Posted inଜାତୀୟ

ଦ୍ୱିତୀୟ ଚାର୍ଜଶିଟ୍‌ରେ ଚାଷୀଙ୍କୁ ଅଭିଯୁକ୍ତ କଲା ଏସ୍‌ଆଇଟି

ନୂଆଦିଲ୍ଲୀ,୨୨।୧: ଉତ୍ତରପ୍ରଦେଶର ଲଖିମପୁର ଖେରି ହିଂସା ମାମଲାରେ ଦ୍ୱିତୀୟ ଚାର୍ଜଶିଟ୍‌ ଦାଖଲ ହୋଇଛି। ପୂର୍ବରୁ ଦାଖଲ ହୋଇଥିବା ଚାର୍ଜଶିଟ୍‌ରେ ସ୍ବରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରା ଏବଂ ଅନ୍ୟମାନଙ୍କ ନାମ ରହିଥିଲା। ଗାଡ଼ି ମଡ଼ାଇ ୪ ଚାଷୀ ଓ ଜଣେ ଖବରଦାତାଙ୍କୁ ମାରିବା ନେଇ ସେମାନଙ୍କୁ ଅଭିଯୁକ୍ତ କରାଯାଇଥିଲା। ଦ୍ୱିତୀୟ ଚାର୍ଜଶିଟ୍‌ରେ ଦୁଇଜଣ ଭାଜପା କର୍ମୀ ଓ ଜଣେ ଡ୍ରାଇଭରଙ୍କୁ ପିଟି ମାରିବା ଅଭିଯୋଗରେ କିଛି ଚାଷୀଙ୍କୁ ଅଭିଯୁକ୍ତ କରାଯାଇଛି। ମାମଲାର ତଦନ୍ତ ବେଳେ ୭ ଚାଷୀଙ୍କୁ ଗିରଫ କରାଯାଇଥିଲା।

ସ୍ଥାନୀୟ ଭାଜପା କର୍ମୀ ସୁମିତ୍‌ ଜୟସ୍ବାଲଙ୍କ ଅଭିଯୋଗକ୍ରମେ ପୋଲିସ କେତେଜଣ ଚାଷୀଙ୍କ ବିରୋଧରେ ଦ୍ୱିତୀୟ ମାମଲା ଦାଏର କରିଥିଲା। ସେମାନେ ହିଂସାକୁ ଉସୁକାଇଥିବା ଅଭିଯୋଗ ହୋଇଥିଲା। ଏସ୍‌ୟୁଭି ମଡ଼ାଇ ୪ ଚାଷୀଙ୍କୁ ହତ୍ୟା କରିବା ଅଭିଯୋଗରେ ଆଶିଷ ମିଶ୍ରାଙ୍କ ସମେତ ୧୩ ଜଣଙ୍କୁ ଗିରଫ କରାଯାଇଛି। ଘଟଣାର ତଦନ୍ତ କରୁଥିବା ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ପୂର୍ବରୁ ସ୍ଥାନୀୟ ଅଦାଲତରେ ୫,୦୦୦ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିଲା ଯେଉଁଥିରେ ୧୪ ଜଣଙ୍କୁ ଅଭିଯୁକ୍ତ ଦର୍ଶାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri