Posted inଜାତୀୟ

ଲକ୍ଷ୍ମୀପୁର ଖେରି ଘଟଣା: ରାକେଶ ଟିକାଏତ କହିଲେ କାର୍ଯ୍ୟାନୁଷ୍ଠାନ ନ ହେବା ପର୍ଯ୍ୟନ୍ତ ହେବନାହିଁ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୪ ।୧୦: ଉତ୍ତର ପ୍ରଦେଶ ଲକ୍ଷ୍ମୀପୁର ଖେରି ଘଟଣା ଏବେ ଉତ୍ତେଜନାପୂର୍ଣ୍ଣ ହେବାକୁ ଯାଉଛି । ସେଠାରେ କୃଷକମାନେ ସାରା ରାତି ଧାରଣାରେ ବସିଛନ୍ତି । କୃଷକଙ୍କ ଦାବି ହେଉଛି ଯେପର୍ଯ୍ୟନ୍ତ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ ସେପଯ୍ୟନ୍ତ ସେମାନେ ଧାରଣାରୁ ହଟିବେ ନାହିଁ । ଏହା ପୂର୍ବରୁ କୃଷକ ନେତା ରାକେଶ ଟିକାଏତ ଭୋର ପାୟ ୪ଟା ସୁଦ୍ଧା ଲକ୍ଷ୍ମୀପୁର ଖେରି ପହଞ୍ଚିବା ସହ ସେଠାରେ ଥିବା ଗୁରୁଦ୍ୱାରରେ କୃଷକ କମିଟି ସହ ଏକ ବୈଠକରେ ବସିଥିଲେ । ବୈଠକରେ ଆଗକୁ ରଣନୀତି କ’ଣ ହେବ ତାହା ସ୍ଥିର କରାଯାଇଛି । ଏହା ପୂର୍ବରୁ ଟିକାଏତ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରା ଓ ତାଙ୍କ ପୁଅ ଆଶିଷ ମିଶ୍ରାଙ୍କୁ ଗିରଫ କରିବାକୁ ଦାବି କରିଛନ୍ତି । ତେବେ କୃଷକଙ୍କ ସହ ବୈଠକ ପରେ ଟିକାଏତ ଘୋଷଣା କରିଛନ୍ତି କି ଯେପର୍ଯ୍ୟନ୍ତ ଦୋଷୀଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇ ନାହିଁ ସେପର୍ଯ୍ୟନ୍ତ ସେମାନେ ମୃତକଙ୍କର ଅନ୍ତିମ ସଂସ୍କାର କରିବେ ନାହିଁ । ଏବେ ଲକ୍ଷ୍ମୀପୁରରେ ୧୪୪ ଧାରା ଜାରି କରାଯାଇଥିବା ବେଳେ ନେତାଙ୍କ ଯା’ଆସ ଉପରେ କଟକଣା ଲଗାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ଏହି ମାମଲାରେ ଏଫ୍‌ଆଇଆର୍‌ରେ ଅଜୟ ମିଶ୍ରା ଓ ତାଙ୍କ ପୁଅ ଆଶିଷ ମିଶ୍ରାଙ୍କ ନାଁ ରହିବ । ସୂଚନାଯୋଗ୍ୟ, ୟୁପିର ଉପମଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ରବିବାର ଲକ୍ଷ୍ମୀପୁର ଖେରିରେ ଆୟୋଜିତ ଏକ କୁସ୍ତି କାର୍ଯ୍ୟକ୍ରମରେ ଯୋଗ ଦେବାର ଥିଲା । ହେଲେ ସେ ପହଞ୍ଚିବା ପୂର୍ବରୁ କୃଷି ଆଇନକୁ ବିରୋଧ କରି କୃଷକମାନେ ବିରୋଧ ପ୍ରଦର୍ଶନ କରିଥିଲେ । କୃଷକଙ୍କ ଅଭିଯୋଗ ହେଉଛି କି ଏହି ସମୟରେ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଓ ତାଙ୍କ ସମର୍ଥକ କୃଷକଙ୍କ ଉପରେ ଗାଡି ମଡାଇ ଦେଇଥିଲେ । ଏହାପରେ ଉତ୍ୟକ୍ତ କୃଷକ ୨ଟି ଗାଡିରେ ନିଆଁ ଲଗାଇ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri