ପାକିସ୍ତାନରେ ଲାଗିଲା ଏମରଜେନ୍ସି

ଇସଲାମବାଦ,୨।୧୧: ପାକିସ୍ତାନରେ ଲାଗିଛି ଏମରଜେନ୍ସି। କାରଣ ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। ପାକିସ୍ତାନର ଲାହୋର ସହରରେ ପ୍ରଦୂଷଣ ସମସ୍ୟା ସହରବାସୀଙ୍କ ସମେତ ସରକାରଙ୍କର ମୁଣ୍ଡବିନ୍ଧାର କାରଣ ସାଜିଛି। ଏଥିପାଇଁ ଲାହୋରର ହାଇକୋର୍ଟ ପାକିସ୍ତାନ ସରକାରଙ୍କ ଉପରେ କ୍ଷୁବ୍ଧ ହୋଇଛନ୍ତି। ଏଥିଯୋଗୁ ସରକାର ପ୍ରଦୂଷଣ ସମସ୍ୟାର ସମାଧାନ ପାଇଁ ସହରରେ ଏମରଜେନ୍ସି ଲଗାଇଛନ୍ତି।
ଲାହୋର ହାଇକୋର୍ଟ ପ୍ରଦୂଷଣ ପାଇଁ ବର୍ତ୍ତମାନର ସରକାରଙ୍କୁ ଅସନ୍ତୋଷ ଝାଡିଛନ୍ତି। କୋର୍ଟ ସହରରେ ଏମରଜେନ୍ସି ଲାଗୁ କରିବା ପାଇଁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଦୂଷଣ କରୁଥିବା କାରଖାନାଗୁଡିକ ପୁନଃ ନ ଖୋଲିବାକୁ ତାଗିଦ୍‌ କରିଛନ୍ତି। ଏଥିସହ ଲାହୋରର ଆୟୁକ୍ତଙ୍କ ସମେତ ସମସ୍ତ ଅଧିକାରୀ ସ୍କୁଲ ଓ କଲେଜ ଗସ୍ତ କରି ଏ ବିଷୟରେ ପିଲାଙ୍କୁ ଅବଗତ କରିବାକୁ କୋର୍ଟ କହିଛନ୍ତି।
ସ୍ମୋକ କାରଣରୁ ଲାହୋର ବିଷାକ୍ତ ଗ୍ୟାସ ଚାମ୍ବର ରୂପେ ପରିଗଣିତ ହୋଇଛି। ସହରବାସୀଙ୍କ ମଧ୍ୟରେ ଗମ୍ଭୀର ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଇଛି। ଏକ ଅଧ୍ୟୟନନୁସାରେ ମଙ୍ଗଳବାର ଲାହୋର ଦୁନିଆର ସବୁଠାରୁ ପ୍ରଦୂଷିତ ସହର ଭାବେ ତାଲିକାର ସର୍ବୋଚ୍ଚରେ ରହିଛି। ରିପୋର୍ଟ ଅନୁଯାୟୀ, ଏଠାରେ ବାୟୁର ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୨୫୫ ରହିଛି। ସୋମବାର ଏହା ୪୪୭ଯାଏଁ ପହଞ୍ଚି ଯାଇଥିଲା। ତେଣୁ ପଞ୍ଜାବ ମୁଖ୍ୟନ୍ତ୍ରୀ ମୋହାସିନ ପାକବି ପଞ୍ଜାବରେ ସ୍ମୋକ ଏମରଜେନ୍ସି ଲାଗୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri