Posted inଜାତୀୟ

ଲଦାଖ ମାଗିଲା ରାଜ୍ୟ ମାନ୍ୟତା: ୪ ଦଫା ଦାବି ନେଇ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୫।୨: ରାଜ୍ୟ ମାନ୍ୟତା ସମେତ ୪ ଦାବି ନେଇ ଲଦାଖରେ ସମ୍ପୂର୍ଣ୍ଣ ବନ୍ଦ ପାଳନ କରାଯାଇଛି। ଅନ୍ୟ ଦାବି ମଧ୍ୟରେ ରହିଛି ସମ୍ବିଧାନର ଷଷ୍ଠ ଅନୁଚ୍ଛେଦରେ ଲଦାଖକୁ ସାମିଲ କରାଯାଇ ଏହାକୁ ଆଦିବାସୀ ମାନ୍ୟତା ପ୍ରଦାନ କରିବା, ସ୍ଥାନୀୟ ଯୁବତୀଯୁବକଙ୍କ ପାଇଁ ନିଯୁକ୍ତିରେ ସଂରକ୍ଷଣ ବ୍ୟବସ୍ଥା ଏବଂ ଲେହ ଓ କାର୍ଗିଲ ପାଇଁ ଅଲଗା ପାର୍ଲାମେଣ୍ଟ ଆସନ।

ଉପରୋକ୍ତ ଦାବି ନେଇ ଶନିବାର ଲେହ ଜିଲାରେ ବିଶାଳ ବିକ୍ଷୋଭ ଶୋଭାଯାତ୍ରା କରାଯାଇଥିଲା। ଲକ୍ଷାଧିକ ଲୋକ ରାଲିରେ ସାମିଲ ହୋଇ ସ୍ଲୋଗାନ ଦେଉଥିବା ଦେଖାଯାଇଛି। ଲେହ ଆପେକ୍ସ ବଡି (ଏଲ୍‌ଏବି), କାର୍ଗିଲ ଡେମୋକ୍ରାଟିକ୍‌ ଆଲିଆନ୍ସ (କେଡିଏ) ପକ୍ଷରୁ ଗତ ମାସ ୨୩ରେ ଲଦାଖ ବନ୍ଦ ଡାକରା ଦିଆଯାଇଥିଲା। ଉକ୍ତ କେନ୍ଦ୍ରଶାସିତ ଅଞ୍ଚଳକୁ ରାଜ୍ୟ ମାନ୍ୟତା ପ୍ରଦାନ ଏବଂ ଷଷ୍ଠ ଅନୁଚ୍ଛେଦରେ ସାମିଲ କରିବା ନେଇ ଦୁଇ ସଂଗଠନ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ସ୍ମାରକପତ୍ର ଦେଇଥିଲେ।

ଲଦାଖ କେନ୍ଦ୍ରଶାସିିତ ଅଞ୍ଚଳ ହେବା ଦିନଠାରୁ ଲେହ ଆପେକ୍ସ ବଡି ଏବଂ କେଡିଏ ୪-ସୂତ୍ରୀ ଏଜେଣ୍ଡା ଉପରେ ଦାବି ଜଣାଇ ଆସୁଥବା ଏହାର ଆଇନ ଉପଦେଷ୍ଟା ହାଜି ଗୁଲାମ ମୁସ୍ତାଫା କହିଛନ୍ତି। ଜମ୍ମୁ-କଶ୍ମୀର ବିଭାଜନ ପୂର୍ବରୁ ବିଧାନସଭାରେ ଲଦାଖରୁ ୪ ଜଣ ଏବଂ ବିଧାନ ପରିଷଦରେ ୨ ଜଣ ସଦସ୍ୟ ଥିଲେ। ଏବେ ବିଧାନସଭାରେ ଲଦାଖରୁ କେହି ପ୍ରତିନିଧିତ୍ୱ କରୁନାହାନ୍ତି। ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଡିସେମ୍ବର ୪ରେ ଉପରୋକ୍ତ ୨ ସଂଗଠନର ପ୍ରତିନିଧିଙ୍କ ସହ ଆଲୋଚନା କରି ଦାବି ସମ୍ପର୍କରେ ଲିଖିତ ଭାବେ ଜଣାଇବାକୁ କହିଥିଲେ। ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ଫେରାଇବା ପାଇଁ ସୁପ୍ରିମକୋର୍ଟ ରାୟ ଦେଇଥିବାବେଳେ ଲଦାଖ ପାଇଁ କୌଣସି ବ୍ୟବସ୍ଥା ନ ଥିବା ସ୍ମାରକପତ୍ରରେ ଦର୍ଶାଯାଇଥିଲା।

