Posted inଜାତୀୟ

ଲଖିମପୁର ଖେରି ହିଂସାର ତଦନ୍ତ ପାଇଁ ୟୁପି ସରକାର ରାଜି

ନୂଆଦିଲ୍ଲୀ,୧୫।୧୧: ଉତ୍ତରପ୍ରଦେଶ ଲଖିମପୁର ଖେରି ହିଂସା ଘଟଣାର ଏସ୍‌ଆଇଟି ତଦନ୍ତ ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ତତ୍ତ୍ୱାବଧାନରେ କରିବା ଲାଗି ୟୁପି ସରକାର ସୋମବାର ରାଜି ହୋଇଛନ୍ତି। ଗତମାସ ୩ ତାରିଖରେ ଲଖିମପୁର ଖେରିରେ ଆନ୍ଦୋଳନରତ ଚାଷୀଙ୍କ ଉପରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କ ଗାଡ଼ି ମାଡ଼ିଯାଇ ୪ ଜଣଙ୍କ ମୃତ୍ୟୁ ହେବା ସହ ହିଂସାକାଣ୍ଡରେ ଅନ୍ୟ ୪ ଜଣଙ୍କ ଜୀବନ ଯାଇଥିଲା। ଅବସରପ୍ରାପ୍ତ ବିଚାରପତିଙ୍କ ତତ୍ତ୍ୱାବଧାନରେ ରାଜ୍ୟର ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ ମାମଲାର ତଦନ୍ତ କରିବା ଲାଗି ସୁପ୍ରିମକୋର୍ଟ ପ୍ରସ୍ତାବ ଦେଇଥିଲେ। ବୁଧବାର ପରବର୍ତ୍ତୀ ଶୁଣାଣି ବେଳେ ଅବସରପ୍ରାପ୍ତ ବିଚାରପତିଙ୍କ ନାମ ଘୋଷଣା କରାଯିବ ବୋଲି ପ୍ରଧାନ ବିଚାରପତି ଏନ୍‌.ଭି, ରମନାଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ କହିଛନ୍ତି। ସେହିପରି ଉତ୍ତରପ୍ରଦେଶରେ ଘର ହୋଇ ନ ଥିବା ୟୁପି କ୍ୟାଡର ଆଇପିଏସ୍‌ ଅଫିସରଙ୍କୁ ଏସ୍‌ଆଇଟିରେ ନିଯୁକ୍ତି ଦେବାକୁ ଓ ମଙ୍ଗଳବାର ସେମାନଙ୍କ ନାମ ଜଣାଇବାକୁ ସର୍ବୋଚ୍ଚ ଅଦାଲତ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ଲଖିମପୁର ଘଟଣାରେ ତଦନ୍ତର ଅଗ୍ରଗତିକୁ ନେଇ ସର୍ବୋଚ୍ଚ ଅଦାଲତ ଅସନ୍ତୋଷ ବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri