ଶୀତଳଷଷ୍ଠୀ ଯାତ୍ରା ଲାଗି ଧାର୍ଯ୍ୟ ହେଲା ଲଗ୍ନ

ବରପାଲି,୨୬।୪: ବରଗଡ଼ ଜିଲା ବରପାଲିରେ ଚଳିତ ବର୍ଷ ୧୪୫ତମ ଶୀତଳ ଷଷ୍ଠୀ ଯାତ୍ରା ମହୋତ୍ସବ ପାଳନ କରାଯିବ। ଏନେଇ ସ୍ଥାନୀୟ ନୃପରାଜ କ୍ଲବ ପରିସରରେ ଯାତ୍ରା କମିଟି ସଭାପତି ଆନନ୍ଦ ବାବୁଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ମହୋତ୍ସବକୁ ଅଧିକ ଆକର୍ଷଣ ଓ ଲୋକାଭିମୁଖୀ କରିବାକୁ ସ୍ଥିର କରାଯାଇଛି।

ଏହି ଅବସରରେ ମା’ ପାର୍ବତୀଙ୍କ ବିବାହ ଉତ୍ସବ ପାଇଁ ମନୋନୀତ ହୋଇଥିବା ଜଗନ୍ନାଥ ନଗର ବା ହିମାଦ୍ରୀ ନଗରବାସୀଙ୍କ ପକ୍ଷରୁ ତିଳକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଆସନ୍ତା ମେ ୩ରେ ଶୀତଳ ଷଷ୍ଠୀ ଯାତ୍ରା ମହୋତ୍ସବ ଥାଳ ଉଠା କାର୍ଯ୍ୟକ୍ରମ ହେବ ଏବଂ ମେ ୩୧ରୁ ଜୁନ୍‌ ୬ ତାରିଖ ପର୍ଯ୍ୟନ୍ତ ଯାତ୍ରା ମହୋତ୍ସବ ଅନୁଷ୍ଠିତ ହେବ ବୋଲି ସର୍ବସମ୍ମତି କ୍ରମେ ଲଗ୍ନ ନିର୍ଦ୍ଧାରଣ ହୋଇଥିଲା। ଏଥିସହ ରୁଦ୍ର ଜ୍ୟୋତି ସ୍ମରଣିକା ପ୍ରକାଶନ ପାଇଁ ନିଷ୍ପତ୍ତି ହୋଇଥିଲା। କମିଟି ସଦସ୍ୟ ରାଧେଶ୍ୟାମ ସାହୁ, ରାଜେନ୍ଦ୍ର ପୂଝାରି, ଲଳିତ ବରିହା, ବିକ୍ରମ ସାହୁ, ନନ୍ଦଲାଲ ସାହୁ, ଚତୁର୍ଭୁଜ ବାବୁ, ଅଶୋକ ପଣ୍ଡା, ପ୍ରଦୀପ ଦାଶ, ଅରୁଣ ପଣ୍ଡା, ପଦ୍ମଲୋଚନ ସାହୁ, ସୁବ୍ରତ ସାହୁ, ସଦାନନ୍ଦ ଶତପଥୀ, ଜୀବନ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ହିମାଦ୍ରୀନଗର ପକ୍ଷରୁ ପାର୍ବତୀଙ୍କ ମାତା ପିତା ଭାବେ ମଳୟ ତ୍ରିପାଠୀ ଓ ସବିତା ତ୍ରିପାଠୀ ରହିଛନ୍ତି। ହିମାଦ୍ରୀ ନଗର ପାର୍ବତୀ ପୂଜା କମିଟି ସଭାପତି ପ୍ରଦ୍ୟୁମ୍ନ ତ୍ରିପାଠୀ, ଯଦୁମଣି ତ୍ରିପାଠୀ, କୈଳାସ ଗହୀର, ଭୈରବ ମେହେର, ସନ୍ତୋଷ ଗୁପ୍ତା, ଜିତୁ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ରହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri