Posted inଜାତୀୟ

ଆତ୍ମସମର୍ପଣ କଲେ ଆଶିଷ ମିଶ୍ରା

ଲକ୍ଷ୍ନୌ,୨୪।୪: ଲଖିମପୁର ଖେରି ହିଂସା ମାମଲାରେ ସୁପ୍ରିମକୋର୍ଟ ତାଙ୍କ ଜାମିନ ଆଦେଶକୁ ଖାରଜ କରିବା ପରେ ଅଭିଯୁକ୍ତ ଆଶିଷ ମିଶ୍ରା ରବିବାର ଆତ୍ମସମର୍ପଣ କରିଛନ୍ତି। ତାଙ୍କୁ ଏପ୍ରିଲ ୨୫ ପର୍ଯ୍ୟନ୍ତ ଆତ୍ମସମର୍ପଣ କରିବାର ସମୟ ଥିଲା। କ୍ୟାବିନେଟ ମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରା ଗୋଟିଏ ଦିନ ପୂର୍ବରୁ ଆତ୍ମସମର୍ପଣ କରିଛନ୍ତି। ପୋଲିସ ତାଙ୍କୁ ଜେଲକୁ ନେଇଥିଲା। କିଛି ଦିନ ପୂର୍ବରୁ ସୁପ୍ରିମକୋର୍ଟ ତାଙ୍କ ଜାମିନକୁ ଖାରଜ କରିଥିଲେ। ଏହା ପରେ ସେ ଆତ୍ମସମର୍ପଣ କରିଛନ୍ତି।
ସୂଚନାଯୋଗ୍ୟ, ୟୁପିର ଲଖିମ୍‌ପୁର ଖେରି ମାମଲାରେ ମୁଖ୍ୟ ଅଭିଯୁକ୍ତ ଆଶିଷଙ୍କୁ ଦିଆଯାଇଥିବା ଜାମିନକୁ ଗତ ଏପ୍ରିଲ ୧୮ରେ ସୁପ୍ରିମକୋର୍ଟ ଖାରଜ କରିଥିଲେ। ଆହ୍ଲାବାଦ ହାଇକୋର୍ଟ ଦେଇଥିବା ଜାମିନକୁ ଖାରଜ କରିବା ସହ ସର୍ବୋଚ୍ଚ ଅଦାଲତ ଆଶିଷଙ୍କୁ ଏକ ସପ୍ତାହ ମଧ୍ୟରେ ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଆହ୍ଲାବାଦ ହାଇକୋର୍ଟ ଫେବୃଆରୀ ୧୦ରେ ଆଶିଷ ମିଶ୍ରଙ୍କୁ ଜାମିନ ପ୍ରଦାନ କରିଥିଲେ। ଶୁଣାଣି ସମୟରେ ସୁପ୍ରିମକୋର୍ଟ ହାଇକୋର୍ଟଙ୍କ ଜାମିନ ଆଦେଶ ଉପରେ ଆପତ୍ତି ଉଠାଇଥିଲେ।
ସୂଚନାଯୋଗ୍ୟ, ଗତ ବର୍ଷ ଅକ୍ଟୋବର ୩ରେ ଉତ୍ତରପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ଲଖିମ୍‌ପୁର ଖେରୀ ଜିଲା ଗସ୍ତକୁ ବିରୋଧ କରୁଥିବା ଚାରିଜଣ କୃଷକଙ୍କୁ ଏସୟୁଭି ଚଢାଇ ପରେ ହତ୍ୟା କରାଯାଇଥିଲା। ଏହି ମାମଲାରେ କେନ୍ଦ୍ର ମନ୍ତ୍ରୀ ମିଶ୍ରାଙ୍କ ପୁଅ ଆଶିଷ ସମ୍ପୃକ୍ତି ଥିବା ପ୍ରମାଣ ହୋଇଛି। ଏହା ପରେ ପୋଲିସ ତାଙ୍କୁ ଗିରଫ କରି ଜେଲକୁ ପଠାଇ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri