କବର ଦେବାକୁ ସ୍ଥାନର ଅଭାବ: ପୁରୁଣା କବରସ୍ତାନରୁ ବାହାର କରାଯାଉଛି କଙ୍କାଳ

ବ୍ରାସିଲିଆ,୩।୪: କରୋନା ଆତଙ୍କ ଥମିବାର ନା ଧରୁନି। ଦକ୍ଷିଣ ଆମେରିକାର ବ୍ରାଜିଲରେ କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ଘଟୁଥିବା ଲୋକଙ୍କୁ କବର ଦେବାକୁ ସ୍ଥାନର ଅଭାବ ଦେଖାଦେଇଛି। ସ୍ଥାନୀୟ ସାଓ ପାଉଲୋ ସହରରେ ଏଭଳି ସ୍ଥିତି ସୃଷ୍ଟି ହୋଇଛି। ତେଣୁ ପ୍ରଶାସନ ପକ୍ଷରୁ ନୋଓ୍ବା କୈକୋଇରିହ୍ନାରେ ଥିବା ପୁରୁଣା କବରସ୍ତାନର କବରଗୁଡ଼ିକୁ ଖୋଳି କଙ୍କାଳ ବାହାର କରିବାକୁ ନିର୍ଦ୍ଦେଶ ଜାରି ହୋଇଛି। ସେସବୁ କବରରେ କରୋନା ମୃତକଙ୍କୁ କବର ଦିଆଯାଉଛି। କଙ୍କାଳଗୁଡ଼ିକୁ ଏକ କଣ୍ଟେନରରେ ରଖାଯାଉଛି। ପରେ ଏସବୁକୁ ଅନ୍ୟ କବରସ୍ତାନରରେ କବର ଦିଆଯିବ ବୋଲି ସାଓ ପାଉଲୋ ସହରର ମ୍ୟୁନିସପାଲିଟି ପକ୍ଷରୁ ସୂଚନା ଦିଆଯାଇଛି। ଗତ ଏକ ସପ୍ତାହ ମଧ୍ୟରେ ଦେଶରେ ୬୦ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ କରୋନା ଘଟିଛି। କରୋନା ଥମୁ ନ ଥିବାରୁ ଦେଶରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ବିଭିନ୍ନ ହସ୍ପିଟାଲରେ ଆଇସିୟୁରେ ଅକ୍ସିଜେନ୍‌ ସିଲିଣ୍ଡର ପର୍ଯ୍ୟାପ୍ତ ପରିମାଣରେ ମିଳୁ ନ ଥିବା ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri