ଲଖନପୁର ବ୍ଲକ ୧୯ଖଣ୍ଡ ମୌଜାରେ ପଶିଲା ବନ୍ୟା ଜଳ, ଲୋକଙ୍କୁ ରନ୍ଧାଖାଦ୍ୟ ବଣ୍ଟନ

ଝାରସୁଗଡ଼ା ଅଫିସ,୧୬।୮: ମହାନଦୀ ଉପରମୁଣ୍ଡ ଛତିଶଗଡ଼ରେ ଲଗାଣ ବର୍ଷା ଫଳରେ ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ୧୯ ଖଣ୍ଡ ମୌଜାରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ନଦୀପାର୍ଶ ଗ୍ରାମସବୁ ପ୍ରଭାବିତ ହେବାରେ ଲାଗିଛି। ଇତିମଧ୍ୟରେ ରେମତା ପଞ୍ଚାୟତ ଚିଖିଲି, ସରଧା ଏବଂ କଣ୍ଢେଇକେଲା ପଞ୍ଚାୟତର ସୁଖାସୋଢା, ସେମିଲିଆ, ଓ କନକତୋରା ପଞ୍ଚାୟତର କନକତୋରା ନାଏକଡେରା ଗ୍ରାମରେ ବନ୍ୟା ପାଣି ପଶି ଆସିଛି। ଏସବୁ ଗ୍ରାମର ୧୪୨ଜଣ ଲୋକଙ୍କୁ ଗାଁ ସ୍କୁଲ ଏବଂ ବନ୍ୟା ଆଶ୍ରୟ ସ୍ଥଳରେ ଥଇଥାନ କରାଯାଇଛି।

ସେମିଲିଆ ପ୍ରାଥମିକ ସ୍କୁଲରେ ୩୫ଜଣ, ସୁଖାସୋଢା ପ୍ରାଥମିକ ସ୍କୁଲରେ ୩୦ଜଣ, ଚିଖିଲି ପ୍ରାଥମିକ ସ୍କୁଲରେ ୧୧ଜଣ, ସରଧା ପ୍ରାଥମିକ ସ୍କୁଲରେ ୪୪ଜଣ ଓ କନକତୋରା ବନ୍ୟା ଆଶ୍ରୟ ସ୍ଥଳୀରେ ୨୨ଜଣ ଲୋକଙ୍କୁ ଥଇଥାନ କରାଯାଇଛି। ପ୍ରଶାସନ ପକ୍ଷରୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। କଣ୍ଢେଇକେଲା ପଞ୍ଚାୟତ କାର୍ଯ୍ୟାଳୟରେ ରୋଷେଇ କରାଯାଇ ବିଭିନ୍ନ ଆଶ୍ରୟ ସ୍ଥଳୀକୁ ଗାଡି ସାହାର୍ଯ୍ୟରେ ଯୋଗାଇ ଦିଆଯାଉଛି। ଏନେଇ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ପରିସ୍ଥିତି ଉପରେ ନଜର ରଖାଯାଇଛି।

ଜିଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲାପାଳ ଲଙ୍କେଶ୍ୱର ଅମାତ, ବିଡିଓ ଜୟନ୍ତ ସାହୁ, ତହସିଲଦାର ବିଶ୍ବକେଶନ ପାଣ୍ଡେ, ଅତିରିକ୍ତ ବିଡିଓ ଗୋପାଳ କ୍ରିଷ୍ଣା ମିଶ୍ର, ବିଧାୟିକା ଅଳକା ମହାନ୍ତି, ରେମତା ସରପଞ୍ଚ ପ୍ରଫୁଲ୍ଲ ସିଂହ, କଣ୍ଢେଇକେଲା ସରପଞ୍ଚ ଅଶୋକ ସେଠ, ସମିତସଭ୍ୟ ଅନିଲ ବାରିକ, କନକତୋରା ସରପଞ୍ଚ ସୁଶାନ୍ତ ଚଇନ ପ୍ରମୁଖ ପ୍ରଶାସନିକ ଅଧିକାରୀଙ୍କ ସହ ଜନପ୍ରତିନିଧି ବନ୍ୟା ଅଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଏନେଇ ବିଡିଓ ସାହୁ କହିଛନ୍ତି ବନ୍ୟା ମୁକାବିଲା ନେଇ ପ୍ରଶାସନ ପ୍ରସ୍ତୁତ ରହିଇଛି। ଏପରିକି ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ବନ୍ୟାଜଳ ଧିରେଧିରେ ହ୍ରାସ ପାଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

କାହିଁକି ବିରୋଧୀ ଦଳକୁ ଭେଟିବାକୁ ମନା କଲେ CJI ସୂର୍ଯ୍ୟ କାନ୍ତ? ଏହି ୫ କାରଣ ମାଧ୍ୟମରେ ବୁଝନ୍ତୁ ସମ୍ପୂର୍ଣ୍ଣ ଘଟଣାକୁ

ନୂଆଦିଲ୍ଲୀ,୧୨।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟ କାନ୍ତ ବିରୋଧୀ ଦଳର ନେତାମାନଙ୍କୁ ଭେଟିବାକୁ ମନା କରିଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ବ୍ୟତୀତ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଅନ୍ୟାନ୍ୟ କଂଗ୍ରେସ…

ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ…

ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…

ଅସ୍ତ ହେବେ ଶୁକ୍ରଦେବ; ୫ରାଶି ପାଇଁ ଅଶୁଭ, ଧନହାନି ସାଙ୍ଗକୁ….

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଦେବଙ୍କୁ ପ୍ରେମ, ଦାମ୍ପତ୍ୟ ଜୀବନ, ସମ୍ପର୍କ, ସୌନ୍ଦର୍ଯ୍ୟ, ଐଶ୍ୱର୍ଯ୍ୟ ଓ ଭୌତିକ ସୁଖର କାରକ ଭାବେ ବିବେଚନା କରାଯାଏ । ଜ୍ୟୋତିଷୀୟ ଗଣନା ଅନୁଯାୟୀ,…

ପୂର୍ବତନ ଭାଜପା ବିଧାୟକଙ୍କୁ ନିର୍ମମ ହତ୍ୟା; ୭୦-୮୦ ଜଣ ଲୋକ କ୍ରସର୍‌ ପ୍ଲାଣ୍ଟ ଉପରେ ଆକ୍ରମଣ କରି ନେଇଗଲେ ଜୀବନ…

ଜୟପୁର,୧୨।୧୦: ରାଜସ୍ତାନ ଭରତପୁରରେ ଖଣି କାର୍ଯ୍ୟକୁ ନେଇ ହୋଇଥିବା ବିବାଦ ମଧ୍ୟରେ ପୂର୍ବତନ ଭାଜପା ବିଧାୟକ ଅତର ସିଂହ ଭଦାନାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି, ଯାହା…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?