ରକ୍ଷଣାବେକ୍ଷଣ ଅଭାବରୁ ରାସ୍ତା ପାର୍ଶ୍ୱ ଗଛ ବେସାହାରା

ଖଣ୍ଡପଡ଼ା,୨୯ା୫(ସ୍ବ.ପ୍ର.): ପରିବେଶ ସୁରକ୍ଷା ଓ ମୃତ୍ତିକା କ୍ଷୟ ରୋକିବା ପାଇଁ ଚାରା ରୋପଣ ଜରୁରୀ। ହେଲେ ବିଭିନ୍ନ ରାସ୍ତା ନବୀକରଣ ଓ ସମ୍ପ୍ରସାରଣ ପାଇଁ ବହୁ ଗଛ କଟା ଯାଉଛି। ଏହି ଅଭାବକୁ ପୂରଣ କରିବା ପାଇଁ ରାଜ୍ୟ ସରକାର ପ୍ରତିବର୍ଷ ଲକ୍ଷାଧିକ ଟଙ୍କା ବ୍ୟୟ କରି ଚାରା ରୋପଣ କରୁଛନ୍ତି। ହେଲେ ବିଭାଗୀୟ କର୍ମଚାରୀଙ୍କ ଆନ୍ତରିକତାର ଅଭାବରୁ ଏ ଯୋଜନା ବାଟବଣା ହେଉଥିବା ଅଭିଯୋଗ ହେଉଛି। ଗତ ୩ ବର୍ଷ ପୂର୍ବରୁ ଖଣ୍ଡପଡ଼ା ବନ ବିଭାଗ ଅଧୀନ କଣ୍ଟିଲୋ ନିକଟ ଶୁଳିଆ-କୁମୁଣ୍ଡି ଭାୟା ଚୈତନ୍ୟପୁର ଗ୍ରାମ ଦେଇ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ନିର୍ମିତ ବାଇପାସ୍‌ ରାସ୍ତାର ଉଭୟ ପାର୍ଶ୍ୱରେ ବନୀକରଣ କରାଯାଇଥିଲା।ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆରଇଜିଏସ୍‌)ରେ ରାସ୍ତାର ଉଭୟ ପାର୍ଶ୍ୱ ଶୁଳିଆ ଛକଠାରୁ ଚୈତନ୍ୟପୁର ଗ୍ରାମ ଦେଇ କଣ୍ଟିଲୋ-ଗଣିଆ ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତା କୁମୁଣି ପର୍ଯ୍ୟନ୍ତ ବାଇପାସ୍‌ ରାସ୍ତାରେ ପ୍ରାୟ ୫ଶହରୁ ଊର୍ଦ୍ଧ୍ୱ ବିଭିନ୍ନ ଛାୟା ଓ ଫଳପ୍ରଦାନକାରୀ ଚାରା ରୋପଣ କରାଯାଇଥିଲା। ବନ ବିଭାଗ ପକ୍ଷରୁ ସେହି ଚାରାର ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ଏ ବାବଦରେ ଲକ୍ଷାଧିକ ଟଙ୍କା ବ୍ୟୟ ହୋଇଥିଲା। ଗତ ୬ମାସ ପୂର୍ବରୁ ଜଣେ ଜଗୁଆଳିଙ୍କ ଦ୍ୱାରା ଚାରାଗୁଡିକର ଯନତ୍ ନିଆଯାଇଥିଲା।
ମାତ୍ର ପରବର୍ତ୍ତୀ ସମୟରେ ବିଭାଗୀୟ ଅଧିକାରୀଙ୍କ ଅବହେଳା ଓ ଗ୍ରୀଷ୍ମ ପ୍ରବାହ ସମୟରେ ଚାରା ମୂଳରେ ପାଣି ଦିଆ ନ ଯିବାରୁ ସେହି ଗଛଗୁଡ଼ିକ ମରିବାକୁ ବସିଛି। ଚୈତନ୍ୟପୁର ଗ୍ରାମର ଚନ୍ଦ୍ରମଣି ପ୍ରଧାନ, କେଶବ ନାୟକ, ମଧୁସୁଦନ ସ୍ବାଇଁଙ୍କ ସମେତ ଅନେକ ଗ୍ରାମବାସୀ ଅଭିଯୋଗ କରିଛନ୍ତି ଆବଶ୍ୟକ ରକ୍ଷଣାବେକ୍ଷଣ ଅଭାବରୁ ଗଛ ମୂଳରୁ ଅଟେଇଗୁଡିକ ଭାଙ୍ଗିରୁଜି ନଷ୍ଟ ହୋଇଛି କେତେକ ଚାରା ନଷ୍ଟ ହେବାକୁ ବସିଛି। ଏ ଦିଗରେ ବିଭାଗୀୟ ଅଧିକାରୀ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।ଏ ସଂକ୍ରାନ୍ତରେ କଣ୍ଟିଲୋ ସେକ୍ସନ ଫରେଷ୍ଟର ବିଜୟ କୁମାର ପ୍ରଧାନ କହିଛନ୍ତି, ଗତ ୩ ବର୍ଷ ତଳେ ଏମ୍‌ଜିଏନ୍‌ଆରଇଜିଏସ୍‌ ଯୋଜନାରେ ପଥପାର୍ଶ୍ୱ ବନୀକରଣ କରାଯାଇ ଏହାର ରକ୍ଷଣାବେକ୍ଷଣ କରାଯାଉଥିଲା। ମାତ୍ର ଗତବର୍ଷଠାରୁ ଏ ବାବଦରେ କୌଣସି ଅନୁଦାନ ଆସୁ ନ ଥିବାରୁ ସମସ୍ୟା ସୃଷ୍ଟି ହୋଇଛି । ବିଭାଗୀୟ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ଆଲୋଚନା କରି ଏ ଦିଗରେ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ପ୍ରଧାନ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?