ସୂଚନାଯୋଗ୍ୟ, ୨୦୧୯ ଅଗଷ୍ଟ ୫ରେ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ କରିବା ସହ ଉକ୍ତ ରାଜ୍ୟକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀର ଏବଂ ଲଦାଖରେ ବିଭକ୍ତ କରିଥିଲେ। ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ଫେରାଇବା ପାଇଁ ସୁପ୍ରିମକୋର୍ଟ ନିକଟରେ ରାୟ ଦେବା ପରେ ଲଦାଖରେ ଅନୁରୂପ ଦାବି ଜୋର୍‌ ଧରିଛି। ସ୍ମାରକପତ୍ରରେ ମିଜୋରାମ, ତ୍ରିପୁରା, ସିକିମ ଓ ଅନ୍ୟ ଉତ୍ତରପୂର୍ବାଞ୍ଚଳ ରାଜ୍ୟର ଉଦାହରଣ ଦିଆଯାଇ ଲଦାଖକୁ ମଧ୍ୟ ଅନୁରୂପ ସୁବିଧା ମିଳିବା ଆବଶ୍ୟକ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଆସୁଛି UPIର ‘ବାପା’, ‘ଡିଜିଟାଲ ରୁପି’ (Digital Rupee), ଏହା କ’ଣ? ବ୍ୟାଙ୍କ କିମ୍ବା ଇଣ୍ଟରନେଟ ସଂଯୋଗ ବିନା କିପରି ଟଙ୍କା ସ୍ଥାନାନ୍ତର ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୯: ମୂଳ କଥା ହେଉଛି UPI ଠାରୁ ମଧ୍ୟ ଏକ ବଡ଼ ଜିନିଷ ଆସିବାକୁ ଯାଉଛି। UPI ଶୁଳ୍କ (charges) କୁ ନେଇ ଚାଲିଥିବା ହଟଚମଟ ମଧ୍ୟରେ,…

କୃଷକଙ୍କ ପାଇଁ ଖୁସି ଖବର: ମାସକୁ ପାଇବେ ୩,୦୦୦ ଟଙ୍କା ପେନସନ! PM Kisan ରେ…

ନୂଆଦିଲ୍ଲୀ,୧୮।୯: ବାର୍ଦ୍ଧକ୍ୟରେ ନିୟମିତ ଆୟକୁ ନେଇ ସମସ୍ତଙ୍କ ମନରେ ଚିନ୍ତା ଥାଏ, ବିଶେଷକରି କ୍ଷୁଦ୍ର ଏବଂ ନାମମାତ୍ର ଚାଷୀମାନଙ୍କ ପାଇଁ ଏହି ଚିନ୍ତା ଆହୁରି ବଢ଼ିଯାଏ। ଏହାକୁ…

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ନିର୍ବାଚନ ଆୟୋଗଙ୍କ ଉପରେ ବର୍ଷିଲେ ରାହୁଲ, ପ୍ରଥମେ ଶିବସେନା-ଏନସିପି ପରେ ଏବେ TMC…

ନୂଆଦିଲ୍ଲୀ,୧୮।୯: ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ଅନ୍ତରୀଣ ଭାବେ ଫ୍ରିଜ୍‌ କରିବା ପରେ ଭାରତୀୟ ନିର୍ବାଚନ କମିଶନ (ECI)କୁ ନେଇ ରାଜନୈତିକ ବିବାଦ…

ବଡ଼ ଖବର: ଗାଁରେ ବି ଚାଲିବ ଅଟୋ-ବାଇକ୍‌ର କ୍ୟାବ୍‌, ଜାଣନ୍ତୁ କେମିତି କରିବେ ବୁକ୍‌…

ନୂଆଦିଲ୍‌ଲୀ,୧୮।୯: ଭାରତ ଟ୍ୟାକ୍ସି (Bharat Taxi) ର ଅନେକ ସହରରେ ପାଇଲଟ ପ୍ରୋଜେକ୍ଟ ଚାଲୁ ରହିଛି। ବର୍ତ୍ତମାନ ଏହି ଭାରତ ଟ୍ୟାକ୍ସି ସେବା ଦିଲ୍ଲୀ-ଏନସିଆର (Delhi-NCR), ଗୁଜରାଟ,…

ସୁରକ୍ଷାକର୍ମୀଙ୍କ ସାମ୍ନାରେ ହାତ ଯୋଡ଼ିଲେ ସଲମାନ; ଗଣେଶ ଦର୍ଶନ ପରେ…

ମୁମ୍ବାଇ: ବଲିଉଡର ‘ଭାଇଜାନ’ ସଲମାନ ଖାନ ତାଙ୍କ ଅଭିନୟ ଏବଂ ଚଳଚ୍ଚିତ୍ର ପାଇଁ ବେଶ ଜଣାଶୁଣା, କିନ୍ତୁ ସମ୍ପ୍ରତି ସେ ନିଜର ସୋସିଆଲ ମିଡିଆ ପୋଷ୍ଟ ଏବଂ…

ରାସନ କାର୍ଡକୁ ନେଇ ଆସିଲା ବଡ଼ ଅପଡେଟ୍‌, ଏହି ଡକ୍ୟୁମେଣ୍ଟ ନ ଥିଲେ କଟିଯିବ…

ନୂଆଦିଲ୍‌ଲୀ,୧୮।୯: ଯଦି ଆପଣ ଏକ ନୂଆ ରାସନ କାର୍ଡ ତିଆରି କରିବାକୁ ଯାଉଛନ୍ତି କିମ୍ୱା ପୁରୁଣା କାର୍ଡରେ କୌଣସି ସଦସ୍ୟଙ୍କ ନାମ ଯୋଡ଼ିବା କିମ୍ୱା ହଟାଇବା ବିଷୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?