କୋଠରି ଅଭାବ, ପାଠପଢ଼ା ବ୍ୟାଘାତ

ନୂଆପଡ଼ା ଅଫିସ,୧୦।୨: ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ କୁରେଶ୍ୱର ପଞ୍ଚାୟତ ଘୋଟସର ଉଚ୍ଚ ପ୍ରାଥମିକ ବିିଦ୍ୟାଳୟ ଅବ୍ୟବସ୍ଥାରେ ଗତି କରୁଛନ୍ତି। ବିିଦ୍ୟାଳୟ ଶ୍ରେଣୀ କୋଠରି ବିପଦ ସଙ୍କୁଳ ଅବସ୍ଥାରେ ରହିଥିବା ଅଭିଯୋଗ ହୋଇଛି। ୧୯୬୯ ଅଗଷ୍ଟ ୭ରେ ସ୍ଥାପିତ ଉକ୍ତ ବିଦ୍ୟାଳୟରେ ଶ୍ରେଣୀ ଗୃହ ଅଭାବ ଯୋଗୁ ପାଠପଢ଼ା ବ୍ୟାଘତ ହେବା ସହ ଛାତ୍ରୀଛାତ୍ରଙ୍କ ପାଇଁ କୌଣସି ସୁବ୍ୟବସ୍ଥା ନାହିଁ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଏହି ବିଦ୍ୟାଲୟରେ ୭୩ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ବେଳେ ୪ଶିକ୍ଷକ ଶିକ୍ଷାଦାନ କରୁଛନ୍ତି। ବିଦ୍ୟାଳୟରେ ମୋଟ ୩ କୋଠରି ରହିଥିବା ବେଳେ ୨ଟି କୋଠରି ସମ୍ପୂର୍ଣ୍ଣ ଡ୍ୟାମେଜ ହୋଇଯାଇଛି। ଗୋଟିଏ କୋଠରିରେ ୭ଟି ଶ୍ରେଣୀ ଚାଲିଛି। ଶ୍ରେଣୀଗୃହ ଅଭାବ ଯୋଗୁ ଅଷ୍ଟମ ଶ୍ରେଣୀକୁ ବନ୍ଦ କରି ସପ୍ତମ ପର୍ଯ୍ୟନ୍ତ ପାଠପଢା ଚାଲିଛି। ୭ ଶ୍ରେଣୀକୁ ଗୋଟିଏ କୋଠରି ୪ ଶିକ୍ଷକ କେମିତି ଶିକ୍ଷାଦାନ କରୁଥିବେ ତାହା ସହଜେ ଅନୁମେୟ। ଡେମେଜ ଦୁଇ ଶ୍ରେଣୀ କୋଠରିରୁ ଉପର ଛାତରୁ ସିମେଣ୍ଟ ଅତଡା ଖସିବାରେ ଲାଗିଛି। ବର୍ଷା ଦିନରେ ଛାତରୁ ପାଣି ଗଳିବା ସହ ଛାତ ତଳକୁ ଦବି ଆସୁଛି। କେତେବେଳେ ଛାତ ପଡିଯିବ କାହାରି ମଧ୍ୟ ଅଜଣା। ରୋଷେଇ ଘର ଅବସ୍ଥା ମଧ୍ୟ ଯଥାପୂବଂ ତଥା ପରଂ। ପାଣି ସମସ୍ୟା ଦ୍ୱିଗୁଣିତ କରି ଦେଇଛି। ଦୁଇଟି ଅତିରିକ୍ତ ଶ୍ରେଣୀ ଗୃହ ୧୦ ବର୍ଷରୁ ଊର୍ଦ୍ଧ୍ୱ ହେବ ଫାଉଣ୍ଡେସନ କରି ଛାଡି ଦିଆଯାଇଛି। ସେହି ଦୁଇ ଅତିରିକ୍ତ ଶ୍ରେଣୀ ଗୃହ ନିର୍ମାଣ ହୋଇଗଲେ, ପାଢପଢା ପ୍ରତି ସୁବିଧା ହୁଅନ୍ତା ବୋଲି ଗ୍ରାମବାସୀ ବାରମ୍ବାର ଅଭିଯୋଗ କରି ଆସୁଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ଉଦାସୀନତା ଯୋଗୁ ଦୀର୍ଘ ଦିନ ହେଲା ଫାଉଣ୍ଡେସନ ହୋଇ ଅଧାପନ୍ତରିଆ ଭାବେ ପଡି ରହିଛି ବୋଲି ଅଭିଭାବକମାନେ ଅଭିଯୋଗ କରିଛନ୍ତି। ଏହି ଦୁଇ ଶ୍ରେଣୀଗୃହକୁ ସମ୍ପୂର୍ଣ୍ଣ କରିବା ପାଇଁ ଗ୍ରାମବାସୀ ଅନେକ ଥର ସରପଞ୍ଚଙ୍କଠାରୁ ଆରମ୍ଭ କରି ବିଡିଓ, ଡିଇଓ, ଡିଇଓ, ଜିଲାପାଳଙ୍କ ପର୍ଯ୍ୟନ୍ତ ଯାଇ ଗୁହାରି କରି ସାରିଲୁଣି। ହେଲେ କୌଣସି ଅଧିକାରୀ କର୍ଣ୍ଣପାତ କରୁନାହାନ୍ତି। ଏଠାରେ ଶିକ୍ଷାର ବିକାଶ କେମିତି ହେବ ବୋଲି ଭାଜପା ପାତାଲେଶ୍ୱର ମଣ୍ଢଳ ସଭାପତି ଚନ୍ଦନ ଠାକୁର ପ୍ରକାଶ କରିଛନ୍ତି। ଏ ସଂକ୍ରାନ୍ତରେ କୋମନା ବିଡିଓ ସୁଶାନ୍ତ ରଣାଙ୍କୁ ପଚାରିବାରୁ ମୁଁ ତଦନ୍ତ କରି ଆସିଛି। ସରପଞ୍ଚଙ୍କ ସହିତ କଥା ହୋଇ ଗୋଟିଏ ମାସ ଭିତରେ ରିପାରିଂ କାମ ଆରମ୍ଭ କରିବୁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?