ଶିକ୍ଷକ ଅଭାବ, ଶିକ୍ଷାଦାନରେ ବାଧାପ୍ରାପ୍ତ

ପଟ୍ଟାମୁଣ୍ଡାଇ,୧୪ା୯(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବ୍ଲକର ବଲଭଦ୍ରପୁର ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନାନା ସମସ୍ୟା ମଧ୍ୟ ଦେଇ ଗତି କରୁଛି। ଶିକ୍ଷକ ଅଭାବ ଯୋଗୁ ଛାତ୍ରୀଛାତ୍ରଙ୍କ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଥିବା ଅଭିଯୋଗ ହୋଇଛି। ୧୯୫୪ରେ ସ୍ଥାପନ କରାଯାଇଥିବା ଏହି ବିଦ୍ୟାଳୟରେ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରାୟ ୧୦୦ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଏହି ବିଦ୍ୟାଳୟର ୭ଟି ଶ୍ରେଣୀ ପାଇଁ କେବଳ ୨ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଥିଲା ବେଳେ ଗୋଟିଏ ଶ୍ରେଣୀଗୃହରେ ୩ଟି ଶ୍ରେଣୀର ପିଲାଙ୍କୁ ଶିକ୍ଷାଦାନ କରାଯାଉଛି। ଅନ୍ୟପକ୍ଷେ, ବିଦ୍ୟାଳୟ ଗୃହର ଆଜବେଷ୍ଟସ ଭାଙ୍ଗି ବିପଦସଙ୍କୁଳ ଅବସ୍ଥାରେ ଥିଲେ ମଧ୍ୟ ସେଥିପ୍ରତି କେହି ଦୃଷ୍ଟି ଦେଉନାହାନ୍ତି। ଏଥିଯୋଗୁ ଛାତ୍ରୀଛାତ୍ର ଓ ଶିକ୍ଷକଙ୍କ ଜୀବନ ପ୍ରତି ବିପଦ ଲାଗି ରହୁଛି। ଏହାଛଡ଼ା ବିଦ୍ୟାଳୟର ରୋଷେଇ ଗୃହ ଆଜବେଷ୍ଟସ ଭାଙ୍ଗି ଯାଇଥିବାରୁ ମଧ୍ୟାହ୍ନ ଭୋଜନ ଠିକ୍‌ ଢଙ୍ଗରେ ହୋଇପାରୁନାହଁି। ବିଦ୍ୟାଳୟର ଶୌଚାଳୟ ଦୂରେରେ ଥିବାରୁ ପାଣି କାଦୁଅରେ ଯିବାକୁ ପିଲା ଅନିଛା ପ୍ରକାଶ କରୁଛନ୍ତି। ବିଦ୍ୟାଳୟର ପାଚେରି ନ ଥିବାରୁ ଗୋରୁ ଅବାଧରେ ପ୍ରବେଶ କରୁଛନ୍ତି। ଏ ନେଇ ଛାତ୍ର, ଅଭିଭାବକ ଓ ଗ୍ରାମବାସୀ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ତୁରନ୍ତ ବିଭାଗୀୟ ଉଚ୍ଚକର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ ସମସ୍ତ ସମସ୍ୟାର ସ୍ଥାୟୀ ସମାଧାନ କରିବାକୁ ଜିଲା ଅଭିଭାବକ ମହାସଂଘ ସମ୍ପାଦକ ନରେନ୍ଦ୍ର ଧଳ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri