କାମରେ ଲାଗୁନି ବିଜୁସେତୁ

ଖଡ଼ିଆଳ,୧୦ା୫(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅର୍ନ୍ତଗତ ବିରିଘାଟ ଗ୍ରାମରେ ଥିବା ସୁନ୍ଦରୀ ନଦୀ ଉପରେ ବିଜୁ ସେତୁ ନିର୍ମାଣ ହୋଇଛି। ହେଲେ ସେତୁର ଉଭୟ ପାର୍ଶ୍ୱର ଆପ୍ରୋଚ ରାସ୍ତା ନିର୍ମାଣ ହୋଇପାରୁନି। ଫଳରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଅଞ୍ଚଳବାସୀ। ୨୦୧୮ରୁ କାର୍ଯ୍ୟ ଆରମ୍ଭ ହୋଇ ୨୦୨୦ ସୁଦ୍ଧା ସମ୍ପୂର୍ଣ୍ଣ କାର୍ଯ୍ୟ ସରିବା କଥା। ସେତୁ ନିର୍ମାଣ ହୋଇଥିଲେ ହେଁ ଆପ୍ରୋଚ ରାସ୍ତା ନିର୍ମାଣ ହୋଇପାରୁ ନ ଥିବାରୁ ନଦୀ ଭିତର ଦେଇ ପ୍ରତିଦିନ ସ୍କୁଲ, କଲେଜ ଛାତ୍ରୀଛାତ୍ର ଏବଂ ଅଞ୍ଚଳବାସୀ ଯାତାୟାତ କରୁଛନ୍ତି। ହେଲେ ବର୍ଷା ଦିନରେ ଯାତାୟତ ବନ୍ଦ ରହୁଛି। ଖଡ଼ିଆଳ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ନିର୍ମାଣ ହଉଥିବା ଏହି ବିଜୁ ସେତୁ ୬ କୋଟି ୪୮ ଲକ୍ଷ ଟଙ୍କା ଅଟକଳରେ ନିର୍ମାଣ ହୋଇଥିଲା। ସେତୁ ଦୁଇ ମୁଣ୍ଡରେ ଥିବା ଜମି ଅଧି ଗ୍ରହଣ ସମସ୍ୟା ସମାଧାନ ହୋଇ ପାରୁ ନଥିବାରୁ ଆପ୍ରୋଚ ରାସ୍ତା ନିର୍ମାଣ ହୋଇ ପାରୁନାହିଁ ବୋଲି ବିଭାଗ ପକ୍ଷରୁ ଜଣାପଡ଼ିଛି। ଏହି ରାସ୍ତା ଉପରେ ଅଞ୍ଚଳର ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକେ ନିର୍ଭରଶୀଳ ଥିବାରୁ ସେତୁ କାର୍ଯ୍ୟ ତୁରନ୍ତ ସମ୍ପୂଣ୍ଣର୍ର୍ କରିବାକୁ ଅଞ୍ଚଳବାସି ଦାବି କରିଛନ୍ତି। ଏନେଇ ଖଡ଼ିଆଳ ଗ୍ରାମ୍ୟ ଉନ୍ନୟନ ଅଧିକ୍ଷଣ ଯନ୍ତ୍ରୀ ଅର୍ଜୁନ ଚରଣ ମୁଣ୍ଡାଙ୍କୁ ପଚାରିବାରୁ, କିଛି ସମସ୍ୟା ଯୋଗୁଁ ହୋଇ ପାରୁନି ଶୀଘ୍ର କାମ ସାରିବାକୁ ପଦକ୍ଷେପ ନିଆଯାଉଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?