‘ଲହରୀ’ ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ

ଭୁବନେଶ୍ୱର,୧୯।୭ (ସୌମ୍ୟରଞ୍ଜନ ରାଉତ): ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ୨୦୨୪ ବର୍ଷ ପାଇଁ ଶନିବାର ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ‘ଲହରୀ’ ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ଭାବେ ମନୋନୀତ ହୋଇଛି। ଝିଲିକ ମୋଶନ ପିକ୍ଚର ବ୍ୟାନରରେ ପ୍ରସ୍ତୁତ ହୋଇଥିବା ଏହି ଚଳଚ୍ଚିତ୍ରକୁ ଅମର୍ତ୍ତ୍ୟ ଭଟ୍ଟାଚାର୍ଯ୍ୟ ନିର୍ଦ୍ଦେଶନା ଦେଇଥିବା ବେଳେ ଝିଲ୍ଲିକ ଭଟ୍ଟାଚାର୍ଯ୍ୟ ପ୍ରଯୋଜନା ଦେଇଛନ୍ତି। ଏହାର କାହାଣୀ ସାମାଜିକ ଜୀବନର ମୂଳତତ୍ତ୍ୱ ସହ ନିଜକୁ ଯୋଡି ରଖିବା ଓ ବାପ ପୁଅର ସମ୍ପର୍କ ଉପରେ ଆଧାରିତ। ଏଥିସହ ଇକୋ ଟୁରିଜମ ଦ୍ୱାରା ଗାଁର ଲୋକମାନେ କିଭଳି ବିକାଶ କରୁଛନ୍ତି, ତାହା ମଧ୍ୟ ଚଳଚ୍ଚିତ୍ରରେ ଦର୍ଶାଯାଇଛି। ଫିଲ୍ମଟି କୋଲକାତା ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଓ ମେଲବୋର୍ନ ଚଳଚ୍ଚିତ୍ର ମହୋତ୍ସବରେ ପ୍ରଦର୍ଶିତ ହୋଇ ପ୍ରଶଂସା ସାଉଣ୍ଟିଛି। ଏହି ଚଳଚ୍ଚିତ୍ରରେ ବିଭିନ୍ନ ଭୂମିକାରେ ଚୌଧୁରୀ ଜୟପ୍ରକାଶ ଦାସ, ଚୌଧୁରୀ ବିକାଶ ଦାସ, ସ୍ମୃତି ମହଲା, ଦୀପାନ୍ବିତ ଦାସ ମହାପାତ୍ର, ସୁଶାନ୍ତ ମିଶ୍ର, ହର ରଥଙ୍କ ସମେତ ବହୁ କଳାକାର ଅଭିନୟ କରିଛନ୍ତି। ଏଥିରେ କିଶଳୟ ରୟ ସଙ୍ଗୀତ ଦେଇଛନ୍ତି। ତେବେ ଜାତୀୟ ପୁରସ୍କାର ପାଇବା ନେଇ ଘୋଷଣା ପରେ ‘ଲହରୀ’ର କଳାକାର, ପ୍ରଯୋଜକ, ନିର୍ଦ୍ଦେଶକ ପ୍ରମୁଖ ଖୁସି ବ୍ୟକ୍ତ କରିବା ସହ ଏହା ଓଡ଼ିଶା ବିଶେଷକରି ଓଡ଼ିଆ ସିନେ ଜଗତ ପାଇଁ ଗୌରବମୟ ସଫଳତା ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ନା ଫର୍ମ? କାହିଁକି ସଂନ୍ୟାସ ନେବାକୁ ଚାହୁଁନାହାନ୍ତି ରୋହିତ, ଶାମି-ଭୁବନେଶ୍ୱର; ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ଦାବି!

