୨୬ ଠାରୁ, ସୁଖ, ସମୃଦ୍ଧି ଏବଂ ପ୍ରେମର ଗ୍ରହ ଶୁକ୍ର, ତାଙ୍କ ବନ୍ଧୁ ଶନିଙ୍କ ରାଶି କୁମ୍ଭରେ ପ୍ରବେଶ କରିଛନ୍ତି। ଏଠାରେ, ଏହା ତାଙ୍କ…

ଆଉ U19 ବିଶ୍ୱକପରେ ଖେଳିପାରିବେ ନାହିଁ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ ଆଶ୍ଚର୍ଯ୍ୟଜନକ କାରଣ

ନୂଆଦିଲ୍ଲୀ,୭।୨: ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ୨୦୨୬ର ୧୯ ବର୍ଷରୁ କମ ବିଶ୍ୱକପରେ ଇତିହାସ ରଚିଥିଲେ। ଫାଇନାଲରେ ୮୦ ବଲ ରୁ ୧୭୫ ରନ କରି ଭାରତକୁ…

ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦି, କହିଲେ…

ନୂଆଦିଲ୍ଲୀ,୭।୨: ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ଗୁରୁବାର କହିଛନ୍ତି ଯେ ଭାରତ ଏବଂ ଆମେରିକା ମାର୍ଚ୍ଚ ମାସରେ ଏକ ବହୁ ପ୍ରତୀକ୍ଷିତ ଦ୍ୱିପାକ୍ଷିକ ବାଣିଜ୍ୟ…

ଟାରିଫ୍‌ ହ୍ରାସ ଦ୍ୱାରା ଉଭୟ ଦେଶ କ’ଣ ଫାଇଦା ପାଇବେ? ବୁଝନ୍ତୁ ପୂରା ଗଣିତ…

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ପାରସ୍ପରିକ ବାଣିଜ୍ୟକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଉଭୟ ଦେଶ ଏକ ଅନ୍ତରୀଣ ବାଣିଜ୍ୟ ଚୁକ୍ତିନାମା ପାଇଁ…

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ଶେଷାନ ଓ ଗାଈଆଳ ପିଲା

ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ…

କର୍ପୋରେଟ୍‌ଙ୍କ ସ୍ବାର୍ଥରେ

ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪…

କଡ଼ା ନିୟମ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri