Posted inଜାତୀୟ

‘ହତ୍ୟାକାରୀଙ୍କୁ ବଞ୍ଚାଇବାକୁ ଚେଷ୍ଟା କରୁଛନ୍ତି ସରକାର’

ନୂଆଦିଲ୍ଲୀ,୬।୧୦:ଲଖିମ୍‌ପୁର ଖେରି ଘଟଣାକୁ ନେଇ ଦେଶରେ ରାଜନୀତି ଜୋର ଧରିଛି। ଏହି ଘଟଣାକୂ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ କହିଛନ୍ତି ଯେ, ଏତେ ଭିଡ଼ ସାମନାରେ କେହି ଏତେ ଲୋକଙ୍କୁ କାର୍‌ ଚଢାଇଦେଇ ଚାଲିଯିବା ଏବଂ ସେହି ହତ୍ୟାକାରୀକୁ ବଞ୍ଚାଇବାରେ ପୁରା ସିଷ୍ଟମ ଜଡିତ ହେବା..ଏପର୍ଯ୍ୟନ୍ତ ଆମେ ଏହାକୁ ଫିଲ୍ମରେ ଦେଖୁଥିଲୁ। କିନ୍ତୁ ଏବେ ଦେଶରେ ଏହାର ବାସ୍ତବତା ଦେଖିବାକୁ ମିଳିଛି।
ହତ୍ୟାକାରୀଙ୍କୁ ବଞ୍ଚାଇବାକୁ ଚେଷ୍ଟା କରୁଛନ୍ତି ସରକାର। ଏଥିସହିତ କୃଷକମାନେ କ’ଣ ଭୁଲ କରିଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି। କୃଷକମାନଙ୍କୁ କାହିଁକି ହତ୍ୟା କରାଯାଉଛି? ପ୍ରତ୍ୟେକ ଦେଶବାସୀ ନ୍ୟାୟ ଦାବି କରୁଛନ୍ତି। ହତ୍ୟାକାରୀଙ୍କୁ ଏପର୍ଯ୍ୟନ୍ତ ଗିରଫ କରାଯାଇ ନାହିଁ, ସେମାନଙ୍କୁ ତୁରନ୍ତ ଗିରଫ କରାଯାଉ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଲଖିମ୍‌ପୁର ଖେରିରେ ରବିବାର ଚାଷୀମାନେ ବିକ୍ଷୋଭ କରୁଥିବାବେଳେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରାଙ୍କ ଗାଡି ସମେତ ୩ଟି ଏସୟୁଭି ଚାଷୀଙ୍କ ଉପରେ ମାଡିଯିବା ଏବଂ ତତ୍‌ପରବର୍ତ୍ତୀ ହିଂସାକାଣ୍ଡରେ ୪ ଚାଷୀଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ହୋଇଥିଲା। ଏହି ମାମଲାରେ ଆଶିଷଙ୍କ ସମେତ ଅନେକ ଲୋକଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଘଟଣାସ୍ଥଳକୁ ଯାଇଥିବାବେଳେ ତାଙ୍କୁ ଅଟକ ରଖାଯାଇଥିଲା। ଅଟକ ରଖାଯିବାର ୩୦ ଘଣ୍ଟା ପରେ ପୋଲିସ ତାଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri