ପ୍ରୋତ୍ସାହନ ଅଭାବ: ଲୁଣିମାଠିଆ ଆଦିବାସୀ ହକି ଖେଳାଳି

ମହାକାଳପଡ଼ା,୧୩ା୧(ଡି.ଏନ୍‌.ଏ.): ହକି ବିଶ୍ୱକପ୍‌ ପାଇଁ ସାରା ଓଡ଼ିଶା ସହ ବିଶ୍ୱ ଚଳଚଞ୍ଚଳ ହୋଇଉଠିଛି। ରାଜ୍ୟର ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଓ ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ବିଭିନ୍ନ ଦେଶରୁ ଆସିଥିବା ଖେଳାଳି ଖେଳ ନୈପୁଣ୍ୟତା ଦେଖାଇବେ। ହେଲେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପଟ୍‌ଛେଲା ପଞ୍ଚାୟତ ଲୁଣିମାଠିଆ ଗାଁରେ ଅନେକ ଆଦିବାସୀ ପ୍ରତିଭାବାନ୍‌ ଖେଳାଳିଙ୍କ ହକି ଖେଳ ପ୍ରତି ଆଗ୍ରହ ଥିଲେ ମଧ୍ୟ ରାଜ୍ୟ ସରକାରଙ୍କ ଦୃଷ୍ଟି ଆଢ଼ୁଆଳରେ ରହି ଯାଉଛନ୍ତି। ଖେଳାଳିମାନେ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହକି ବିଶ୍ୱକପ୍‌ ଆୟୋଜନ କରୁଥିବା ବେଳେ ଆମ ଗାଁର ହକି କ୍ରୀଡ଼ା ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବା ପାଇଁ ଅନୁରୋଧ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରୋତ୍ସାହନ ମିଳିଲେ ଗାଁ ଖେଳାଳିମାନେ ଜିଲା, ରାଜ୍ୟ, ଜାତୀୟ ସ୍ତରରେ ପହଞ୍ଚତ୍ବା ପାଇଁ ଉଦ୍ୟମ କରିବୁ ବୋଲି ହକି ଅଧିନାୟକ ଉତ୍ତମ କୁମାର ମାଝି ମତବ୍ୟକ୍ତ କରିଛନ୍ତି।
ହକି କ୍ରୀଡାବିତ୍‌ ଗଙ୍ଗାଧର ମୁର୍ମୁ କହିଛନ୍ତି, ଲୁଣିମାଠିଆ ଗାଁର ଖେଳାଳିଙ୍କ ହକି ଖେଳ ପ୍ରତି ଆଗ୍ରହ ଥିଲେ ମଧ୍ୟ କିଛି ସରକାରୀ ପ୍ରୋତ୍ସାହନ ମିଳିଲେ ଆମେ ନିଶ୍ଚିତ ଆଗକୁ ମନୋବଳ ବଢ଼ିବ। ହକି ଷ୍ଟିକ ଓ ବଲ୍‌ ନ ଥିବାରୁ ବାଧ୍ୟ ହୋଇ ପିଲାମାନେ ବାଉଁଶ ଲାଠି, ରବର୍‌ ଚପଲ ବଲ କରି ଖେଳୁଛନ୍ତି। ସୌମେନ୍ଦ୍ର ସୋରେନ କହିଛନ୍ତି, କେନ୍ଦ୍ରାପଡ଼ା ଜିଲାରେ ଏକମାତ୍ର ଏହି ଲୁଣିମାଠିଆ ଗ୍ରାମରେ ବହୁ ହକି ଖେଳାଳି ଥିଲେ ମଧ୍ୟ ଏମାନେ ସମସ୍ତଙ୍କ ନଜର ଆଡୁଆଳିରେ ରହି ଯାଇଛନ୍ତି। ଏହି ହକି ଖେଳାଳିମାନଙ୍କ ଆର୍ଥିକ ସ୍ଥିତି ଦୁର୍ବଳ ଥିବାରୁ ରୋଜଗାର ପାଇଁ ବାଧ୍ୟ ହୋଇ ରାଜ୍ୟ ବାହାରକୁ ଯାଉଛନ୍ତି। ସାମାଜିକ କର୍ମୀ ଲକ୍ଷ୍ମୀକାନ୍ତ ସ୍ବାଇଁ କହିଛନ୍ତି, ଏହି ଅଞ୍ଚଳର ହକି ଖେଳାଳିମାନଙ୍କୁ ସରକାରୀ, ବେସରକାରୀ ସ୍ତରରେ ଆର୍ଥିକ ସହାୟତା ଓ ପ୍ରୋତ୍ସାହନ ଯୋଗାଇ ଦେଲେ ଏମାନେ ଭଲ ଖେଳ ପ୍ରଦର୍ଶନ କରିପାରନ୍ତେ। ଅପରପକ୍ଷରେ ହକି ବିଶ୍ୱକପ୍‌ ମହାକୁମ୍ଭ ଆରମ୍ଭ ହୋଇଥିଲା ବେଳେ ମହାକାଳପଡ଼ା ବ୍ଲକ ଲୁଣିମାଠିଆ ଗାଁର ଏହି ଆଦିବାସୀ ହକି ଖେଳାଳିମାନେ ବାଉଁଶ ଲାଠି ଓ ଛିଣ୍ଡା ଚପଲରେ ଦୈନିକ ହକି ଖେଳ ଖେଳୁଥିବା ମୋହନ ମାଝି, ଦାସ ମାଝି, ଲକ୍ଷ୍ମଣ ହେମ୍ବ୍ରମ୍‌, ଦେବଦତ୍ତ ମାଝି, ଶକ୍ତି ଚୋପିଆର, ପ୍ରଶାନ୍ତ ଟୁଡୁ, ରାଜେଶ ଟୁଡୁଙ୍କ ସମେତ ଅନ୍ୟ ଖେଳାଳିମାନେ ଅଭ୍ୟାସ କରୁଥିବା ଦେଖିବାକୁ ମିଳିଛି। ରାଜ୍ୟ ସରକାର ଏହି ଖେଳାଳିଙ୍କ ପ୍ରତି ଦୃଷ୍ଟି ଦେବା ପାଇଁ ସ୍ଥାନୀୟ ବୁଦ୍ଧିଜୀବୀ ମହଲରେ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri