ଶିକ୍ଷକ ଅଭାବ, ଶିକ୍ଷାଦାନରେ ବାଧାପ୍ରାପ୍ତ

ପଟ୍ଟାମୁଣ୍ଡାଇ,୧୪ା୯(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବ୍ଲକର ବଲଭଦ୍ରପୁର ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନାନା ସମସ୍ୟା ମଧ୍ୟ ଦେଇ ଗତି କରୁଛି। ଶିକ୍ଷକ ଅଭାବ ଯୋଗୁ ଛାତ୍ରୀଛାତ୍ରଙ୍କ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଥିବା ଅଭିଯୋଗ ହୋଇଛି। ୧୯୫୪ରେ ସ୍ଥାପନ କରାଯାଇଥିବା ଏହି ବିଦ୍ୟାଳୟରେ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରାୟ ୧୦୦ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଏହି ବିଦ୍ୟାଳୟର ୭ଟି ଶ୍ରେଣୀ ପାଇଁ କେବଳ ୨ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଥିଲା ବେଳେ ଗୋଟିଏ ଶ୍ରେଣୀଗୃହରେ ୩ଟି ଶ୍ରେଣୀର ପିଲାଙ୍କୁ ଶିକ୍ଷାଦାନ କରାଯାଉଛି। ଅନ୍ୟପକ୍ଷେ, ବିଦ୍ୟାଳୟ ଗୃହର ଆଜବେଷ୍ଟସ ଭାଙ୍ଗି ବିପଦସଙ୍କୁଳ ଅବସ୍ଥାରେ ଥିଲେ ମଧ୍ୟ ସେଥିପ୍ରତି କେହି ଦୃଷ୍ଟି ଦେଉନାହାନ୍ତି। ଏଥିଯୋଗୁ ଛାତ୍ରୀଛାତ୍ର ଓ ଶିକ୍ଷକଙ୍କ ଜୀବନ ପ୍ରତି ବିପଦ ଲାଗି ରହୁଛି। ଏହାଛଡ଼ା ବିଦ୍ୟାଳୟର ରୋଷେଇ ଗୃହ ଆଜବେଷ୍ଟସ ଭାଙ୍ଗି ଯାଇଥିବାରୁ ମଧ୍ୟାହ୍ନ ଭୋଜନ ଠିକ୍‌ ଢଙ୍ଗରେ ହୋଇପାରୁନାହଁି। ବିଦ୍ୟାଳୟର ଶୌଚାଳୟ ଦୂରେରେ ଥିବାରୁ ପାଣି କାଦୁଅରେ ଯିବାକୁ ପିଲା ଅନିଛା ପ୍ରକାଶ କରୁଛନ୍ତି। ବିଦ୍ୟାଳୟର ପାଚେରି ନ ଥିବାରୁ ଗୋରୁ ଅବାଧରେ ପ୍ରବେଶ କରୁଛନ୍ତି। ଏ ନେଇ ଛାତ୍ର, ଅଭିଭାବକ ଓ ଗ୍ରାମବାସୀ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ତୁରନ୍ତ ବିଭାଗୀୟ ଉଚ୍ଚକର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ ସମସ୍ତ ସମସ୍ୟାର ସ୍ଥାୟୀ ସମାଧାନ କରିବାକୁ ଜିଲା ଅଭିଭାବକ ମହାସଂଘ ସମ୍ପାଦକ ନରେନ୍ଦ୍ର ଧଳ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri