ଚାଷକୁ ପାଣି ଅଭାବ, ମରୁଡ଼ି ଆଶଙ୍କା

ଲହୁଣୀପଡ଼ା,୮।୮(ଡି.ଏନ.ଏ.): ସୁନ୍ଦରଗଡ ଜିଲା ଲହୁଣୀପଡା ବ୍ଲକ ଅଞ୍ଚଳରେ ମରୁଡ଼ି ଆଶଙ୍କା ପ୍ରକାଶ ପାଇିଛି। ଚଳିତ ବର୍ଷ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଧାନଚାଷ ବ୍ୟାହତ ହୋଇଛି। ପାଣି ଅଭାବରୁ ଜମି ଫାଟି ଯାଇ ଆଁ କରିଥିବା ବେଳେ ଚାଷୀକୁଳ ହତାଶ ହୋଇ ବର୍ଷାକୁ ଅପେକ୍ଷା କରିଛନ୍ତି। ଅନ୍ୟପକ୍ଷେ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଧାରା ଶ୍ରାବଣ ମାସରେ ପ୍ରଚଣ୍ଡ ଖରା ତାତି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି। ଆଗକୁ ବର୍ଷା ନ ହେଲେ ପିଲ ମାରିଥିବା ତଳି ଗୁଡିକ ରୁଆ ଯାଇପାରିବ ନାହିଁ ବୋଲି ଚାଷୀମାନେ କହିଛନ୍ତି।
ଲହୁଣୀପଡ଼ା ବ୍ଲକ ଅଞ୍ଚଳରେ ପ୍ରାୟ ୭୦ରୁ ୮୦ ଭାଗ ଲୋକ ଚାଷ ଉପରେ ନିର୍ଭର କରିଥାନ୍ତି। ଚଳିତବର୍ଷ ବର୍ଷା ଅଭାବରୁ ଚାଷକାମ ବାଧାପ୍ରାପ୍ତ ହୋଇଥିବା ବେଳେ ଏ ଅଞ୍ଚଳ ଦେଇ ଯାଇଥିବା କେତେକ କେନାଲ ମଧ୍ୟ ଶୁଖିଲା ପଡିଛି। କେତେକ ସ୍ଥାନରେ ଡ୍ୟାମ୍‌ ଓ ଚେକ୍‌ ଡ୍ୟାମ୍‌ ନିର୍ମାଣ କରାଯାଇଥିଲେ ମଧ୍ୟ ସେଥିରେ ପାଣି ନାହିଁ । ଲହୁଣୀପଡା ଅଞ୍ଚଳରେ ଗତ ଜାନୁଆରୀ ମାସରେ ମାତ୍ର ୪ ଦିନରେ ୬୫ ମିଲିମିଟର ବର୍ଷା ହୋଇଥିବା ବେଳେ ଫେବୃଆରୀରେ ୪ ଦିନରେ ୨୮ ମିଲିମିଟର, ମାର୍ଚ୍ଚରେ ଗୋଟିଏ ଦିନରେ ୧୨ ମିଲିମିଟର ଓ ଏପ୍ରିଲ ମାସରେ ଗୋଟିଏ ଦିନରେ ୮.୮ ମିଲିମିଟର ବର୍ଷା ହୋଇଛି। ମେ ମାସରେ ୯ ଦିନରେ ୮୨ ମିଲିମିଟର, ଜୁନରେ ୧୭୦ ମିଲିମିଟର ଏବଂ ଜୁଲାଇରେ ୧୮ ଦିନରେ ୨୨୯ ମିଲିମିଟର ବର୍ଷା ହେଇଥିବା ରେକର୍ଡ କରାଯାଇଛି । ଯାହାକି ଧାନ ଚାଷ ପାଇଁ ଯଥେଷ୍ଟ ନୁହେଁ।
ସୂଚନାଥାଉକି, ଉକ୍ତ ଅଞ୍ଚଳରେ ୨୦୨୦ରେ ସମୁଦାୟ ୧୬୦୦. ୭୫ ମିଲିମିଟର ଓ ୨୦୨ରେ ୧୬୬୩.ମିଲିମିଟର ବର୍ଷା ହୋଇଥିବା ବେଳେ ଚଳିତ ବର୍ଷ ଜୁଲାଇ ଶେଷ ସୁଦ୍ଧା ୫୯୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଅନ୍ୟ ୨ବର୍ଷ ତୁଳନାରେ ଚଳିତ ବର୍ଷ ଜୁଲାଇ ଶେଷ ପର୍ଯ୍ୟନ୍ତ ତିନି ଭାଗରୁ ଏକ ଭାଗ ବର୍ଷା ହୋଇଥିବାରୁ ମରୁଡି ସୁନିଶ୍ଚିତ ବୋଲି ଚାଷୀମାନେ ଆଶଙ୍କା କରୁଛନ୍ତି। ଅନ୍ୟପକ୍ଷେ ଧାନଚାଷ ପାଇଁ ଚାଷୀମାନେ ବିଭିନ୍ନ ବ୍ୟାଙ୍କ, ଲ୍ୟାମ୍ପ୍ସ ଓ ଘରୋଇ ସଂସ୍ଥାରୁ ଋଣ ନେଇ ଚାଷ କରିଥିବାରୁ ତାର ପରିଶୋଧ କରିବା ଚିନ୍ତା ସେମାନଙ୍କୁ ଘାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri