ରକ୍ଷଣାବେକ୍ଷଣ ଅଭାବରୁ ରାସ୍ତା ପାର୍ଶ୍ୱ ଗଛ ବେସାହାରା

ଖଣ୍ଡପଡ଼ା,୨୯ା୫(ସ୍ବ.ପ୍ର.): ପରିବେଶ ସୁରକ୍ଷା ଓ ମୃତ୍ତିକା କ୍ଷୟ ରୋକିବା ପାଇଁ ଚାରା ରୋପଣ ଜରୁରୀ। ହେଲେ ବିଭିନ୍ନ ରାସ୍ତା ନବୀକରଣ ଓ ସମ୍ପ୍ରସାରଣ ପାଇଁ ବହୁ ଗଛ କଟା ଯାଉଛି। ଏହି ଅଭାବକୁ ପୂରଣ କରିବା ପାଇଁ ରାଜ୍ୟ ସରକାର ପ୍ରତିବର୍ଷ ଲକ୍ଷାଧିକ ଟଙ୍କା ବ୍ୟୟ କରି ଚାରା ରୋପଣ କରୁଛନ୍ତି। ହେଲେ ବିଭାଗୀୟ କର୍ମଚାରୀଙ୍କ ଆନ୍ତରିକତାର ଅଭାବରୁ ଏ ଯୋଜନା ବାଟବଣା ହେଉଥିବା ଅଭିଯୋଗ ହେଉଛି। ଗତ ୩ ବର୍ଷ ପୂର୍ବରୁ ଖଣ୍ଡପଡ଼ା ବନ ବିଭାଗ ଅଧୀନ କଣ୍ଟିଲୋ ନିକଟ ଶୁଳିଆ-କୁମୁଣ୍ଡି ଭାୟା ଚୈତନ୍ୟପୁର ଗ୍ରାମ ଦେଇ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ନିର୍ମିତ ବାଇପାସ୍‌ ରାସ୍ତାର ଉଭୟ ପାର୍ଶ୍ୱରେ ବନୀକରଣ କରାଯାଇଥିଲା।ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆରଇଜିଏସ୍‌)ରେ ରାସ୍ତାର ଉଭୟ ପାର୍ଶ୍ୱ ଶୁଳିଆ ଛକଠାରୁ ଚୈତନ୍ୟପୁର ଗ୍ରାମ ଦେଇ କଣ୍ଟିଲୋ-ଗଣିଆ ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତା କୁମୁଣି ପର୍ଯ୍ୟନ୍ତ ବାଇପାସ୍‌ ରାସ୍ତାରେ ପ୍ରାୟ ୫ଶହରୁ ଊର୍ଦ୍ଧ୍ୱ ବିଭିନ୍ନ ଛାୟା ଓ ଫଳପ୍ରଦାନକାରୀ ଚାରା ରୋପଣ କରାଯାଇଥିଲା। ବନ ବିଭାଗ ପକ୍ଷରୁ ସେହି ଚାରାର ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ଏ ବାବଦରେ ଲକ୍ଷାଧିକ ଟଙ୍କା ବ୍ୟୟ ହୋଇଥିଲା। ଗତ ୬ମାସ ପୂର୍ବରୁ ଜଣେ ଜଗୁଆଳିଙ୍କ ଦ୍ୱାରା ଚାରାଗୁଡିକର ଯନତ୍ ନିଆଯାଇଥିଲା।
ମାତ୍ର ପରବର୍ତ୍ତୀ ସମୟରେ ବିଭାଗୀୟ ଅଧିକାରୀଙ୍କ ଅବହେଳା ଓ ଗ୍ରୀଷ୍ମ ପ୍ରବାହ ସମୟରେ ଚାରା ମୂଳରେ ପାଣି ଦିଆ ନ ଯିବାରୁ ସେହି ଗଛଗୁଡ଼ିକ ମରିବାକୁ ବସିଛି। ଚୈତନ୍ୟପୁର ଗ୍ରାମର ଚନ୍ଦ୍ରମଣି ପ୍ରଧାନ, କେଶବ ନାୟକ, ମଧୁସୁଦନ ସ୍ବାଇଁଙ୍କ ସମେତ ଅନେକ ଗ୍ରାମବାସୀ ଅଭିଯୋଗ କରିଛନ୍ତି ଆବଶ୍ୟକ ରକ୍ଷଣାବେକ୍ଷଣ ଅଭାବରୁ ଗଛ ମୂଳରୁ ଅଟେଇଗୁଡିକ ଭାଙ୍ଗିରୁଜି ନଷ୍ଟ ହୋଇଛି କେତେକ ଚାରା ନଷ୍ଟ ହେବାକୁ ବସିଛି। ଏ ଦିଗରେ ବିଭାଗୀୟ ଅଧିକାରୀ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।ଏ ସଂକ୍ରାନ୍ତରେ କଣ୍ଟିଲୋ ସେକ୍ସନ ଫରେଷ୍ଟର ବିଜୟ କୁମାର ପ୍ରଧାନ କହିଛନ୍ତି, ଗତ ୩ ବର୍ଷ ତଳେ ଏମ୍‌ଜିଏନ୍‌ଆରଇଜିଏସ୍‌ ଯୋଜନାରେ ପଥପାର୍ଶ୍ୱ ବନୀକରଣ କରାଯାଇ ଏହାର ରକ୍ଷଣାବେକ୍ଷଣ କରାଯାଉଥିଲା। ମାତ୍ର ଗତବର୍ଷଠାରୁ ଏ ବାବଦରେ କୌଣସି ଅନୁଦାନ ଆସୁ ନ ଥିବାରୁ ସମସ୍ୟା ସୃଷ୍ଟି ହୋଇଛି । ବିଭାଗୀୟ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ଆଲୋଚନା କରି ଏ ଦିଗରେ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ପ୍ରଧାନ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri