ଲଖନା ପଞ୍ଚାୟତ: ଅନାସ୍ଥା ଭୋଟ ଶେଷ, ଫଳାଫଳ ସ୍ଥଗିତ

ନୂଆପଡ଼ା,୧୨ା୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଲଖନା ପଞ୍ଚାୟତ କାର୍ଯ୍ୟାଳୟରେ ମଙ୍ଗଳବାର ଅନାସ୍ଥା ଭୋଟ ହୋଇଥିଲେ ମଧ୍ୟ ସରପଞ୍ଚ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବାରୁ ଫଳାଫଳ ଘୋଷଣା କରା ନ ଯାଇ ସ୍ଥଗିତ ରଖାଯାଇଛି। ସରପଞ୍ଚ ଉନ୍ନୟନ କାର୍ଯ୍ୟ ଟଙ୍କା ଆମତ୍ସାତ୍‌ ସହ ସେମାନଙ୍କୁ ଅଣଦେଖା କରୁଥିବା ନେଇ ୱାର୍ଡ ସଭ୍ୟାସଭ୍ୟ ଅଭିଯୋଗ କରି ତାଙ୍କ ବିରୋଧରେ ଅନାସ୍ଥା ଭୋଟ ପାଇଁ ନୂଆପଡ଼ା ଉପ ଜିଲାପାଳ ଯୋଗେନ୍ଦ୍ର ମାଝିଙ୍କୁ ଲିଖିତ ଭାବେ ଜଣାଇଥିଲେ। ଉପଜିଲାପାଳ ଏହାର ତଦନ୍ତ କରି ମାର୍ଚ୍ଚ ୧୧ରେ ଅନାସ୍ଥା ଭୋଟ ହେବ ବୋଲି ବିଜ୍ଞପ୍ତି ପ୍ରକାଶ କରିଥିଲେ। ତଦନୁଯାୟୀ କୋମନା ତହସିଲଦାର ପ୍ରୟାଶୀ ପ୍ରଧାନଙ୍କ ପରିଚାଳନାରେ ଅନାସ୍ଥା ଭୋଟ ଅନୁଷ୍ଠିତ ହୋଇଥିଲା। ଫଳାଫଳ ଘୋଷଣା ହୋଇ ନ ଥିଲେ ମଧ୍ୟ ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନାଏବ ସରପଞ୍ଚ ପଦ୍ମିନୀ ସୁନାନୀଙ୍କ ସପକ୍ଷରେ ୧୧ ଭୋଟ ପଡିଥିବା ବେଳେ ସରପଞ୍ଚ ଜିତେନ୍ଦ୍ର ଠାକୁରଙ୍କ ସପକ୍ଷରେ ମାତ୍ର ଗୋଟିଏ ଭୋଟ ପଡିଥିଲା। ଏହାକୁ ନେଇ ସରପଞ୍ଚ ଠାକୁର ଉଚ୍ଚ ନ୍ୟାୟାଳୟଙ୍କ ଆଶ୍ରୟ ନେଇଛନ୍ତି। ହାଇକୋର୍ଟରେ ତାଙ୍କ ଦ୍ୱାରା ଦାଖଲ ଏକ ରିଟ ପିଟିଶନ ବିଚାର ହୋଇ ପ୍ରଦତ୍ତ ଅନ୍ତରୀଣ ଆଦେଶର ନକଲ ଜିଲାପାଳଙ୍କ ନିକଟରେ ବିଚାର ପାଇଁ ଦାଖଲ କରିଥିବା ଜଣାପଡିଛି। ଏ ସଂକ୍ରାନ୍ତରେ ଉପଜିଲାପାଳ, ଜିଲା ପଞ୍ଚାୟତ ଅଧିକାରୀ ଓ ତହସିଲଦାରଙ୍କୁ ଯୋଗାଯୋଗ ହୋଇ ପାରି ନ ଥିବାରୁ ପ୍ରଶାସନର ପରବର୍ତ୍ତୀ ପଦକ୍ଷେପ ସମ୍ପର୍କରେ ସୂଚନା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri