Posted inଜାତୀୟ

ମୋ ପୁଅ ନିର୍ଦ୍ଦୋଷ: ଅଜୟ ମିଶ୍ରା

ନୂଆଦିଲ୍ଲୀ,୮ ।୧୦: ଉତ୍ତର ପ୍ରଦେଶ ଲକ୍ଷ୍ମୀପୁର ଖେରି ମାମଲା ବେଳକୁ ବେଳ ଜଟିଳ ହେବାକୁ ଯାଉଛି । ଏଥିରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରା ଶୁକ୍ରବାର ପୋଲିସ ପାଖରେ ପହଞ୍ଚିବାର ଥିଲା । ହେଲେ ସେ ନ ଆସିବାରୁ ଏବେ ନାନା ପ୍ରଶ୍ନ ଉଙ୍କି ମାରିଛି । ଏହାକୁ ନେଇ ପିତା ତଥା କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରା କହିଛନ୍ତି ମୋ ପୁଅ ନିର୍ଦ୍ଦୋଷ । କିଛି ବ୍ୟକ୍ତିଗତ କାରଣ ଯୋଗୁ ସେ ଆଜି ଉପସ୍ଥିତ ହୋଇ ପାରିଲେ ନାହିଁ । ହେଲେ ଶନିବାର ସେ ସମସ୍ତ ପ୍ରମାଣ ସହ ପୋଲିସ ସାମ୍ନାରେ ହାଜର ହେବେ । ଏହା ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ତେଣୁ ଏଥିରେ ନିପେକ୍ଷ ଯାଞ୍ଚ କରାଯିବ ଓ ପ୍ରକୃତ ଦୋଷୀଙ୍କୁ ଦଣ୍ଡ ବିଧାନ କରାଯିବ ବୋଲି ଅଜୟ କହିଛନ୍ତି । ସୂଚନାଯୋଗ୍ୟ, ଆଶିଷଙ୍କୁ ଶୁକ୍ରବାର ହାଜର ହେବାକୁ ନୋଟିସ ଜାରି କରାଯାଇଥିବା ବେଳେ ଏବେ ପୁଣିଥରେ ଶନିବାର ଦିନ ୧୧ଟା ସୁଦ୍ଧା ପହଞ୍ଚିବାକୁ ନୋଟିସ ଜାରି କରାଯାଇଛି । ନଚେତ୍ ଏହା ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri