Posted inଜାତୀୟ

ଲଖିମ୍‌ପୁର ଖେରି ମାମଲା:୪ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ

ଲକ୍ଷ୍ନୌ,୧୦।୫: ଉତ୍ତରପ୍ରଦେଶର ଲଖିମପୁର ଖେରିରେ ଗତବର୍ଷ ଅକ୍ଟୋବରରେ ଆନ୍ଦୋଳନରତ ଚାଷୀଙ୍କ ଉପରେ ଗାଡ଼ି ମଡ଼ାଇ ୪ ଜଣଙ୍କୁ ହତ୍ୟା କରିବା ଓ ପରବର୍ତ୍ତୀ ହିଂସାରେ ଅନ୍ୟ ୪ ଜଣଙ୍କ ଜୀବନ ଯିବା ଘଟଣାରେ ୪ ମୁଖ୍ୟ ଅଭିଯୁକ୍ତଙ୍କ ଜାମିନ ଆବେଦନକୁ ସୋମବାର ଆଲ୍ଲାହାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚ୍‌ ଖାରଜ କରିଦେଇଛନ୍ତି। ଅଭିଯୁକ୍ତମାନେ ହେଲେ ଅଙ୍କିତ୍‌ ଦାସ, ଲବକୁଶ, ସୁମିତ ଜୈଶ୍ୱାଲ ଏବଂ ଶିଶୁପାଳ। ଚାଷୀମାନଙ୍କୁ ଜିଲା ବାହାରକୁ ତଡ଼ିଦିଆଯିବ ବୋଲି ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରା ଧମକ ଦେଇ ନ ଥିଲେ ଏଭଳି ଘଟଣା ଘଟି ନ ଥାନ୍ତା ବୋଲି ଜଷ୍ଟିସ୍‌ ଡି.କେ. ସିଂଙ୍କ ଖଣ୍ଡପୀଠ କହିଥିଲେ। ଉଚ୍ଚ ପଦବୀରେ ଥିବା ରାଜନୈତିକ ବ୍ୟକ୍ତି ସେମାନଙ୍କ ଷ୍ଟାଟସ୍‌ ଓ ମର୍ଯ୍ୟାଦାକୁ ଚାହିଁ ଏଭଳି ଦାୟିତ୍ୱହୀନ ମନ୍ତବ୍ୟ ଦେବା ଉଚିତ୍‌ ନୁହେଁ। ଆଇନ ପ୍ରଣେତା ଆଇନ ଭଙ୍ଗକାରୀ ହୋଇପାରିବେ ନାହିଁ। ରାଜ୍ୟ ଉପମୁଖ୍ୟମନ୍ତ୍ରୀ ସିଆର୍‌ପିସିର ଧାରା ୧୪୪ର ବ୍ୟବସ୍ଥା ସମ୍ପର୍କରେ ଜାଣି ନ ଥିବା ବିଶ୍ୱାସ ହେଉନାହିଁ ବୋଲି ବିଚାରପତି କହିଛନ୍ତି। ମୁଖ୍ୟ ଅଭିଯୁକ୍ତ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରା ଓ ଅନ୍ୟମାନେ ପ୍ରଭାବଶାଳୀ ରାଜନୈତିକ ପରିବାରରୁ ଆସିଥିବାରୁ ସାକ୍ଷୀଙ୍କୁ ପ୍ରଭାବିତ କରିବା ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ। ସେଥିପାଇଁ ସେମାନଙ୍କ ଜାମିନ ଆବେଦନ ଅଗ୍ରାହ୍ୟ କରାଗଲା ବୋଲି ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?