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍‌ର ଅଭିଜ୍ଞ ଖେଳାଳି ରୋହିତ ଶର୍ମା, ମହମ୍ମଦ ଶାମି ଓ ଭୁବନେଶ୍ୱର କୁମାରଙ୍କ କ୍ୟାରିୟର ଶେଷ ହେବାକୁ ଯାଉଛି ଏବଂ ଚୟନକର୍ତ୍ତାମାନେ ସେମାନଙ୍କଠାରୁ ଆଗକୁ…

ICCର ବଡ଼ ଘୋଷଣା; ଭାରତରେ ହେବ ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫି! ଏହି ୨ ସହରରେ ଖେଳାଯିବ ମ୍ୟାଚ୍

ନୂଆଦିଲ୍ଲୀ,୨।୯: ମହିଳା କ୍ରିକେଟ୍‌କୁ ନେଇ ICC ବଡ଼ ଘୋଷଣା କରିଛି । ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରିବ ଭାରତ । ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ…

ସୁନା ଦେଇ ଟଙ୍କା ନେଲେ, ମୂଳଧନ ଫେରାଇ ମାଗିବାରୁ ମିଳିଲାନି ଅଳଙ୍କାର: ୭୧ ବର୍ଷୀୟ ବୃଦ୍ଧଙ୍କ ଅଭିଯୋଗ ପରେ…

ପାରଳାଖେମୁଣ୍ଡି,୨ା୯(ଗିରିଧାରୀ ପରିଛା): ସୁନା ଅଳଙ୍କାର ବନ୍ଧକ ରଖି ୫ ଲକ୍ଷ ଟଙ୍କା ଋଣ ନେବା ପରେ, ସୁଧ ଓ ମୂଳଧନ ଟଙ୍କା ଫେରସ୍ତ କରିବାରୁ ଅଳଙ୍କାର ଫେରାଇବାକୁ…

ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକା ପତ୍ନୀଙ୍କ ସହ ସମ୍ପର୍କ…

ଥିରୁଭାନନ୍ତପୁରମ,୨।୯: ନାବାଳିକାଙ୍କ ସୁରକ୍ଷା ମାମଲାରେ କେରଳ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଆଇନ ଓ ଶିଶୁଙ୍କ ସୁରକ୍ଷାଠାରୁ କୌଣସି ଧାର୍ମିକ…

ହଇଚଇ…CVC ରିପୋର୍ଟରେ ବଡ଼ ଖୁଲାସା, ଦୁର୍ନୀତି ଅଭିଯୋଗରେ ଏହି ବିଭାଗ ଆଗରେ

ନୂଆଦିଲ୍ଲୀ,୨।୯: ସରକାରୀ ସଂସ୍ଥାଗୁଡ଼ିକରେ ଦୁର୍ନୀତି ନେଇ ଆସିଥିବା ଅଭିଯୋଗକୁ ନେଇ ବଡ଼ ତଥ୍ୟ ସାମ୍ନାକୁ ଆଣିଛି କେନ୍ଦ୍ରୀୟ ଭିଜିଲାନ୍ସ କମିଶନ୍ (CVC)। CVCର ବାର୍ଷିକ ରିପୋର୍ଟ ୨୦୨୫…

ଘରେ ସ୍ତ୍ରୀକୁ ପିଟିପିଟି ହତ୍ୟା, ଘଟଣାସ୍ଥଳରୁ ସ୍ବାମୀ ଫେରାର

ନୂଆଗାଁ,୨ା୯ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ଥାନା ନୂଆଗାଁ ସଦର ପଂଚାୟତ କାଚପଲି ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ…

ବାୟୁସେନାରେ ଥିଲା ୧.୮୨ ଲକ୍ଷ ଦରମା! ଏବେ ରାମ ମନ୍ଦିର CEO ଭାବେ କେତେ ପ୍ୟାକେଜ୍ ପାଇବେ ଜିତେନ୍ଦ୍ର ମିଶ୍ରା?

ଅଯୋଧ୍ୟା,୨।୯: ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ମିଳିଛନ୍ତି ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)। ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କୁ…

ଖସୁଛି ସୁନା ଦର, ମୁହଁ ମାଡ଼ି ପଡ଼ିଲା ରୂପା: ୬ ଦିନରେ ୧୧,୦୦୦ ଟଙ୍କା ଶସ୍ତା ହେଲା…

ନୂଆଦିଲ୍ଲୀ,୨।୯: ଦେଶର ରାଜଧାନୀ ଦିଲ୍ଲୀରେ ସୁନା ଏବଂ ରୂପା ମୂଲ୍ୟରେ କ୍ରମାଗତ ହ୍ରାସ ଦେଖିବାକୁ ମିଳୁଛି। ବିଶ୍ୱ ବଜାରରେ ମାନ୍ଦାବସ୍ଥା ଏବଂ ବିକ୍ରି ଚାପ ଯୋଗୁ ଦେଶୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri