Posted inଜାତୀୟ

ଅଜୟ ମିଶ୍ରାଙ୍କ ବହିଷ୍କାର ଦାବିରେ ସଂସଦ ଅଚଳ

ନୂଆଦିଲ୍ଲୀ,୧୬।୧୨: ଉତ୍ତର ପ୍ରଦେଶର ଲଖିମପୁର ଖେରିରେ ଚାଷୀଙ୍କ ଉପରେ ଗାଡି ମାଡି ହତ୍ୟା କରିବା ଘଟଣାକୁ ନେଇ ଗୁରୁବାର ସଂସଦ ଅଚଳ ହୋଇପଡିଛି। ଘଟଣାର ତଦନ୍ତ କରୁଥିବା ଏସଆଇଟି ଏହାକୁ ଏକ ଯୋଜନାବଦ୍ଧ ଷଡଯନ୍ତ୍ର ବୋଲି କହିବା ପରେ କେନ୍ଦ୍ର ସରକାରଙ୍କୁ ବିରୋଧୀ ଘେରିଛନ୍ତି। ଉତ୍ତର ପ୍ରଦେଶର ଲଖିମପୁର ଖେରିରେ ଘଟିଥିବା ଏହି ଲୋମହର୍ଷଣକାରୀ ଘଟଣାରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ଗିରଫ ହୋଇଛନ୍ତି। ସେ ଘଟଣାର ମୁଖ୍ୟ ଅଭିଯୁକ୍ତ ବୋଲି ଏସଆଇଟି କହିଥିବାରୁ ବିରୋଧୀ ଅଜୟ ମିଶ୍ରାଙ୍କ ବହିଷ୍କାର ଦାବି କରିଛନ୍ତି। ଆଜି ସଂସଦର ଉଭୟ ଗୃହରେ ଏହି ପ୍ରସଙ୍ଗ ଉଠାଇ ବିରୋଧୀ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିଛନ୍ତି। ହଟ୍ଟଗୋଳ ଯୋଗୁ ଉଭୟ ଗୃହକୁ ଦିନ ୨ଟା ଯାଏ ମୁଲତବୀ ଘୋଷଣା କରାଯାଇଥିଲା। ଏହାପରେ ଗୃହ ଆରମ୍ଭ ହେବା କ୍ଷଣି ବିରୋଧୀ ପୁଣି ହଙ୍ଗାମା କରିବାରୁ ଗୃହକୁ କାଲି ପର୍ଯ୍ୟନ୍ତ ମୁଲତବୀ ରଖାଯାଇଛି। ଅପରପକ୍ଷରେ ବିରୋଧୀ ଅଜୟ ମିଶ୍ରାଙ୍କ ବହିଷ୍କାର ଦାବି କରୁଥିଲେ ମଧ୍ୟ ସରକାର ନିଜ ଜିଦ୍‌ରେ ଅଟଳ ରହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri