ଲାଗୁନି ସୂଚନା ଫଳକ

କେନ୍ଦୁଝର, ୧୨ା୪ (ସ୍ବ.ପ୍ର.) ସଦର ବ୍ଲକ ନେଲୁଙ୍ଗ ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ନବ ନିର୍ମିତ ଶ୍ରେଣୀ ଗୃହ ନିର୍ମାଣ କାର୍ଯ୍ୟ ସରିଥିଲେ ହେଁ ଅଦ୍ୟାବଧି ସୂଚନାଫଳକ ଲଗାଯାଇ ନ ଥିବାରୁ ଗ୍ରାମବାସୀ ତଥା ବିଦ୍ୟାଳୟ ପରିଚାଳନା କମିଟି ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହି ଘର ନିର୍ମାଣ ବାବଦକୁ କେତେ ଟଙ୍କା ଖର୍ଚ୍ଚ ହୋଇଛି ଏବଂ କେଉଁ ସ୍କିମ ରେ ଖର୍ଚ୍ଚ ହୋଇଛି କମିଟି ସଭ୍ୟା/ସଭ୍ୟ ଜାଣିନାହାନ୍ତି। ଏନେଇ କମିଟି ବୈଠକରେ ଆଲୋଚନା କରାଯାଇ ତୁରନ୍ତ ସୂଚନା ଫଳକ ଲଗାଇବା ପାଇଁ ପ୍ରସ୍ତାବ ଗୃହୀତ ହୋଇ ଜିଲା ପ୍ରଶାସନ ଜଣାଇବାକୁ ନିଷ୍ପତ୍ତି ନେଇଛନ୍ତି ା ସେହିପରି ଉକ୍ତ ବୈଠକରେ ବିଦ୍ୟାଳୟର ବିଭିନ୍ନ ସମସ୍ୟା ଓ କାମକାର୍ଯ୍ୟ ବିଷୟରେ ଆଲୋଚନା କରାଯାଇ ପ୍ରସ୍ତାବ ଗୃହୀତ ହୋଇଛି। ବିଦ୍ୟାଳୟରେ ୮ ଟି ଶ୍ରେଣୀ ପାଇଁ ମାତ୍ର ୫ ଜଣ ଶିକ୍ଷକ /ଶିକ୍ଷୟତ୍ରୀ ଶିକ୍ଷାଦାନ କରୁଛନ୍ତି ା ଫଳରେ ପାଠପଢା ସମସ୍ୟା ଦେଖାଦେଉଛି। ଏଣୁ ତୁରନ୍ତ ଜଣେ ଶିକ୍ଷୟତ୍ରୀ ଓ ଜଣେ ଶିକ୍ଷକ ନିଯୁକ୍ତି କରିବା ପାଇଁ ପ୍ରଶାସନଙ୍କୁ ଜଣାଇବା ପାଇଁ ପ୍ତସ୍ତାବ ଗୃହିତ ହୋଇଛି ା ସ୍ମାର୍ଟ କ୍ଲାସ ପାଇଁ ଉପକରଣ ଆସିଥିଲେ ହେଁ ଶ୍ରେଣୀ କକ୍ଷ ନ ଥିବାରୁ ବ୍ୟବହାର ହୋଇ ପାରୁନାହିଁ ା


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ଏକାଠି ହେଲେ ୧୩ ବ୍ଲକର ସରପଞ୍ଚ, ୪ ବର୍ଷର ବିକାଶ…

ପାଟଣା,୨୭।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସରପଞ୍ଚ ମହାସଂଘର ରବିବାର ପାଟଣା ବ୍ଲକ୍ ଡୁମୁରିଆ ପଂଚାୟତ ଘାଟ ବାଲି ଯୋଡ଼ି ସ୍ଥିତ ଭୀମ କୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?