Posted inଜାତୀୟ

ଲଦାଖ ମାଗିଲା ରାଜ୍ୟ ମାନ୍ୟତା: ୪ ଦଫା ଦାବି ନେଇ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୫।୨: ରାଜ୍ୟ ମାନ୍ୟତା ସମେତ ୪ ଦାବି ନେଇ ଲଦାଖରେ ସମ୍ପୂର୍ଣ୍ଣ ବନ୍ଦ ପାଳନ କରାଯାଇଛି। ଅନ୍ୟ ଦାବି ମଧ୍ୟରେ ରହିଛି ସମ୍ବିଧାନର ଷଷ୍ଠ ଅନୁଚ୍ଛେଦରେ ଲଦାଖକୁ ସାମିଲ କରାଯାଇ ଏହାକୁ ଆଦିବାସୀ ମାନ୍ୟତା ପ୍ରଦାନ କରିବା, ସ୍ଥାନୀୟ ଯୁବତୀଯୁବକଙ୍କ ପାଇଁ ନିଯୁକ୍ତିରେ ସଂରକ୍ଷଣ ବ୍ୟବସ୍ଥା ଏବଂ ଲେହ ଓ କାର୍ଗିଲ ପାଇଁ ଅଲଗା ପାର୍ଲାମେଣ୍ଟ ଆସନ।

ଉପରୋକ୍ତ ଦାବି ନେଇ ଶନିବାର ଲେହ ଜିଲାରେ ବିଶାଳ ବିକ୍ଷୋଭ ଶୋଭାଯାତ୍ରା କରାଯାଇଥିଲା। ଲକ୍ଷାଧିକ ଲୋକ ରାଲିରେ ସାମିଲ ହୋଇ ସ୍ଲୋଗାନ ଦେଉଥିବା ଦେଖାଯାଇଛି। ଲେହ ଆପେକ୍ସ ବଡି (ଏଲ୍‌ଏବି), କାର୍ଗିଲ ଡେମୋକ୍ରାଟିକ୍‌ ଆଲିଆନ୍ସ (କେଡିଏ) ପକ୍ଷରୁ ଗତ ମାସ ୨୩ରେ ଲଦାଖ ବନ୍ଦ ଡାକରା ଦିଆଯାଇଥିଲା। ଉକ୍ତ କେନ୍ଦ୍ରଶାସିତ ଅଞ୍ଚଳକୁ ରାଜ୍ୟ ମାନ୍ୟତା ପ୍ରଦାନ ଏବଂ ଷଷ୍ଠ ଅନୁଚ୍ଛେଦରେ ସାମିଲ କରିବା ନେଇ ଦୁଇ ସଂଗଠନ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ସ୍ମାରକପତ୍ର ଦେଇଥିଲେ।

ଲଦାଖ କେନ୍ଦ୍ରଶାସିିତ ଅଞ୍ଚଳ ହେବା ଦିନଠାରୁ ଲେହ ଆପେକ୍ସ ବଡି ଏବଂ କେଡିଏ ୪-ସୂତ୍ରୀ ଏଜେଣ୍ଡା ଉପରେ ଦାବି ଜଣାଇ ଆସୁଥବା ଏହାର ଆଇନ ଉପଦେଷ୍ଟା ହାଜି ଗୁଲାମ ମୁସ୍ତାଫା କହିଛନ୍ତି। ଜମ୍ମୁ-କଶ୍ମୀର ବିଭାଜନ ପୂର୍ବରୁ ବିଧାନସଭାରେ ଲଦାଖରୁ ୪ ଜଣ ଏବଂ ବିଧାନ ପରିଷଦରେ ୨ ଜଣ ସଦସ୍ୟ ଥିଲେ। ଏବେ ବିଧାନସଭାରେ ଲଦାଖରୁ କେହି ପ୍ରତିନିଧିତ୍ୱ କରୁନାହାନ୍ତି। ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଡିସେମ୍ବର ୪ରେ ଉପରୋକ୍ତ ୨ ସଂଗଠନର ପ୍ରତିନିଧିଙ୍କ ସହ ଆଲୋଚନା କରି ଦାବି ସମ୍ପର୍କରେ ଲିଖିତ ଭାବେ ଜଣାଇବାକୁ କହିଥିଲେ। ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ଫେରାଇବା ପାଇଁ ସୁପ୍ରିମକୋର୍ଟ ରାୟ ଦେଇଥିବାବେଳେ ଲଦାଖ ପାଇଁ କୌଣସି ବ୍ୟବସ୍ଥା ନ ଥିବା ସ୍ମାରକପତ୍ରରେ ଦର୍ଶାଯାଇଥିଲା।

ସୂଚନାଯୋଗ୍ୟ, ୨୦୧୯ ଅଗଷ୍ଟ ୫ରେ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ କରିବା ସହ ଉକ୍ତ ରାଜ୍ୟକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀର ଏବଂ ଲଦାଖରେ ବିଭକ୍ତ କରିଥିଲେ। ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ଫେରାଇବା ପାଇଁ ସୁପ୍ରିମକୋର୍ଟ ନିକଟରେ ରାୟ ଦେବା ପରେ ଲଦାଖରେ ଅନୁରୂପ ଦାବି ଜୋର୍‌ ଧରିଛି। ସ୍ମାରକପତ୍ରରେ ମିଜୋରାମ, ତ୍ରିପୁରା, ସିକିମ ଓ ଅନ୍ୟ ଉତ୍ତରପୂର୍ବାଞ୍ଚଳ ରାଜ୍ୟର ଉଦାହରଣ ଦିଆଯାଇ ଲଦାଖକୁ ମଧ୍ୟ ଅନୁରୂପ ସୁବିଧା ମିଳିବା ଆବଶ୍ୟକ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri