କୋରମ ଅଭାବ: ସରପଞ୍ଚଙ୍କ ବିରୋଧରେ କାଟ୍‌ ଖାଇଲା ଅନାସ୍ଥା ପ୍ରସ୍ତାବ

ଦିଗପହଣ୍ଡି/ପାଟପୁର,୩ା୧(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ସରପଞ୍ଚ ବର୍ଷା ସେଠୀଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବକୁ କେନ୍ଦ୍ରକରି ଦୀର୍ଘଦିନ ଧରି ଲାଗି ରହିଥିବା ରାଜନୈତିକ ଛକାପଞ୍ଝାର ଅବସାନ ଘଟିଛି । ଗୁରୁବାର ଆବଶ୍ୟକ ଓ୍ବାର୍ଡ ସଭ୍ୟାସଭ୍ୟଙ୍କ ଅନୁପସ୍ଥିତ ତଥା କୋରମ ଅଭାବରୁ ଭୋଟିଂ ପ୍ରକିୟା ବାଧାପ୍ରାପ୍ତ ହୋଇଥିବା ବେଳେ କାଟ୍‌ ଖାଇଛି ଅନାସ୍ଥା ପ୍ରସ୍ତାବ। ବ୍ରହ୍ମପୁର ଉପଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ପଞ୍ଚାୟତ କାର୍ଯ୍ୟାଳୟରେ ସାନଖେମୁଣ୍ଡି ତହସିଲଦାର ତଥା ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ୍‌ ରାମଚନ୍ଦ୍ର ପଟ୍ଟନାୟକଙ୍କ ଉପସ୍ଥିତିରେ ଭୋଟିଂ କାର୍ଯ୍ୟ ଆରମ୍ଭ ହୋଇଥିଲା। ଶାନ୍ତିଶୃଙ୍ଖଳା ଆଶଙ୍କାରେ ଦିଗପହଣ୍ଡି ପୋଲିସ ପକ୍ଷରୁ ଏକ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ଗତ ୨୦୨୪ ଅକ୍ଟୋବର ୧୮ରେ ସରପଞ୍ଚଙ୍କ ଖାମଖିଆଲି ମନୋଭାବ ଏବଂ ସରକାରଙ୍କ ବିକାଶ ଯୋଜନାକୁ ନିର୍ବାଚିତ ପ୍ରତିନିଧିଙ୍କୁ ଅବଗତ କରାଯାଉ ନ ଥିବା ନେଇ ପଞ୍ଚାୟତର ୧୮ ଜଣ ଓ୍ବାର୍ଡ ସଭ୍ୟାସଭ୍ୟଙ୍କ ମଧ୍ୟରୁ ୧୫ଜଣ ବ୍ରହ୍ମପୁର ଉପଜିଲାପାଳଙ୍କ ନିକଟରେ ଅନାସ୍ଥା ପ୍ରସ୍ତାବ ନେଇ ଦାବିପତ୍ର ପ୍ରଦାନ କରିଥିଲେ। ଏହାର କିଛିଦିନ ପରେ ୭ ଜଣ ଓ୍ବାର୍ଡ ସଭ୍ୟାସଭ୍ୟ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ନୋଟିସ୍‌କୁ ବିରୋଧ କରି ଏକ ନାଟକୀୟ ଘଟଣାକ୍ରମେ ସରପଞ୍ଚଙ୍କ ସପକ୍ଷରେ ଯାଇ ବ୍ରହ୍ମପୁର ଉପଜିଲାପାଳଙ୍କ ନିକଟରେ ହାଜର ହୋଇ ସରପଞ୍ଚଙ୍କୁ ବଦନାମ କରିବା ପାଇଁ ନାଏବ ସରପଞ୍ଚ ବିଟୁ ଗୌଡ଼ ସମସ୍ତଙ୍କୁ ମିଛ କହି ସ୍ବାକ୍ଷର ନେଇଥିଲେ ବୋଲି ଅଭିଯୋଗ ପତ୍ର ପ୍ରଦାନ କରିଥିଲେ। ଏନେଇ ସେମାନେ ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଦାବି ମଧ୍ୟ କରିଥିଲେ। କିନ୍ତୁ ଜିଲା ପ୍ରଶାସନ ସରପଞ୍ଚଙ୍କ ବିରୋଧରେ ପୂର୍ବରୁ ଦିଆଯାଇଥିବା ଅନାସ୍ଥା ନୋଟିସ୍‌କୁ ଭିତ୍ତିକରି ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଭୋଟିଂ ପାଇଁ ଗୁରୁବାର ସମୟ ଧାର୍ଯ୍ୟ କରିଥିଲେ। ତେବେ ଭୋଟିଂ ସମୟରେ ସମୁଦାୟ ୧୮ ଓ୍ବାର୍ଡ ସଭ୍ୟାସଭ୍ୟଙ୍କ ମଧ୍ୟରୁ ମାତ୍ର ୧୨ ଜଣ ଉପସ୍ଥିତ ଥିଲେ।

ପରବର୍ତ୍ତୀ ସମୟରେ ବ୍ରହ୍ମପୁର ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଭୋଟିଂ ବକ୍ସ ସିଲ୍‌ କରାଯାଇ ଫଳାଫଳ ଘୋଷଣା କରାଯାଇ ନ ଥିବା ଦାୟିତ୍ୱରେ ରହିଥିବା ନିର୍ବାଚନ ପରିଚାଳନା ଅଧିକାରୀ ତଥା ତହସିଲଦାର ସୂଚନା ଦେଇଛନ୍ତି। ଏହାକୁ ନେଇ ବର୍ତ୍ତମାନ ପଞ୍ଚାୟତରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇଥିବା ବେଳେ ଆଗାମୀ ଦିନରେ ଏହା କେଉଁ ମୋଡ଼ ନେବ ସେ ନେଇ ସାଧାରଣରେ ନାନା ଚର୍ଚ୍ଚା ଲାଗିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri