Posted inଜାତୀୟ

ଆତ୍ମସମର୍ପଣ କଲେ ଆଶିଷ ମିଶ୍ରା

ଲକ୍ଷ୍ନୌ,୨୪।୪: ଲଖିମପୁର ଖେରି ହିଂସା ମାମଲାରେ ସୁପ୍ରିମକୋର୍ଟ ତାଙ୍କ ଜାମିନ ଆଦେଶକୁ ଖାରଜ କରିବା ପରେ ଅଭିଯୁକ୍ତ ଆଶିଷ ମିଶ୍ରା ରବିବାର ଆତ୍ମସମର୍ପଣ କରିଛନ୍ତି। ତାଙ୍କୁ ଏପ୍ରିଲ ୨୫ ପର୍ଯ୍ୟନ୍ତ ଆତ୍ମସମର୍ପଣ କରିବାର ସମୟ ଥିଲା। କ୍ୟାବିନେଟ ମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରା ଗୋଟିଏ ଦିନ ପୂର୍ବରୁ ଆତ୍ମସମର୍ପଣ କରିଛନ୍ତି। ପୋଲିସ ତାଙ୍କୁ ଜେଲକୁ ନେଇଥିଲା। କିଛି ଦିନ ପୂର୍ବରୁ ସୁପ୍ରିମକୋର୍ଟ ତାଙ୍କ ଜାମିନକୁ ଖାରଜ କରିଥିଲେ। ଏହା ପରେ ସେ ଆତ୍ମସମର୍ପଣ କରିଛନ୍ତି।
ସୂଚନାଯୋଗ୍ୟ, ୟୁପିର ଲଖିମ୍‌ପୁର ଖେରି ମାମଲାରେ ମୁଖ୍ୟ ଅଭିଯୁକ୍ତ ଆଶିଷଙ୍କୁ ଦିଆଯାଇଥିବା ଜାମିନକୁ ଗତ ଏପ୍ରିଲ ୧୮ରେ ସୁପ୍ରିମକୋର୍ଟ ଖାରଜ କରିଥିଲେ। ଆହ୍ଲାବାଦ ହାଇକୋର୍ଟ ଦେଇଥିବା ଜାମିନକୁ ଖାରଜ କରିବା ସହ ସର୍ବୋଚ୍ଚ ଅଦାଲତ ଆଶିଷଙ୍କୁ ଏକ ସପ୍ତାହ ମଧ୍ୟରେ ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଆହ୍ଲାବାଦ ହାଇକୋର୍ଟ ଫେବୃଆରୀ ୧୦ରେ ଆଶିଷ ମିଶ୍ରଙ୍କୁ ଜାମିନ ପ୍ରଦାନ କରିଥିଲେ। ଶୁଣାଣି ସମୟରେ ସୁପ୍ରିମକୋର୍ଟ ହାଇକୋର୍ଟଙ୍କ ଜାମିନ ଆଦେଶ ଉପରେ ଆପତ୍ତି ଉଠାଇଥିଲେ।
ସୂଚନାଯୋଗ୍ୟ, ଗତ ବର୍ଷ ଅକ୍ଟୋବର ୩ରେ ଉତ୍ତରପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ଲଖିମ୍‌ପୁର ଖେରୀ ଜିଲା ଗସ୍ତକୁ ବିରୋଧ କରୁଥିବା ଚାରିଜଣ କୃଷକଙ୍କୁ ଏସୟୁଭି ଚଢାଇ ପରେ ହତ୍ୟା କରାଯାଇଥିଲା। ଏହି ମାମଲାରେ କେନ୍ଦ୍ର ମନ୍ତ୍ରୀ ମିଶ୍ରାଙ୍କ ପୁଅ ଆଶିଷ ସମ୍ପୃକ୍ତି ଥିବା ପ୍ରମାଣ ହୋଇଛି। ଏହା ପରେ ପୋଲିସ ତାଙ୍କୁ ଗିରଫ କରି ଜେଲକୁ ପଠାଇ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri